ରୋଗୀଙ୍କୁ ଷ୍ଟ୍ରେଚରରେ ବୋହିଲେ ୨କି.ମି.

ଖୋର୍ଦ୍ଧା ଅଫିସ,୭ା୧୦:ସହାୟତା କରିବା ପାଇଁ ଅର୍ଥର ଆବଶ୍ୟକତା ନ ଥାଏ। ଆବଶ୍ୟକ ଥାଏ ଉଦାର ହୃଦୟ ଓ ମନ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ କଳାଙ୍ଗ ପଞ୍ଚାୟତର ନାଉପଦା ଗ୍ରାମରେ। ଗ୍ରାମର ବାସନ୍ତୀ ବରାଡ଼(୩୫)ଙ୍କ ପାଇଁ ୧୦୮ ଆମ୍ବୁଲାନ୍ସ କର୍ମଚାରୀମାନେ ଦେବଦୂତ ସାଜିଥିଲେ। ରବିବାର ଗୁରୁତର ଅବସ୍ଥାରେ ତାଙ୍କୁ ଆମ୍ବୁଲାନ୍ସ କର୍ମଚାରୀମାନେ ପ୍ରାୟ ୨ କିଲୋମିଟର ଷ୍ଟ୍ରେଚରରେ ଆଣି ଚିକିତ୍ସା କରାଇବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ, ନାଉପଦା ଗ୍ରାମର ବାସନ୍ତୀ ଗୁରୁତର ଅବସ୍ଥାରେ ନିକଟ ପାହାଡ଼ ଉପରେ ପଡିଥିବା ଖବରପାଇ ଭୁବନେଶ୍ୱରରେ ରହୁଥିବା ତାଙ୍କ ପୁଅ ୧୦୮କୁ କଲ୍‌ କରି ଜଣାଇଥିଲେ। ଖବରପାଇ ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ସନ୍ନ୍ୟାସୀ ମଲିକ, ଫାର୍ମାସିଷ୍ଟ କମଳଲୋଚନ ନାୟକ ଏବଂ ହେଲପର ଅନ୍ତର୍ଯ୍ୟାମୀ ବେହେରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ବଣଜଙ୍ଗଲ ଘେରା ପାହାଡ଼ ଅଞ୍ଚଳକୁ ଯିବା ଲାଗି ରାସ୍ତା ନ ଥିବାରୁ ପ୍ରାୟ ୨କିମି ଦୂରରେ ଆମ୍ବୁଲାନ୍ସ ଅଟକି ଯାଇଥିଲା। ରୋଗୀଙ୍କୁ କିପରି ଆଣିବେ, ସେ ନେଇ ସେମାନଙ୍କ ମଧ୍ୟରେ ଭାଲେଣି ପଡିଥିଲା। ସେମାନେ ବିଳମ୍ବ ନ କରି ଆମ୍ବୁଲାନ୍ସରୁ ଷ୍ଟ୍ରେଚର ଧରି ଜଙ୍ଗଲ ରାସ୍ତା ଦେଇ ଚାଲି ଘଟଣାସ୍ଥଳରେ ପହଞ୍ଚିଥିଲେ। ପରିବାର ଲୋକଙ୍କ ସହାୟତାରେ ଗୁରୁତର ବାସନ୍ତୀଙ୍କୁ ଷ୍ଟ୍ରେଚରରେ ଧରି ତଳକୁ ଆସିିଥିଲେ। ଆମ୍ବୁଲାନ୍ସରେ ପ୍ରଥମେ ସ୍ଥାନୀୟ ମେଡିକାଲ ପରେ ଖୋର୍ଦ୍ଧା ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri