ଚଢ଼ିଲା ବେଳେ ଟ୍ରେନ୍‌ରୁ ଖସିପଡ଼ିଲେ ଯାତ୍ରୀ: ତାତିଲେ ଲୋକେ

ଯାଜପୁର ଅଫିସ,୧୯।୧୧: ଯାଜପୁର ଜିଲା ଦୁଲାଖପାଟଣା ରେଳ ଷ୍ଟେଶନରେ ଶନିବାର ଏକ ଅଘଟଣ ଘଟିଛି। ଟ୍ରେନ୍‌ରେ ଅତ୍ୟାଧିକ ଯାତ୍ରୀଭିଡ଼ ଯୋଗୁ ଚଢ଼ିଲା ସମୟରେ ୨ ଯାତ୍ରୀ ଖସିପଡ଼ି ଗୁରୁତର ହୋଇଛନ୍ତି। ସେମାନଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ତୁରନ୍ତ ସେମାନଙ୍କୁ ଚିକିତ୍ସା ନିମନ୍ତେ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି।
ଏହାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ଟ୍ରେନକୁ ପ୍ରାୟ ୫ ଘଣ୍ଟା ଅଟକ ରଖିଥିବା ବେଳେ ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି।
ସୂଚନାଯୋଗ୍ୟ, ପଲାସା ଡିଏମ୍‌ୟୁ ପାସେଞ୍ଜର ଟ୍ରେନ୍‌ ଉପରେ ଦୈନନ୍ଦିନ ବହୁ ସଂଖ୍ୟାରେ ଲୋକେ ନିର୍ଭର କରନ୍ତି। ଏହା ପୂର୍ବରୁ ଭଦ୍ରକରୁ ଚାଲୁଥିବା ବେଳେ ବାଲେଶ୍ୱରରୁ ଆଉ ଏକ ଟ୍ରେନ୍‌ ଚାଲିବା ପରିବର୍ତ୍ତେ ସେହି ଟ୍ରେନ୍‌ ବାଲେଶ୍ୱରରୁ ଚାଲୁଛି। ଏହା ବାଲେଶ୍ୱରରୁ ଚାଲିବାରୁ ଯାତ୍ରୀଙ୍କ ଭିଡ଼ ବଢ଼ୁଛି। ମାତ୍ର ଯାତ୍ରୀମାନଙ୍କ ପକ୍ଷରୁ ଦାବି ହେଉଥିବା ସତ୍ତ୍ୱେ ବଗି ବଢ଼ୁନାହିଁ। ବିଭାଗୟୀ କର୍ତ୍ତୃପକ୍ଷ ଶୁଣୁ ନାହାନ୍ତି। ପରନ୍ତୁ କରୋନା ସମୟରେ ଟ୍ରେନ ଭଡ଼ା ବୃଦ୍ଧି କରାଯାଇଛି। ସମସ୍ୟା ସମାଧାନ ଦାବିରେ ଉତ୍ତ୍ୟକ୍ତ ଲୋକେ ଟ୍ରେନକୁ ଅଟକାଇଥିଲେ। ଘଟଣାସ୍ଥଳରେ ରେଳ ବିଭାଗର ବରିଷ୍ଠ ଅଧିକାରୀ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କ ସହ ଆଲୋଚନା କରିଥିଲେ। ଡିଏମ୍‌ୟୁ ପାସେଞ୍ଜର ଟ୍ରେନ୍‌ ବଗିସଂଖ୍ୟା ବୃଦ୍ଧି ସହ ଦୁଲାଖପାଟଣା ଷ୍ଟେଶନରେ ଅନ୍ୟ ଏକ ପାସେଞ୍ଜର ଟ୍ରେନ ରହଣି ନିମନ୍ତେ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନ ହଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri