Posted inଜାତୀୟ

ମୁଁ ଯେଉଁ ରାସ୍ତା ବାଛିଛି, ସେଥିରେ ଜେଲ୍‌ ଯିବାକୁ ପଡ଼ିବ: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୧।୧: ‘କାର୍ଯ୍ୟ କେନ୍ଦ୍ରିକ ରାଜନୀତି’ ପାଇଁ ଆମ ଆଦମୀ ପାର୍ଟି (ଏଏପି) ଲୋକପ୍ରିୟତା ହାସଲ କରିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ କହିଛନ୍ତି। ଜନସାଧାରଣଙ୍କ ମଙ୍ଗଳ ପାଇଁ ଆମେ ବାଛିଥିବା ରାସ୍ତାରେ ଆଗକୁ ବଢିବାକୁ ଦଳୀୟ କର୍ମୀମାନେ ଜେଲ ଯିବାକୁ ପ୍ରସ୍ତୁତ ହେବା ଉଚିତ୍‌।
ଭିଡିଓ କନଫରେନ୍ସ ମାଧ୍ୟମରେ ଦଳର ଜାତୀୟ କାର୍ଯ୍ୟନିର୍ବାହୀ ତଥା ଦ୍ୱାଦଶ ଜାତୀୟ ପରିଷଦ ବୈଠକରେ ଅଧ୍ୟକ୍ଷତା କରୁଥିବାବେଳେ କେଜ୍‌ରିୱାଲ କହିଛନ୍ତି, ଗତ ୧୦ ବର୍ଷ ମଧ୍ୟରେ ଆମ ଆଦମୀ ପାର୍ଟି ୧୩୫୦ ରାଜନୈତିକ ଦଳ ମଧ୍ୟରେ ତୃତୀୟ ସ୍ଥାନରେ ପହଞ୍ଚିଛି। ଯଦି ଆମେ ସଫଳ ହୋଇ ନ ଥାନ୍ତେ ଏବଂ କିଛି ଭଲ କାମ କରି ନ ଥାଆନ୍ତେ, ତେବେ ଆମ ଦଳର କୌସି ନେତା ଜେଲକୁ ଯାଇ ନ ଥାନ୍ତେ ଏବଂ ଆଜି ସମସ୍ତେ ନିଜ ପରିବାର ସହିତ ଖୁସି ହୋଇଥାନ୍ତେ।
ଦିଲ୍ଲୀ ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଜାନୁଆରୀ ୩ରେ ହାଜର ହେବାକୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) କେଜ୍‌ରିୱାଲଙ୍କୁ ଡକାଇଛି। ଦଳର ଜାତୀୟ ପରିଷଦ (ଏନସି) ବୈଠକରେ ପାର୍ଟି କର୍ମୀଙ୍କୁ ସମ୍ବୋଧିତ କରି ସେ କହିଥିଲେ , ଯଦି ଆପଣ ପିଲାମାନଙ୍କୁ ଭଲ ଶିକ୍ଷା ଦିଅନ୍ତି ତେବେ ଆପଣଙ୍କୁ ଜେଲ ଯିବାକୁ ପଡିବ। ଯଦି ଆପଣ ଗରିବ ଲୋକଙ୍କୁ ମାଗଣା ଚିକିତ୍ସା ଦିଅନ୍ତି, ତେବେ ଆପଣଙ୍କୁ ଜେଲ ଯିବାକୁ ପଡିବ। ଜନସାଧାରଣଙ୍କ ମଙ୍ଗଳ ଉଦ୍ଦେଶ୍ୟରେ ଆମେ ବାଛିଥିବା ପଥ ପାଇଁ ଆମକୁ ଜେଲ ଯିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଏଗ୍ରିଷ୍ଟାକ୍‌ ଆଇଡିି ଉଚ୍ଛେଦ ଦାବି ତେଜିଲା: ଏକାଠି ହେଲେ ପାକ୍ସ ସଭାପତି ସଂଘ

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ପଞ୍ଜୀକରଣ ପ୍ରକିୟାକୁ ଦିନକୁ ଦିନ ଅଧିକ ଜଟିଳ କରି ଦିଆଯାଉଥିବା ଅଭିଯୋଗ ହୋଇଛି। ଚଳିତବର୍ଷ ଧାନବିକ୍ରି ପଞ୍ଜୀକରଣରେ ଏଗ୍ରିଷ୍ଟାକ୍‌ ଆଇଡ଼ି, ଭାଗଚାଷୀ କ୍ଷେତ୍ର୍ରରେ ଇ-କେୱାଇସି…

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଗ୍ରହଙ୍କ ଖାସ୍‌ ଖେଳରେ ୫ ରାଶିଙ୍କ ଚମକିବ ଭାଗ୍ୟ, ଖୋଲିଯିବ ଟଙ୍କା ଆସିବାର ରାସ୍ତା; ବଢିବ…

୧୩ ଅଗଷ୍ଟ, ୨୦୨୬ ରେ ଶ୍ରାବଣ ମାସର ଶୁକ୍ଳ ପକ୍ଷର ପ୍ରତିପଦା ତିଥି ଏବଂ ଦିନ ଗୁରୁବାର ଅଟେ। ଏହା ଚାତୁର୍ମାସର ୨୦ ତମ ଦିନ ଅଟେ।…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri