ଭାରରେ ବୁହା ହେଲେ ରୋଗୀ

ମହାକାଳପଡ଼ା,୧୫ା୮(ଡି.ଏନ୍‌.ଏ.): ଭାରତ ସ୍ବାଧୀନତା ଲାଭର ୭୫ ବର୍ଷ ପରେ ବି ଗ୍ରାମାଞ୍ଚଳର ଲୋକଙ୍କୁ ମୌଳିକ ସୁବିଧା ମିଳିନି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଚ୍ଛେଲା ପଞ୍ଚାୟତ ଶବରପଲ୍ଲୀ ଗାଁ ଜଙ୍ଗଲଘେରିକୁ ଭଲ ରାସ୍ତାଟିଏ ନାହିଁ। ଫଳରେ ଆମ୍ବୁଲାନ୍ସଟିଏ ଗାଁକୁ ଆସିପାରୁ ନ ଥିବାରୁ ବାଧ୍ୟରେ ଲୋକମାନେ ବାଉଁଶ ଓ ଲୁଗାରେ ଭାର କରି ଜଣେ ମହିଳା ରୋଗୀଙ୍କୁ ୨ କିମି ଦୂର ନେବାକୁ ପଡ଼ିଛି। ସେଠାରୁ ଅନ୍ୟ ଗାଡ଼ିରେ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଛନ୍ତି।
ବ୍ଲକର ଶବରପଲ୍ଲୀ ଗାଁର ଜଙ୍ଗଲଘେରିରେ ଶବର ସମ୍ପ୍ରଦାୟର ୪୦ ପରିବାରରେ ୧୫୦ ଲୋକ ବସବାସ କରୁଛନ୍ତି। ରବିବାର ଅପରାହ୍ନରେ ଗାଁର ଜଣେ ମହିଳା ଦ୍ରୌପଦୀ ଭକ୍ତା(୭୦) ଗୁରୁତର ହୋଇପଡିଥିଲେ। ତାଙ୍କୁ ଗାଁ ଲୋକେ ଭାରରେ ଦୁଇ କିମି ଦୂର ରାମଚଣ୍ଡୀ ମୁଖ୍ୟରାସ୍ତାକୁ ଆଣିଥିଲେ। ସେଠାରୁ ମହିଳାଙ୍କୁ ପ୍ରଥମେ ଅଟୋରିକ୍ସା ଯୋଗେ ରାମନଗର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଅବସ୍ଥା ଗୁରୁତର ହେବାରୁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏହି ଗାଁର ଲୋକେ ବହୁବାର ପ୍ରଶାସନ ନିକଟରେ ଦାବି କରିଥିଲେ ମଧ୍ୟ ବ୍ଲକ ପ୍ରଶାସନ ଅଧାପନ୍ତରିଆ ରାସ୍ତା କାମ ସାରି ଚୁପ୍‌ ହୋଇ ବସି ରହିଛି। ଗାଁର ଏହି ରାସ୍ତା ଦୁଃଖ କେବେ ଦୂର ହେବ ଓ ଆମ୍ବୁଲାନ୍ସଟିଏ ଗାଁକୁ ଆସିବ ତାହାକୁ ନେଇ ସମସ୍ତେ ସନ୍ଦୀହାନରେ ରହିଛନ୍ତି। ଗାଁର ସୁଦନ ଭକ୍ତା, ପଇଡ ଭକ୍ତା, ସୁଦର୍ଶନ ଭକ୍ତା, ସହଚର ଆହାଡ଼ି ପ୍ରମୁଖ ରାସ୍ତା ନିର୍ମାଣ ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

ଏସୀୟ କ୍ରୀଡ଼ା: ଭାରତୀୟ ମହିଳା ହକି ଦଳର ବଡ଼ ବିଜୟ, ସିଙ୍ଗାପୁରକୁ ହରାଇ ସେମିରେ ସ୍ଥାନ ପକ୍କା

କାକାମିଗାହାରା,୨୭ା୯: ସୁନେଲିତା ଟପ୍ପୋଙ୍କ ଡବଲ ଗୋଲ ବଳରେ ଭାରତୀୟ ମହିଳା ହକି ଦଳ ୭-୦ ଗୋଲରେ ସିଙ୍ଗାପୁରକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଭାରତ ପାଇଁ ଅଧିନାୟିକା…

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?