ଭାରରେ ବୁହା ହୋଇ ହସ୍ପିଟାଲ ଯାଉଥିଲେ ରୋଗୀ, ଅଧା ରାସ୍ତାରେ ଗଲା ଜୀବନ

ଶିମଲା,୨୧।୮: ସ୍ବାଧୀନତାର ଏତେ ବର୍ଷ ପରେ ବି ଏଭଳି ଅଞ୍ଚଳ ଓ ଗାଁ ରହିଛି ଯେଉଁଠି ଲୋକମାନେ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ରହିଛନ୍ତି। ଆଜି ବି ଭଲଟିଏ ରାସ୍ତାପାଇଁ ଅପକ୍ଷୋରେ ରହିଛନ୍ତି ଲୋକେ। ଭଲ ରାସ୍ତା ନ ଥିବାରୁ ଲୋକଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ବେଳେବେଳେ ଏହି ରାସ୍ତାଯୋଗୁ ଲୋକଙ୍କ ଜୀବନ ମଧ୍ୟ ଯାଉଛି। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ହିମାଚଳପ୍ରଦେଶର ଚମ୍ବା ଜିଲାର କୋହଲଡିର ଧାମାଙ୍ଗ୍ରା ଗାଁରେ। ଧାମାଙ୍ଗ୍ରାରୁ ଜଣେ ୭୦ବର୍ଷୀୟ ରୋଗାଗ୍ରସ୍ତ ବୃଦ୍ଧଙ୍କୁ ଭାରରେ ବୁହା ହୋଇ ହସ୍ପିଟାଲକୁ ନେଇକି ଯାଉଥିବା ବେଳେ ଅଧାରାସ୍ତାରେ ତାଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ଉକ୍ତ ଗାଁର ଚମନ ଲାଲ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିଲେ। ସ୍ଥାନୀୟ ଲୋକ ଓ ସମ୍ପର୍କୀୟ ତାଙ୍କୁ ଚମ୍ବା ହସ୍ପିଟାଲକୁ ନେବାକୁ ସ୍ଥିର କରିଥିଲେ। ହେଲେ ରାସ୍ତା ଭଲ ନ ଥିବାରୁ ଗାଁକୁ ଗାଡ଼ି ଯାଇପାରିବ ନାହିଁ। ତେଣୁ ସେମାନେ ଚମନ ଲାଲଙ୍କୁ ଭାରରେ ବୋହି ଗାଁରୁ ୨ କିଲୋମିଟର ଦୂର ଖଜିଆରକୁ ନେବାକୁ ସ୍ଥିର କରିଥିଲେ। ଏହାପରେ ସେଠାରୁ ଗାଡ଼ିରେ ଚମ୍ବା ହସ୍ପିଟାଲକୁ ନେଇଥାନ୍ତେ। ହେଲେ ଭାଗ୍ୟର ବିଡମ୍ବନା ଯେ, ହସ୍ପିଟାଲ ପହଞ୍ଚିବା ପୂର୍ବରୁ ଅଧ ରାସ୍ତାରେ ବା ଗଙ୍ଗୁବାଇ ଗ୍ରାମ ନିକଟରେ ଚମନ ଲାଲ ମୃତ୍ୟୁ ହୋଇଥିଲା। ଏହାପରେ ପୁଣି ଥରେ ଭାରରେ ବୋହି ତାଙ୍କୁ ଧାମାଙ୍ଗ୍ରାକୁ ନେଇଥିଲେ। ସେଠାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା। ତେବେ ଗାଁ ରାସ୍ତା ନ ଥିବା ବେଳେ ଆଉ ଏଭଳି ଘଟଣା ବାରମ୍ବାର ଘଟିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋର୍ଦ୍ଧାରେ ପତାକା ଉତ୍ତୋଳନ କଲେ ଜିଲାପାଳ

ଖୋର୍ଦ୍ଧା,୧୫।୮: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୮୦ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହ ବିଜେବି ହାଇସ୍କୁଲ ଖେଳପଡିଆରେ ଉତ୍ସାହର ସହ ଅନୁଷ୍ଠିତ ହୋଇଯାଇଛି। ଜଲାପାଳ ଅମ୍ରିତ ଋତୁରାଜ…

କେସିଙ୍ଗାରେ ପାଳିତ ହେଲା ୮୦ ତମ ସ୍ବାଧୀନତା ଦିବସ

କେସିଙ୍ଗା,୧୫।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି କାର୍ଯ୍ୟାଳୟରେ ଅଧ୍ୟକ୍ଷ ନୃପରାଜ ଯାଦବ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେହିପରି ବିଦ୍ୟାପୀଠ ଖେଳ ପଡିଆରେ ନାଗରିକକମିଟି ପକ୍ଷରୁ…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri