ଡକରା ପାଇ ଦିଲ୍ଲୀରେ ପହଞ୍ଚିଲେ ପିସିସି ସଭାପତି

ଭୁବନେଶ୍ୱର,୮ା୬(ବ୍ୟୁରୋ): ନବନିଯୁକ୍ତ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଡକରା ପାଇ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ରାହୁଲ ଗାନ୍ଧୀ ଏବଂ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି) ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୧୦ ତାରିଖରେ ସେ ଦିଲ୍ଲୀରୁ ଫେରିବେ। ତେବେ ସେଠରେ କଂଗ୍ରେସ ହାଇକମାଣ୍ଡଙ୍କ ସହିତ ସେ ଦଳୀୟ ସଙ୍ଗଠନ ସମ୍ପର୍କରେ ଆଲୋଚନା କରିବେ। ୨୦୨୪ ସାଧାରଣ ନିର୍ବାଚନ ପାଇଁ ରୋଡ୍‌ ମ୍ୟାପ୍‌ ଚୂଡ଼ାନ୍ତ କରିବେ ବୋଲି ଜଣାପଡ଼ିଛି। ଅନ୍ୟପଟେ ଦଳ ଭିତରେ ଅନ୍ୟ କାହାକୁ କାର୍ଯ୍ୟକାରୀ ସଭାପତି ଦାୟିତ୍ୱ ମିଳିପାରେ ବୋଲି କୁହାଯାଉଛି। ସେହିପରି ବିଧାୟକ ଦଳ ନେତା ଏବଂ ମୁଖ୍ୟ ସଚେତକ ପଦବୀ ମଧ୍ୟ ପୂରଣ କରିବା ଲାଗି ନୂଆ କୌଣସି ନେତାଙ୍କୁ ଦାୟିତ୍ୱ ଦେବା ଉପରେ ଆଲୋଚନା ହୋଇପାରେ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି। ଅନ୍ୟପକ୍ଷରେ ଦିଲ୍ଲୀରୁ ଫେରିବା ପରେ ଆସନ୍ତା ୧୦ ତାରିଖରେ ପିସିସି ସଭାପତି ନୂଆକରି ଦାୟିତ୍ୱ ନେବେ ବୋଲି ଦଳର ଗଣମାଧ୍ୟମ ସଂଯୋଜକ ଦୀପକ ମହାପାତ୍ର କହିଛନ୍ତି। ଶରତ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ କଂଗ୍ରେସ ଭବନକୁ ନୂଆ ରଙ୍ଗ ଦିଆଯାଇଛି।
ମିଳିଥିବା ସୂଚନା ମୁତାବକ, ପିସିସି ସଭାପତି ପଟ୍ଟନାୟକ ଉଦୟପୁର ନବସଂକଳ୍ପ ଶିବିରରେ ନିଆଯାଇଥିବା ନିଷ୍ପତ୍ତି ଉପରେ ଓଡ଼ିଶାରେ କି ପଦକ୍ଷେପ ନିଆଯାଇଛି ସେନେଇ ଦଳୀୟ ହାଇକମାଣ୍ଡଙ୍କୁ ଅବଗତ କରିବେ। ଏହାସହ ପିସିସିର ନୂଆ ଟିମ୍‌ ଗଠନ ନେଇ ମଧ୍ୟ ଆଲୋଚନା କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

ପୋଲକୁ ଧକ୍କା ଦେଇ ଓଲଟିଲା ଟୁରିଷ୍ଟ ଗାଡ଼ି, ୭ଜଣ ଆହତ

ସମ୍ବଲପୁର: ରେଢ଼ାଖୋଲ ରାସ୍ତାରେ ସଡ଼କ ଦୁର୍ଘଟଣା । ଭୁବନେଶ୍ୱରରୁ ସମ୍ବଲପୁର ଯିବା ବେଳେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି । ପୋଲକୁ ଧକ୍କା ଦେଇ ଓଲଟିପଡିଲା...

ବ୍ରେକ୍ ଫେଲ୍ ଯୋଗୁଁ ମର୍ମନ୍ତୁଦ ଦୁର୍ଘଟଣା, ୨ ଡ୍ରାଇଭରଙ୍କ ମୃତ୍ୟୁ

ସୁନ୍ଦରଗଡ଼: କୋଇଡାରେ ସଡ଼କ ଦୁର୍ଘଟଣା । ମୁହାଁମୁହିଁ ଧକ୍କା ହେଲା ଦୁଇ ଟ୍ରକ । ଭୟଙ୍କର ଦୁର୍ଘଟଣାରେ ୨ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି...

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri