କାର୍ଯ୍ୟକ୍ଷମ ହେବ ପାଟବୁଣା ତାଲିମ ଓ ବିକ୍ରୟ କେନ୍ଦ୍ର

ବ୍ରହ୍ମପୁର ଅଫିସ,୩ା୩: ବ୍ରହ୍ମପୁର ବ୍ରହ୍ମପୁର ମହାନଗର ନିଗମ (ବିଏମସି) ପକ୍ଷରୁ ବାଲୁଙ୍କେଶ୍ୱର ମନ୍ଦିର ସମ୍ମୁଖରେ ନବନିର୍ମିତ ପାଟବୁଣା ତାଲିମ ଓ ବିକ୍ରୟ କେନ୍ଦ୍ର ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ। ଏ ନେଇ ବିଏମ୍‌ସି କମିଶନର ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ସୂଚନା ଦେଇଛନ୍ତି। ଏଥିରେ ୧୦ଟି ସ୍ବୟଂ ସହାୟକ ଗୋଷ୍ଠୀ ନିୟୋଜିତ ରହିବେ। ବର୍ତ୍ତମାନ ବୁଣାକାର ଯନ୍ତ୍ର ସ୍ଥାପନ କରାଯାଇଛି। ଏହି କେନ୍ଦ୍ର ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ସେ କହିଛନ୍ତି। ସୂଚନା ଥାଉ କି, ବ୍ରହ୍ମପୁର ସହରରେ ଅନେକ ପାଟ ବୁଣାକାର ରହିଛନ୍ତି। କିନ୍ତୁ ପାଟ ବୁଣିବା ପାଇଁ ଉତ୍ତମ ଭିତ୍ତିଭୂମିର ଅଭାବ ସହ ଆବଶ୍ୟକ ଯନ୍ତ୍ରପାତି ନାହିଁ। ଫଳରେ ବୁଣାକାରମାନେ ସୀମିତ ଭିତ୍ତିଭୂମିରେ ପାଟ ବୁଣୁଛନ୍ତି। ଏହି ବୁଣାକାରଙ୍କୁ ଭିତ୍ତିଭୂମି ଯୋଗାଇବା, ତାଲିମ ପ୍ରଦାନ ଓ ବିକ୍ରୟ କେନ୍ଦ୍ର ସ୍ଥାପନ ପାଇଁ ବୁଣାକାରମାନେ ଦୀର୍ଘ ଦିନ ଧରି ଦାବି କରିଆସୁଥିଲେ। ଫଳରେ ବିଏମ୍‌ସି ପକ୍ଷରୁ ବାଲୁଙ୍କେଶ୍ୱର ମନ୍ଦିର ସମ୍ମୁଖରେ ୧ କୋଟି ୮୨ ଲକ୍ଷ ଟଙ୍କା ବ୍ୟୟରେ ପାଟ ବୁଣା କେନ୍ଦ୍ର ନିର୍ମିତ ହୋଇଥିଲା। ଯେଉଁଠାରେ ଆବଶ୍ୟକ ପାଟବୁଣା ଯନ୍ତ୍ର ଓ ଅନ୍ୟାନ୍ୟ ସାମଗ୍ରୀ ଯୋଗାଇବା ନିମନ୍ତେ ଯୋଜନା ହୋଇଥିଲା। ଯାହାକୁ ୨୦୨୧ ଡିସେମ୍ବର ୧୨ରେ ମୁଖ୍ୟମନ୍ତ୍ରୀ ଅନ୍‌ଲାଇନରେ ଉଦ୍‌ଘାଟନ କରିଥିଲେ। ଏହାପରେ ଜାନୁୟାରୀ ୭ରେ ବ୍ରହ୍ମପୁର ବିଧାୟକ ଓ ବିଏମ୍‌ସି କମିଶନରଙ୍କ ଦ୍ୱାରା ଲୋକାର୍ପଣ କରାଯାଇଥିଲା। କିନ୍ତୁ ଉଦ୍‌ଘାଟନର ଦେଢ ମାସ ପରେ ପାଟ ବୁଣାକାର କେନ୍ଦ୍ର କାର୍ଯ୍ୟକ୍ଷମ ହୋଇପାରି ନ ଥିଲା। ଫଳରେ ପାଟ ବୁଣାକାରଙ୍କ ମଧ୍ୟରେ ନିରାଶାଭାବ ଦେଖିବାକୁ ମିଳିଥିଲା। ଯାହାକୁ ନେଇ ଗଞ୍ଜାମ ଜିଲାପାଳ ଗସ୍ତ କରି ଏହାକୁ ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବର୍ତ୍ତମାନ ବିଏମ୍‌ସି ତପତ୍ରତା ପ୍ରକାଶ କରି ପାଟବୁଣା କେନ୍ଦ୍ର ଖୁବ୍‌ଶୀଘ୍ର କାର୍ଯ୍ୟକ୍ଷମ ହେବା ନେଇ ପଦକ୍ଷେପ ଗ୍ରହଣ କରିଥିବା ଜଣାପଡିଛି। ଯାହାଦ୍ୱାରା ସ୍ବୟଂ ସହାୟକ ଗୋଷ୍ଠୀ ଉପକୃତ ହେବା ନେଇ ମତପ୍ରକାଶ ପାଇଛି। ଅନ୍ୟପଟେ ବ୍ରହ୍ମପୁର ପାଟ ହାତବୁଣାକାର କଲ୍ୟାଣ ସଂଘ ପକ୍ଷରୁ ବୁଣାକାରଙ୍କ ନିମନ୍ତେ ଯୋଜନା, ସ୍ବାସ୍ଥ୍ୟ ବୀମା ପାଇଁ ସଂଘ ପକ୍ଷରୁ ଦାବି ହୋଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri