ପିଆର୍‌ଏମ୍‌ ମେଡିକାଲରେ ରୋଗୀ ହନ୍ତସନ୍ତ

ବାରିପଦା ଅଫିସ,୨୯ା୧୨: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ (ପିଆର୍‌ଏମ୍‌ ) ମେଡିକାଲ କଲେଜ ଓ ଡାକ୍ତରଖାନାରେ ରୋଗୀଙ୍କୁ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ବାଧ୍ୟ କରାଯାଉଥିବା ନେଇ ଅଭିଯୋଗ ହୋଇଛି। ବାରମ୍ବାର ଡାକ୍ତରଖାନା ଆସିବା ପରେ ମଧ୍ୟ ବିଭିନ୍ନ ଆଳ ଦେଖାଇ ହଇରାଣ ହରକତ କରାଯାଉଥିବାରୁ ରୋଗୀମାନେ ହନ୍ତସନ୍ତ ହେଉଛନ୍ତି। ଏନେଇ ଜଣେ ରୋଗୀ ମେଡିକାଲ ସୁପରିଣ୍ଟେଣ୍ଡଣ୍ଟଙ୍କ ନିକଟରେ ଅଭିଯୋଗ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି।

ବାରିପଦା ଉପକଣ୍ଠ ଦାମୋଦରପୁର ଅଞ୍ଚଳର ଯୁବକ ଅମରଜିତ କୁମାର ଚିକିତ୍ସା ଲାଗି ପିଆର୍‌ଏମ୍‌ ମେଡିକାଲକୁ ଗତ ୧୫ ଫେବୃୟାରୀରେ ଯାଇଥିଲେ । ତାଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିବା ପରେ ଅସ୍ତ୍ରୋପଚାର ପାଇଁ ନଭେମ୍ବର ୧୬ରେ ଆସିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ପରବର୍ତ୍ତୀ ସମୟରେ ଏହି ତାରିଖ ଘୁଞ୍ଚତ୍ ୨୬ ଡିସେମ୍ବରରେ କରୋନା ପରୀକ୍ଷା ପୂର୍ବକ ଆସ୍ତ୍ରାପଚାର କରିବାକୁ ତାରିଖ ଧାର୍ଯ୍ୟ କରାଯାଇଥିଲା। ମାତ୍ର ନିର୍ଦ୍ଧାରିତ ତାରିଖରେ ଆସିବାରୁ ସର୍ଜରୀ ଡାକ୍ତର ନ ଥିବା କହି ପୁନଶ୍ଚ ୨୮ତାରିଖରେ ଆସିବାକୁ କୁହାଯାଇଥିଲା। ୨୮ତାରିଖରେ ଡାକ୍ତର ଜଣକ ବିଭିନ୍ନ ଆଳ ଦେଖାଇ ପାଟିତୁଣ୍ଡ କରିଥିଲେ। ଏହା ସହିତ ଛୋଟିଆ ଅସ୍ତ୍ରୋପଚାରକୁ ସରକାରୀ ଡାକ୍ତରଖାନାରେ କରିବାକୁ ଅପେକ୍ଷା ନ କରି ପ୍ରାଇଭେଟ ଡାକ୍ତରଖାନାରେ କରିବାକୁ କହିଥିଲେ। ଏହା ଶୁଣି ଅମରଜିତ ବିରୋଧ କରିବାରୁ କର୍ମଚାରୀମାନେ ତାଙ୍କୁ ବାହାରି ଯିବାକୁ କହିଥିଲେ। ଏନେଇ ସେ ମେଡିକାଲ ସୁପରିଣ୍ଟେଣ୍ଡଣ୍ଟଙ୍କ ନିକଟରେ ଅଭିଯୋଗ କରିଛନ୍ତି। ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବାକୁ ବ୍ୟବସ୍ଥା କରିଥିବା ବେଳେ ଡାକ୍ତରମାନଙ୍କ ଘରୋଇ ହସ୍ପିଟାଲ ପ୍ରୀତିକୁ ନେଇ ରୋଗୀ ଓ ସମ୍ପର୍କୀୟ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହା ଦ୍ୱାରା ସରକାରଙ୍କ ଜନହିତକର ଯୋଜନାଗୁଡ଼ିକର ସଫଳ ରୂପାୟନରେ ପ୍ରତିବନ୍ଧକ ସୃଷ୍ଟି ହେଉଛି। ଏ ସଂକ୍ରାନ୍ତରେ ସୁପରିଣ୍ଟେଣ୍ଡଣ୍ଟ ଡା. ପ୍ରତିଭା ପଣ୍ଡାଙ୍କୁ ପଚାରିବାରୁ ଅଭିଯୋଗକୁ ଭିତ୍ତିକରି ସମ୍ପୃକ୍ତ ବିଭାଗର ମୁଖ୍ୟ(ଏଚ୍‌ଓଡି)ଙ୍କୁ କାରଣ ଦର୍ଶାଇବା ପାଇଁ ପତ୍ର କରାଯାଇଛି ଓ ରିପୋର୍ଟ ଅନୁଯାୟୀ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri