ତଥ୍ୟ ସଂଗ୍ରହ କଲା ପିସିସି ପ୍ରତିନିଧି ଦଳ

ଚିତ୍ରକୋଣ୍ଡା/ମାଲକାନଗିରି,୮ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ନୂଆଗୁଡ଼ା ପଞ୍ଚାୟତର ଆର୍‌ଏସ୍‌ସି-୧୩ ଗ୍ରାମରେ ଜୁନ୍‌ ୭ରେ ପୋଲିସ ଟିମ୍‌ ରାତିଅଧିଆ ଚଢ଼ାଉକରି ଗଞ୍ଜେଇ ଜବତ ନାଁରେ ମହିଳାମାନଙ୍କୁ ମାଡ଼ ମାରିବା ଅଭିଯୋଗ ହୋଇଥିଲା। ଏହି ଘଟଣାର ତଦନ୍ତ ଲାଗି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ୫ ଜଣିଆ ପ୍ରତିନିଧି ଦଳ ଗାଁକୁ ଯାଇ ଘର ଘର ବୁଲି ଘଟଣା ବିଷୟରେ ତଥ୍ୟ ସଂଗ୍ରହ କରିଛି। ଟିମ୍‌ରେ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ଖରିଆର ବିଧାୟକ ଅଧିରାଜ ପାଣିଗ୍ରାହୀ, ରାଜଗାଙ୍ଗପୁର ବିଧାୟକ ସି.ଏସ୍‌. ରାଜେନ ଏକ୍କା, ଡାବୁଗାଁର ପୂର୍ବତନ ବିଧାୟକ ଭୁଜବଳ ମାଝି ରହିଥିଲେ। ଆର୍‌ଏସ୍‌ସି-୧୩ ଗ୍ରାମରେ ପ୍ରତିନିଧି ଦଳ ଏକ ସଭାର ଆୟୋଜନ କରି ଆଦିବାସୀ ମହିଳାଙ୍କୁ ନ୍ୟାୟ ପ୍ରଦାନ ସହ ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ୱିବେଦୀଙ୍କୁ ଚାକିରିରୁ ବରଖାସ୍ତ ଏବଂ ଗିରଫ ଦାବି କରିଛି। ଏହି ଘଟଣା ବିଷୟରେ ବିଧାନସଭାରେ ପ୍ରଶ୍ନ ଉଠାଯିବ ବୋଲି ମଧ୍ୟ କୁହାଯାଇଛି। ଅନ୍ୟପକ୍ଷରେ ଏହି ପ୍ରତିନିଧି ଦଳ ମାଲକାନଗିରିରେ ପହଞ୍ଚି ଏକ ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓଙ୍କୁ ବଦଳି ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛି। ତାହା ନ ହେଲେ ଆଗାମୀ ଦିନରେ କଂଗ୍ରେସ ଦଳ ରାଜରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବ ବୋଲି ଚେତାବନୀ ଦିଆଯାଇଛି। ସୂଚନାଯୋଗ୍ୟ, ଗାଁରେ ପୋଲିସ ପଶି ମହିଳାମାନଙ୍କୁ ଆକ୍ରମଣ କରିବା ଘଟଣାରେ ଜୁନ୍‌ ୨୦ରେ କଂଗ୍ରେସ ପକ୍ଷରୁ ଚିତ୍ରକୋଣ୍ଡାରେ ଗଣବିକ୍ଷୋଭ, ଶୋଭାଯାତ୍ରା କରାଯାଇଥିଲା। ଏଥିରେ ଆଦିବାସୀ ଗ୍ରାମବାସୀ ପାରମ୍ପରିକ ଅସ୍ତ୍ରଶସ୍ତ୍ର ସହ ସାମିଲ ହୋଇଥିଲେ। ଏହି ସମୟରେ ଗ୍ରାମବାସୀ ଉତ୍ତ୍ୟକ୍ତ ହୋଇ ଚିତ୍ରକୋଣ୍ଡା ଥାନା ପରିସରରେ ଭଙ୍ଗାରୁଜା କରିଥିଲେ। ଉକ୍ତ ଘଟଣାରେ ୧୮ କଂଗ୍ରେସ କର୍ମୀଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଯୁଦ୍ଧବିରତି ଭିତରେ ଇରାନ କଲା ବଡ଼ ଘୋଷଣା, ହର୍ମୁଜରେ ଜାହାଜ ଗଲେ ଉଡାଇ ଦେବୁ…

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହେବାର ପ୍ରାୟ 12 ଘଣ୍ଟା ବିତିଗଲା, ଯେତେବେଳେ ଇରାନ ନୌସେନା ହରମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri