ରୋଗୀଙ୍କୁ ଷ୍ଟ୍ରେଚରରେ ବୋହିଲେ ୨କି.ମି.

ଖୋର୍ଦ୍ଧା ଅଫିସ,୭ା୧୦:ସହାୟତା କରିବା ପାଇଁ ଅର୍ଥର ଆବଶ୍ୟକତା ନ ଥାଏ। ଆବଶ୍ୟକ ଥାଏ ଉଦାର ହୃଦୟ ଓ ମନ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ କଳାଙ୍ଗ ପଞ୍ଚାୟତର ନାଉପଦା ଗ୍ରାମରେ। ଗ୍ରାମର ବାସନ୍ତୀ ବରାଡ଼(୩୫)ଙ୍କ ପାଇଁ ୧୦୮ ଆମ୍ବୁଲାନ୍ସ କର୍ମଚାରୀମାନେ ଦେବଦୂତ ସାଜିଥିଲେ। ରବିବାର ଗୁରୁତର ଅବସ୍ଥାରେ ତାଙ୍କୁ ଆମ୍ବୁଲାନ୍ସ କର୍ମଚାରୀମାନେ ପ୍ରାୟ ୨ କିଲୋମିଟର ଷ୍ଟ୍ରେଚରରେ ଆଣି ଚିକିତ୍ସା କରାଇବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ, ନାଉପଦା ଗ୍ରାମର ବାସନ୍ତୀ ଗୁରୁତର ଅବସ୍ଥାରେ ନିକଟ ପାହାଡ଼ ଉପରେ ପଡିଥିବା ଖବରପାଇ ଭୁବନେଶ୍ୱରରେ ରହୁଥିବା ତାଙ୍କ ପୁଅ ୧୦୮କୁ କଲ୍‌ କରି ଜଣାଇଥିଲେ। ଖବରପାଇ ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ସନ୍ନ୍ୟାସୀ ମଲିକ, ଫାର୍ମାସିଷ୍ଟ କମଳଲୋଚନ ନାୟକ ଏବଂ ହେଲପର ଅନ୍ତର୍ଯ୍ୟାମୀ ବେହେରା ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିଥିଲେ। ତେବେ ବଣଜଙ୍ଗଲ ଘେରା ପାହାଡ଼ ଅଞ୍ଚଳକୁ ଯିବା ଲାଗି ରାସ୍ତା ନ ଥିବାରୁ ପ୍ରାୟ ୨କିମି ଦୂରରେ ଆମ୍ବୁଲାନ୍ସ ଅଟକି ଯାଇଥିଲା। ରୋଗୀଙ୍କୁ କିପରି ଆଣିବେ, ସେ ନେଇ ସେମାନଙ୍କ ମଧ୍ୟରେ ଭାଲେଣି ପଡିଥିଲା। ସେମାନେ ବିଳମ୍ବ ନ କରି ଆମ୍ବୁଲାନ୍ସରୁ ଷ୍ଟ୍ରେଚର ଧରି ଜଙ୍ଗଲ ରାସ୍ତା ଦେଇ ଚାଲି ଘଟଣାସ୍ଥଳରେ ପହଞ୍ଚିଥିଲେ। ପରିବାର ଲୋକଙ୍କ ସହାୟତାରେ ଗୁରୁତର ବାସନ୍ତୀଙ୍କୁ ଷ୍ଟ୍ରେଚରରେ ଧରି ତଳକୁ ଆସିିଥିଲେ। ଆମ୍ବୁଲାନ୍ସରେ ପ୍ରଥମେ ସ୍ଥାନୀୟ ମେଡିକାଲ ପରେ ଖୋର୍ଦ୍ଧା ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri