ଉଡ଼ନ୍ତା ବିମାନର ଡୋର ଖୋଲିଦେଲେ ଯାତ୍ରୀ

ସିଓଲ,୨୭ା୫: ଦକ୍ଷିଣ କୋରିଆର ଡାଏଗୁ ସହର ଅଭିମୁଖେ ଯାଉଥିବା ଏକ ଆସିଆନା ଏୟାରଲାଇନ୍ସ ବିମାନରେ ଜଣେ ଯାତ୍ରୀ ଏମର୍ଜେନ୍ସି ଡୋର୍‌ ଖୋଲି ଗିରଫ ହୋଇଛନ୍ତି। ଓଜେଡ୍‌୮୧୨୪ ଏୟାରବସ୍‌ ଶୁକ୍ରବାର ସ୍ଥାନୀୟ ସମୟ ୧୧ଟା ୪୫ରେ ଜେଜୁ ଆଇଲାଣ୍ଡରୁ ଯାତ୍ରା ଆରମ୍ଭ କରିଥିଲା। ଡାଏଗୁ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ପୂର୍ବରୁ ୨୫୦ ମିଟର ଉଚ୍ଚତାରେ ଥିବାବେଳେ ଜଣେ ପୁରୁଷ ଯାତ୍ରୀ ଏହାର ଏମର୍ଜେନ୍ସି ଗେଟ୍‌କୁ ଖୋଲି ଦେବାରୁ ଖୁବ୍‌ ଜୋର୍‌ରେ ପବନ ପଶି ବିମାନ ହଲିବାରେ ଲାଗିଥିଲା। ଫଳରେ ବିମାନରେ ଥିବା ୧୯୪ ଯାତ୍ରୀ ଆତଙ୍କିତ ହୋଇଯାଇଥିଲେ। ଡୋର ଖୋଲା ଥିବା ସତ୍ତ୍ୱେ ବିମାନଟି ସୁରକ୍ଷିତ ଭାବେ ଅବତରଣ କରିଛି। ଯାତ୍ରୀଙ୍କ ମଧ୍ୟରୁ କେତେଜଣ ପବନ ଚାପରେ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ସେମାନଙ୍କୁ ନିକଟସ୍ଥ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଭଳି କାଣ୍ଡ ଭିଆଇଥିବା ଯାତ୍ରୀଙ୍କ ପରିଚୟ ପ୍ରଘଟ କରାଯାଇ ନାହିଁ। ଯାତ୍ରୀଙ୍କ ମଧ୍ୟରୁ ଅନେକେ ସ୍କୁଲ ଛାତ୍ରୀଛାତ୍ର ଥିଲେ। ସପ୍ତାହାନ୍ତ କ୍ରୀଡ଼ା କାର୍ଯ୍ୟକ୍ରମରେ ଭାଗନେବା ପାଇଁ ସେମାନେ ଯାଉଥିଲେ। ଆମ ପିଲାମାନେ ଥରୁଥିଲେ, କାନ୍ଦୁଥିଲେ ଓ ଆତଙ୍କିତ ହୋଇଯାଇଥିଲେ ବୋଲି ଜଣେ ଛାତ୍ରଙ୍କ ମା’ବାପା କହିଛନ୍ତି। ଡୋର ଖୋଲିଥିବା ଯୁବକ ବିମାନରୁ ଡେଇଁବାକୁ ଉଦ୍ୟମ କରିଥିଲେ। ତାଙ୍କୁ ଗିରଫ କରାଯାଇଛି। ସେ କାହିଁକି ଡୋର୍‌ ଖୋଲିଲେ ସେନେଇ କିଛି ସ୍ପଷ୍ଟ କରିନାହାନ୍ତି। ତଦନ୍ତ ଜାରି ରହିଛି। ତାଙ୍କୁ ଦଣ୍ଡିତ କରାଯିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri