ଓଲଟିଲା ଯାତ୍ରୀବାହୀ ବସ୍‌

ରାଇରଙ୍ଗପୁର,୨୮ା୧୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଗୋରୁମହିଷାଣୀ ଥାନା ଅନ୍ତର୍ଗତ ତୋଲକୋ ଗାଁ ନିକଟରେ ରବିବାର ସକାଳେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି।

ଭୂତନାଥ ନାମକ ଏକ ରାଇରଙ୍ଗପୁରରୁ ଗୁହାଲଦାଙ୍ଗରି ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା। ସମସ୍ତ ଆହତଙ୍କୁ ଗୋରୁମହିଷାଣୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ ଚାଳକ ଫେରାର ହୋଇଯାଇଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି।