ଗାଁକୁ ଯାଇପାରିଲାନି ଆମ୍ବୁଲାନ୍ସ, ଷ୍ଟ୍ରେଚରରେ ବୁହାହେଲେ ରୋଗୀ

କେନ୍ଦୁଝର,୬ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଅତ୍ୟନ୍ତ ଶୋଚନୀୟ ଯୋଗୁ ଗାଁ ଭିତରକୁ ଆମ୍ବୁଲାନ୍ସ ପଶି ପାରିଲାନି। ଫଳରେ ରୋଗୀ ଷ୍ଟ୍ରେଚରରେ ବୁହା ହୋଇ ମେଡିକାଲ ଯାଇଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ସଦର ବ୍ଲକ ଅନ୍ତର୍ଗତ ପର୍ଜନପୁର ପଞ୍ଚାୟତ ଆମୁଣିପୁର ଗାଁରେ। ଗ୍ରାମର ଗୋବିନ୍ଦ ମୁଣ୍ତାଙ୍କ ସ୍ତ୍ରୀ ପ୍ରତିଭା(୨୦) ରୋଗାଗ୍ରସ୍ତ ହୋଇ ଗୁରୁତର ହୋଇଥିଲେ। ତେଣୁ ବୁଧବାର ତାଙ୍କୁ ମେଡିକାଲ ନେବାକୁ ୧୦୮ ଆମ୍ବୁଲାନ୍ସ ଫୋନ୍‌ କରାଯାଇଥିଲା। ମାତ୍ର ଲଘୁଚାପ ଜନିତ ବର୍ଷା ଓ ଭଲ ରାସ୍ତା ନ ଥିବାରୁ ଆମ୍ବୁଲାନ୍ସ ଗାଁ ଭିତରକୁ ପଶିପାରିଲା ନାହିଁ। ଏପରିସ୍ଥଳେ ସ୍ବାସ୍ଥ୍ୟକର୍ମୀ ଓ ପରିବାର ଲୋକେ ପ୍ରତିଭାଙ୍କୁ ଷ୍ଟ୍ରେଚରରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ଆଣିଥିଲେ। ତୁରନ୍ତ ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଦେଶ ସ୍ବାଧୀନ ହେବାର ୭୬ବର୍ଷ ମଧ୍ୟ ଏଠାରେ ଗମନାଗମନ କ୍ଷେତ୍ରରେ ସୁଦୃଢ଼ ହୋଇପାରିନି। ନାଲିଆବନ୍ଧ ପିଚୁରାସ୍ତାଠାରୁ ଦେଢ଼ କିଲୋମିଟର ପର୍ଯ୍ୟନ୍ତ ରାସ୍ତା ଅତି ଶୋଚନୀୟ ହୋଇପଡ଼ିଛି। ମାଟି ରାସ୍ତାରେ ମୋରମ ମୁଠେ ପଡୁ ନ ଥିବାରୁ ସାମାନ୍ୟ ବର୍ଷା ହେଲେ କାଦୁଅ ପରିପୂର୍ଣ୍ଣ ହୋଇଯାଉଛି। ବଡ଼ବଡ଼ ଖାଲଖମା ଓ କେନାଲ ନାଳରେ ହୋମ୍‌ ପାଇପ୍‌ ପକାଯାଇ ନ ଥିବାରୁ କାଠ ପକାଇ ଲୋକେ ଯାତାୟାତ କରୁଛନ୍ତି। ଏଣୁ ସାଇକେଲ ବାଇକ ଦୂର ର କଥା ଚଲାପାଦ ବ୍ୟବହାର କରିବା କଷ୍ଟକର ହୋଇପଡୁଛି। ଆମୁଣିପୁର ଗ୍ରାମରେ ବସବାସ କରୁଥିବା ୨୦ ଆଦିବାସୀ ପରିବାରର ପ୍ରାୟ ୧୫୦ ପରିବାର ଯାତାୟାତ କ୍ଷେତ୍ରରେ ଭାରି ହଇରାଣ ହେଉଛନ୍ତି। ନିକଟରେ ଘଞ୍ଚ ଜଙ୍ଗଲ ରହିଛି। ହାତୀ ଭାଲୁ ଆଦି ବନ୍ୟଜନ୍ତୁ ସଞ୍ଜ ନଇଁଲେ ଗାଁମୁହାଁ ହେଉଛନ୍ତି। ଆଲୋକୀକରଣ ସୁବିଧା ନ ଥିବାରୁ ସଞ୍ଜ ହେଲେ ରାସ୍ତାଘାଟ କିଟିମିଟି ଅନ୍ଧାର ହୋଇଯାଉଛି। ଲୋକେ ଘରୁ ପଦାକୁ ବାହାରିବାକୁ ଭୟ କରୁଛନ୍ତି। ଆମୁଣିପୁର ଗ୍ରାମରେ ବିକାଶ ପହଞ୍ଚି ପାରୁ ନ ଥିବାରୁ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କେନ୍ଦୁଝର ଜିଲାପାଳ ତୁରନ୍ତ ରାସ୍ତା ମରାମତି ସମେତ ଉନ୍ନତିକରଣ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆମୁଣିପୁର ବାସିନ୍ଦା ଦାବି କରିଛନ୍ତି। ନଚେତ ଚଳିତବର୍ଷ ସାଧାରଣ ନିର୍ବାଚନରେ ଭୋଟ୍‌ ବର୍ଜନ କରିବାକୁ ଲୋକେ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?