8th Pay Commission: ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର, ଏହି ଦିନଠୁ ଲାଗୁ ହେବ… ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୧୨।୨: କେନ୍ଦ୍ର ସରକାର ୮ମ ବେତନ କମିଶନ ଗଠନ ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ଏବେ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ କମିଶନ କେବେ ଗଠନ ହେବ ତାହା ଜାଣିବାକୁ ଅପେକ୍ଷା କରିଛନ୍ତି। ରିପୋର୍ଟ ଅନୁଯାୟୀ, ଏହି କମିଶନ ଚଳିତ ବର୍ଷ ଏପ୍ରିଲରେ ଗଠନ କରାଯିବ। ଏନେଇ ଏକ ସାକ୍ଷାତକାରେ, ଅର୍ଥ ମନ୍ତ୍ରଣାଳୟର ବ୍ୟୟ ସଚିବ ମନୋଜ ଗୋଏଲ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଦୁଇ ମାସ ମଧ୍ୟରେ, ହୁଏତ ଏପ୍ରିଲ ସୁଦ୍ଧା ୮ମ ବେତନ କମିଶନ ଗଠନ କରାଯାଇପାରେ। ଏହାର ଖସଡ଼ା ପ୍ରସ୍ତୁତ କରାଯାଇ ପ୍ରତିରକ୍ଷା ମନ୍ତ୍ରଣାଳୟ, ଗୃହ ମନ୍ତ୍ରଣାଳୟ ଏବଂ ତାଲିମ ବିଭାଗକୁ ସେମାନଙ୍କ ମତାମତ ପାଇଁ ପଠାଯାଇଛି। ସେ କହିଛନ୍ତି , ସେମାନଙ୍କ ମତାମତ ଏବଂ ସୁପାରିଶ ପାଇବା ପରେ TOR ପ୍ରସ୍ତୁତ କରାଯିବ ଏବଂ ପୁନର୍ବାର କ୍ୟାବିନେଟର ଅନୁମୋଦନ ଲୋଡାଯିବ।

ଏହି ସାକ୍ଷାତକାରରେ ଯେତେବେଳେ ତାଙ୍କୁ ୮ମ ବେତନ କମିଶନର ଆର୍ଥିକ ପ୍ରଭାବ ବିଷୟରେ ପଚରାଯାଇଥିଲା, ସେ ଉତ୍ତର ଦେଇ କହିଛନ୍ତି, ଆମେ ଆକଳନ କରିଛୁ ଯେ ଆଗାମୀ ଆର୍ଥିକ ବର୍ଷରେ ବେତନ କମିଶନର କୌଣସି ଆର୍ଥିକ ପ୍ରଭାବ ପଡ଼ିବ ନାହିଁ। ବେତନ କମିଶନ ଗଠନ ପରେ ଏହାର ରିପୋର୍ଟ ଦାଖଲ କରିବାକୁ କିଛି ସମୟ ଲାଗିବ, ଯାହା ଉପରେ ସରକାର ପରେ ନିଷ୍ପତ୍ତି ନେବେ। ତେଣୁ, ଆମେ ପରବର୍ତ୍ତୀ ଆର୍ଥିକ ବର୍ଷରେ କୌଣସି ଖର୍ଚ୍ଚ ଆଶା କରୁନାହୁଁ। ଏହି ଖର୍ଚ୍ଚ ଏପ୍ରିଲ ୨୦୨୬ରୁ ଆରମ୍ଭ ହେଉଥିବା ଆର୍ଥିକ ବର୍ଷରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ପ୍ଲାଣ୍ଟରେ ଭାରତରେ ଆଇଫୋନ ଉତ୍ପାଦନ ଆରମ୍ଭ, ଟାରିଫ୍ ପ୍ରଭାବିତ ଚାଇନାଠୁ ଦୂରାଉଛି ଆପଲ

ନୂଆଦିଲ୍ଲୀ, ୨୯।୪: ଆପଲ ତାମିଲନାଡୁରେ ଟାଟା ଇଲେକ୍ଟ୍ରୋନିକ୍ସର ଏକ ନୂତନ ପ୍ଲାଣ୍ଟରେ ଆଇଫୋନ ଉତ୍ପାଦନ ଆରମ୍ଭ କରିଛି, ଏବଂ ବେଙ୍ଗାଲୁରୁରେ ଫକ୍ସକନ ଦ୍ୱାରା ପରିଚାଳିତ ଦ୍ୱିତୀୟ...

Gold Rate: ଅକ୍ଷୟ ତୃତୀୟା ପୂର୍ବଦିନ ଖସିଲା ସୁନାଦର! କାଲି ଏତେ କମିିଯିବ…

ନୂଆଦିଲ୍ଲୀ, ୨୯।୪: ଆନ୍ତର୍ଜାତୀୟ ବଜାରରେ ସୁନା ଦରରେ ବି ହ୍ରାସ ଦେଖାଦେଇଛି। ଏକ ରିପୋର୍ଟ ଅନୁସାରେ, ଗତ ଦୁଇ ଦିନରେ ସୁନାର ମୂଲ୍ୟ ପ୍ରାୟ ୩,୮୦୦...

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରି ‘ଗାଏବ’ ପୋଷ୍ଟ: ବିବାଦ ପରେ ଡିଲିଟ କଲା କଂଗ୍ରେସ

ନୂଆଦିଲ୍ଲୀ, ୨୯।୪: କଂଗ୍ରେସ ପାର୍ଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରି ସୋସିଆଲ ମିଡିଆରେ ଏକ ବିବାଦୀୟ ପୋଷ୍ଟ କରିଥିଲା, ଯେଉଁଥିରେ ମୋଦିଙ୍କ ମୁଣ୍ଡବିହୀନ ଫଟୋ...

ୟୁଜିସି ନେଟ୍‌ ଫର୍ମ ଆବେଦନର ଶେଷ ତାରିଖ ମେ ୭

ଭୁବନେଶ୍ୱର,୨୯।୪(ସୁଚିସ୍ମିତା ସାହୁ): ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଜାତୀୟ ଯୋଗ୍ୟତା ପରୀକ୍ଷା (ଏନ୍‌ଇଟି)-୨୦୨୫ର ଜୁନ୍‌ ସେସନ ପାଇଁ ପଞ୍ଜୀକରଣ...

ସାକ୍ଷୀଗୋପାଳଙ୍କ ବଗିଚାରୁ ଲକ୍ଷାଧିକ ଟଙ୍କାର ଚନ୍ଦନ ଗଛ କାଟିନେଲେ

ସାକ୍ଷୀଗୋପାଳ,୨୯।୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ରାତି ପାହିଲେ ଚନ୍ଦନ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ଯାତ୍ରା। ଚନ୍ଦନ ପୋଖରୀରେ ଚାପ ଖେଳିବେ ବିଜେ ପ୍ରତିମା ମଦନମୋହନ। ୨୧...

ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ: ସଜାଗ ରହିବା ପାଇଁ ବିଭାଗ ଗୁଡ଼ିକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯।୪: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ...

ଲିଟର ପିଛା ୨ ଟଙ୍କା ବଢ଼ିଲା କ୍ଷୀର ମୂଲ୍ୟ, ନୂତନ ଦର ତାଲିକା ଜାଣନ୍ତୁ

ଭୁବନେଶ୍ୱର, ୨୯।୪: ଦେଶର ଅଗ୍ରଣୀ କ୍ଷୀର ଉତ୍ପାଦନ କମ୍ପାନୀ ମଦର ଡେରୀ ଦିଲ୍ଲୀ-ଏନସିଆର ଅଞ୍ଚଳ ସମେତ ସମସ୍ତ ଅପରେଟିଂ ମାର୍କେଟରେ କ୍ଷୀର ମୂଲ୍ୟ ବୃଦ୍ଧି କରିଛି।...

ପାକିସ୍ତାନୀ କଳାକାରଙ୍କୁ ରୋକଠୋକ୍‌ ଶୁଣାଇଦେଲେ ଜାଭେଦ ଅଖତର, ସମସ୍ତେ କାବା

ନୂଆଦିଲ୍ଲୀ,୨୯।୪: ପହଲଗାମରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ନିରୀହ ବ୍ୟକ୍ତିଙ୍କ ଜୀବନ ହାନି ଘଟିଥିଲା। ଏହି ଘଟଣା ପରେ ଭାରତରେ ପାକିସ୍ତାନୀ କଳାକାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri