ଖଟିଆରେ ବୁହାହୋଇ ରୋଗୀ ନଦୀପାର

ଭବାନୀପାଟଣା,୧୫।୧୦(ଉତ୍ତମ କୁମାର ଦାଶ)ସ୍ବାଧୀନତାର ସାତ ଦଶନ୍ଧି ପରେ ମଧ୍ୟ କଳାହାଣ୍ଡି ଜିଲାର ଦୁର୍ଗମ ଅଞ୍ଚଳରେ ସବୁ ଦିନିଆ ରାସ୍ତା ଓ ପୋଲ ନ ଥିବାରୁ ବିଭିନ୍ନ ସମୟରେ ଖଟିଆରେ ବୁହାହୋଇ ଡାକ୍ତରଖାନା ଯାଉଛନ୍ତି ରୋଗୀ। ଶନିବାର ଏଭଳି ପୁଣି ଏକ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଲଝାପୀ ପଞ୍ଚାୟତର ଖମନପଡା ଗ୍ରାମରେ l ଖମନପଡାର ଚନ୍ଦ୍ରିକା ଗଉଡ଼ ନାମ୍ନୀ ଜଣେ ବୃଦ୍ଧା ପଡିଯାଇ ସେ ଅସୁସ୍ଥ ହୋଇ ପଡିଥିଲେ। ପରିବାର ଲୋକେ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ହେଲେ ଖମନପଡା ଗାଁକୁ ଯିବାପାଇଁ ସବୁଦିନିଆ ରାସ୍ତା ନ ଥିବାବେଳେ ବାଟରେ ପଡୁଥିବା ବାଲିଯୋର ନଦୀରେ ପୋଲ ମଧ୍ୟ ନାହିଁ। ଫଳରେ ଆମ୍ବୁଲାନ୍ସ ଅଧାବାଟ ଦେର୍ଲା ଛକ ନିକଟରେ ଅଟକି ରହିଲା। ପରେ ପରିବାର ଓ ସମ୍ପର୍କୀୟମାନେ ଖଟିଆରେ କାନ୍ଧେଇ ଚନ୍ଦ୍ରିକାଙ୍କୁ ବାଲିଯୋର ନଦୀ ପାରକରି ପ୍ରାୟ ୫ କିଲୋମିଟର ମୁଖ୍ୟ ରାସ୍ତାକୁ ଆଣିଥିଲେ। ସେଠାରୁ ଆମ୍ବୁଲାନ୍ସ ଯୋଗେ ଚନ୍ଦ୍ରିକାଙ୍କୁ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ହେଲେ ଡାକ୍ତର ପରୀକ୍ଷା କରିବା ପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ପାଇଁ ପରାମର୍ଶ ଦେଇଥିଲେ। ଚନ୍ଦ୍ରିକାଙ୍କୁ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri