ହାତପାହାନ୍ତାରେ ରୋଗୀଙ୍କୁ ମିଳିଲା ଚିକିତ୍ସା ସୁବିଧା, ଅଭିଜ୍ଞ ଡାକ୍ତର ଆସି…

ଭଞ୍ଜନଗର,୨୬ା୧୦(ବାବୁଲା ପ୍ରଧାନ): ସିଲ୍କ ସିଟି ସର୍ଜନ୍ସ କ୍ଲବ ବ୍ରହ୍ମପୁର, ଭାରତୀୟ ଚିକିତ୍ସକ ସଂଘ ବ୍ରହ୍ମପୁର ଶାଖା ଏବଂ ଭାରତୀୟ ଶଲ୍ୟ ଚିକିତ୍ସକ ସଂଘ ବ୍ରହ୍ମପୁର ଶାଖାର ମିଳିତ ସହଯୋଗରେ ରବିବାର ଭଞ୍ଜନଗର ଉପଖଣ୍ଡ ମେଡିକାଲରେ ଏକ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜନ ହୋଇଥିଲା। ଏଥିରେ ରାଜ୍ୟର ଅଭିଜ୍ଞ ଡାକ୍ତରଙ୍କ ଦ୍ୱାରା ଶତାଧିକ ରୋଗୀଙ୍କ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଏହି ଅବସରରେ କିଛି ରୋଗୀଙ୍କ ସେଠାରେ ଅପରେଶନ ମଧ୍ୟ କରାଯାଇଥିଲା। ଏଥିସହ ରୋଗୀଙ୍କୁ ମାଗଣା ଔଷଧ ମଧ୍ୟ ବଣ୍ଟନ କରାଯାଇଥିଲା। ଯେଉଁମାନଙ୍କ ଅଧିକ ଚିକିତ୍ସା ଆବଶ୍ୟକ ପଡ଼ିଥିଲା ସେମାନଙ୍କୁ ଅନ୍ୟତ୍ର ଅଧିକ ଚିକିତ୍ସା ହେବାକୁ ପରାମର୍ଶ ଦିଆଯାଇଥିଲା।

ଶିବିରକୁ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିଥିଲେ। ଘୁମୁସର ମାଟିକୁ ରାଜ୍ୟର ଜଣାଶୁଣା ଡାକ୍ତରମାନେ ଆସି ରୋଗୀଙ୍କ ମାଗଣା ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ନେଇ ବିଧାୟକ ସମସ୍ତଙ୍କୁ ସାଧୁବାଦ ଜଣାଇଥିଲେ। ଏଥିସହ ଆଗାମୀ ଦିନରେ ଏହିଭଳି ସ୍ବାସ୍ଥ୍ୟ ଶିବିର କରିବାକୁ ସେ ଉପସ୍ଥିତ ଡାକ୍ତରଙ୍କୁ ଆହ୍ବାନ କରିଥିଲେ। ଭଞ୍ଜନଗର ଉପଖଣ୍ଡ ମେଡିକାଲ ଅଧୀକ୍ଷକ ଡାକ୍ତର ସୀତାଂଶୁ ଶେଖର ଶତପଥୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଅବସରପ୍ରାପ୍ତ ସର୍ଜରୀ ପ୍ରଫେସର ଡାକ୍ତର ଚରଣ ପଣ୍ଡା, ୟୁରୋଲୋଜି ବିଶେଷଜ୍ଞ ଡକ୍ଟର କମଳାକାନ୍ତ ପାଣିଗ୍ରାହୀ, ଅବସରପ୍ରାପ୍ତ ଜିଲା ଚିକିତ୍ସାଧିକାରୀ ଡକ୍ଟର ପ୍ରସନ୍ନ କର, ଏମ୍‌କେସିଜି ମେଡିକାଲ କଲେଜ ବ୍ରହ୍ମପୁର ସର୍ଜରୀ ପ୍ରଫେସର ଡାକ୍ତର ଆଇ ଗୋପାଳ, ମେଡିକାଲ କଲେଜର ସର୍ଜରୀ ବିଶେଷଜ୍ଞ ଡକ୍ଟର ପ୍ରଭାତ ପାଣିଗ୍ରାହୀ, ଏମକେସିଜି ମେଡିକାଲ କଲେଜ ବ୍ରହ୍ମପୁର ସର୍ଜରୀ ପ୍ରଫେସର ଡାକ୍ତର ମନୋଜ ସେଠୀ, ଅବସରପ୍ରାପ୍ତ ସିଡିଏମ୍‌ଓ, ଶଲ୍ୟ ଚିକିତ୍ସା ବିଶେଷଜ୍ଞ ଡାକ୍ତର ସରୋଜ ମିଶ୍ର ପ୍ରମୁଖ ଯୋଗଦେଇ ରୋଗୀଙ୍ଗ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଭଞ୍ଜନଗର ମେଡିକାଲ ପରିଚାଳକ ବିଚିତ୍ର ପାଣିଗ୍ରାହୀ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri