ଖଟିଆରେ ବୁହାହେଲେ ରୋଗୀ

ଚାନ୍ଦବାଲି,୧୧ା୭(ଡି.ଏନ.ଏ.)-ରାସ୍ତା ଖରାପ ଯୋଗୁ ଜଣେ ମହିଳା ଗୋଗୀଙ୍କୁ ତାଙ୍କ ପରିବାର ଲୋକେ ଖଟିଆରେ ବୋହି ପ୍ରାୟ ୩ କି.ମି ଦୂର ମୁଖ୍ୟ ରାସ୍ତାକୁ ଆଣି ସେଠାରୁ ଘରୋଇ ଗାଡ଼ିରେ ଡାକ୍ତରଖାନାକୁ ନେବା ଚର୍ଚ୍ଚାର ବିଷୟ ହୋଇଛି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ନଳଗୋହୀରା ପଞ୍ଚାୟତ ଅନ୍ତର୍ଗତ ନୂଆଗାଁ ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି। ପକ୍ଷାଘାତ ରୋଗରେ ପୀଡ଼ିତ ଏହି ମହିଳାଜଣଙ୍କ ହେଲେ ନବଘନ ରାଉତଙ୍କ ସ୍ତ୍ରୀ ଶାନ୍ତିଲତା।


ସୂଚନା ଅନୁଯାୟୀ, ମତୋ-ଚୌଧୁରୀ ଘାଟ ଗ୍ରାମ ସଡ଼କରୁ ନୂଆଗାଁକୁ ଏକ ପକ୍କା ରାସ୍ତା ଦୀର୍ଘଦିନ ହେବ ତିଆରି ହୋଇଛି। ଏହା ଅଣ ଓସାରିଆ। ଆବଶ୍ୟକ ମରାମତି ଅଭାବରୁ ଏହି ରାସ୍ତା ଅତ୍ୟନ୍ତ ଖରାପ ହେବା ସହିତ ଯାତାୟାତ ଅନୁପଯୁକ୍ତ ହୋଇଛି । ରାସ୍ତା ଉପରେ ବର୍ଷାପାଣି ଜମି ରହୁଛି। ଫଳରେ ଗାଁକୁ ଆମ୍ବୁଲାନ୍ସ କିମ୍ବା ଦମକଳ ମଧ୍ୟ ପଶି ପାରୁନାହିଁ ା ଗୁରୁବାର ରାତି ପ୍ରାୟ ୯ଟା ବେଳେ ଶାନ୍ତିଲତା ଅସୁସ୍ଥ ହୋଇ ପଡ଼ିଥିଲେ ା ଆମ୍ବୁଲାନ୍ସ ଓ ଘରୋଇ ଗାଡ଼ିକୁ ଫୋନ କଲେ ମଧ୍ୟ ଖରାପ ରାସ୍ତା କାରଣରୁ କେହି ଗାଁକୁ ଆସିବାକୁ ରାଜି ହେଲେନାହିଁ ା ଶେଷରେ ଶାନ୍ତିଲତାଙ୍କ ପରିବାର ଲୋକେ ଓ ଗାଁର କେତେଜଣ ଯୁବକ ତାଙ୍କୁ ଖଟିଆରେ ଶୁଆଇ ମୁଖ୍ୟ ରାସ୍ତାକୁ ଆଣିଥିଲେ। ସେଠାରୁ ଘରୋଇ ଗାଡିରେ ନେଇ ଚାନ୍ଦବାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ତାଙ୍କୁ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri