ପାଞ୍ଚ ମହଲାରୁ ଡେଇଁପଡ଼ିଲେ ରୋଗୀ

ଢେଙ୍କାନାଳ ଅଫିସ, ୧୪ ।୮:  ବାପାଙ୍କ ମୃତ୍ୟୁ ପରେ ମାନସିକ ଚାପରେ ଥିଲେ। ଶନିବାର ହିତାହିତ ଜ୍ଞାନ ହରାଇ ବ୍ଲେଡ୍‌ରେ କାଟି ପକାଇଥିଲେ ହାତଗୋଡ଼। ଗୁରୁତର ଅବସ୍ଥାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବାବେଳେ ୫ମ ମହଲାରୁ ଡେଇଁ ପୁଣି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଢେଙ୍କାନାଳ ପରଜଙ୍ଗ ଥାନା ଡମସାହିର ସ୍ବର୍ଗତ ତଉଲିଆ ନାୟକଙ୍କ ପୁଅ ଚନ୍ଦନ (୩୭)। ସଙ୍କଟାପନ୍ନ ଅବସ୍ଥାରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବାବେଳେ ଏଭଳି ଅଭାବନୀୟ ଘଟଣା ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି।
ବାପା ତଉଲିଆଙ୍କ ମୃତ୍ୟୁ ପରେ ପରିବାରର ଆର୍ଥିକ ସ୍ଥିତି ଶୋଚନୀୟ ହୋଇପଡ଼ିଥିଲା। ଏହାକୁ ନେଇ ମାନସିକ ଚାପରେ ରହୁଥିଲେ ଚନ୍ଦନ। ସେ କୌଣସି କାର୍ଯ୍ୟରେ ଗଁଦିଆ ଥାନା ଦେଓଗଁାସ୍ଥିତ ଝିଆରୀ ଜ୍ୱାଇଁଙ୍କ ଘରକୁ ଆସିଥିଲେ। ଶୁକ୍ରବାର ମା’ ସୁକୁମାରୀ ଏକ ବୋଲେରୋ ଧରି ତାଙ୍କୁ ନେବା ପାଇଁ ଆସିଥିଲେ ହେଁ ସେ ଯାଇ ନ ଥିଲେ। ଶନିବାର ସକାଳେ ବ୍ଲେଡ୍‌ରେ ବେକ, ଦୁଇ ହାତ କାଟି ପ୍ରଥମେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଦେଓଗଁାରେ ରହୁଥିବା ଝିଆରୀ ଜ୍ୱାଇଁ ପୂର୍ବାହ୍ନ ୧୦ଟାରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଚନ୍ଦନ ୫ମ ମହଲାରେ ଥିବା ସର୍ଜରି ୱାର୍ଡରେ ଚିକିତ୍ସିତ ହେଉଥିଲେ। ତାଙ୍କ ପାଖରେ ସୁକୁମାରୀ ଥିଲେ। ଅପରାହ୍ନ ୩ଟାରେ ମା’ ୱାର୍ଡ ନିକଟ ଶୌଚାଳୟକୁ ଯାଇଥିବା ବେଳେ ଚନ୍ଦନ ବାହାରପଟୁ କବାଟ ଦେଇ ପାଞ୍ଚ ମହଲାରୁ ତଳକୁ ଡେଇଁ ପଡିଥିଲେ। ଚିକିତ୍ସାଳୟର ଜଣେ କର୍ମଚାରୀ ଶୌଚାଳୟ କବାଟ ଖୋଲିବା ବେଳକୁ ଚନ୍ଦନ ଶଯ୍ୟାରେ ନ ଥିଲେ। ପାଟିତୁଣ୍ଡ ଶୁଣି ତଳକୁ ଆସିବା ବେଳକୁ ବଗିଚାରେ ଚନ୍ଦନ ପଡ଼ିଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା କରାଯିବା ସହ ଡାକ୍ତରଙ୍କ ପରାମର୍ଶକ୍ରମେ କଟକ ସ୍ଥାନାନ୍ତର କରାଯାଇଛି।
ଏ ସଂକ୍ରାନ୍ତରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ କୁହନ୍ତି, ୱାର୍ଡ ନିକଟରେ ଥିବା ପାହାଚ ପାଖ ଝରକାରେ ଗ୍ରୀଲ୍‌ରେ କବାଟ ନ ଥିବା ଦେଖି ସେ ତଳକୁ ଡେଇଁପଡ଼ିଥିଲେ। ଏହାର ତଦନ୍ତ କରାଯାଉଛି। ସୂଚନାଯୋଗ୍ୟ, ଜିଲା ଚିକିତ୍ସାଳୟରେ ପୂର୍ବରୁ ଏଭଳି ୨ଟି ଘଟଣା ଘଟିଥିବା ନଜିର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Baba Venga Prediction: ଆଗାମୀ ୧୫ ଦିନରେ ୫ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସି ଖବର

ଜ୍ୟୋତିଷ ଏବଂ ଭବିଷ୍ୟବାଣୀରେ ରୁଚି ରଖୁଥିବା ଲୋକଙ୍କ ପାଇଁ ଆଗାମୀ ୧୫ ଦିନ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଲୋକପ୍ରିୟ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଅନୁସାରେ, ଏହି…

ବିଭିନ୍ନ ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ

ଦାରିଙ୍ଗବାଡ଼ି,୨ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ସରକାରୀ ଓ ବେସରକାରୀ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକରେ ଶୁକ୍ରବାର…

IND vs PAK: ଡେବ୍ୟୁ ମ୍ୟାଚରେ ପାକିସ୍ତାନର ଖେଳ ବିଗାଡ଼ିବେ ବୈଭବ ସୂର୍ଯ୍ୟବଂଶୀ; ଭାରତୀୟ ଦଳର ଏହି ଖେଳାଳି ଅଛନ୍ତି ଆକ୍ସନରେ!

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ଶନିବାର ଦିନଟି ଏପର୍ଯ୍ୟନ୍ତ ସବୁଠାରୁ ରୋମାଞ୍ଚକର ଦିନ ହେବ ବୋଲି ଆଶା କରାଯାଉଛି, କାରଣ ଏହି ଦିନ ଏକ ଉତ୍ତେଜନାପୂର୍ଣ୍ଣ ମୁକାବିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?