ଡକରା ପାଇ ଦିଲ୍ଲୀରେ ପହଞ୍ଚିଲେ ପିସିସି ସଭାପତି

ଭୁବନେଶ୍ୱର,୮ା୬(ବ୍ୟୁରୋ): ନବନିଯୁକ୍ତ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଡକରା ପାଇ ମଙ୍ଗଳବାର ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଅବସରରେ ସେ ରାହୁଲ ଗାନ୍ଧୀ ଏବଂ ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି) ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୧୦ ତାରିଖରେ ସେ ଦିଲ୍ଲୀରୁ ଫେରିବେ। ତେବେ ସେଠରେ କଂଗ୍ରେସ ହାଇକମାଣ୍ଡଙ୍କ ସହିତ ସେ ଦଳୀୟ ସଙ୍ଗଠନ ସମ୍ପର୍କରେ ଆଲୋଚନା କରିବେ। ୨୦୨୪ ସାଧାରଣ ନିର୍ବାଚନ ପାଇଁ ରୋଡ୍‌ ମ୍ୟାପ୍‌ ଚୂଡ଼ାନ୍ତ କରିବେ ବୋଲି ଜଣାପଡ଼ିଛି। ଅନ୍ୟପଟେ ଦଳ ଭିତରେ ଅନ୍ୟ କାହାକୁ କାର୍ଯ୍ୟକାରୀ ସଭାପତି ଦାୟିତ୍ୱ ମିଳିପାରେ ବୋଲି କୁହାଯାଉଛି। ସେହିପରି ବିଧାୟକ ଦଳ ନେତା ଏବଂ ମୁଖ୍ୟ ସଚେତକ ପଦବୀ ମଧ୍ୟ ପୂରଣ କରିବା ଲାଗି ନୂଆ କୌଣସି ନେତାଙ୍କୁ ଦାୟିତ୍ୱ ଦେବା ଉପରେ ଆଲୋଚନା ହୋଇପାରେ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି। ଅନ୍ୟପକ୍ଷରେ ଦିଲ୍ଲୀରୁ ଫେରିବା ପରେ ଆସନ୍ତା ୧୦ ତାରିଖରେ ପିସିସି ସଭାପତି ନୂଆକରି ଦାୟିତ୍ୱ ନେବେ ବୋଲି ଦଳର ଗଣମାଧ୍ୟମ ସଂଯୋଜକ ଦୀପକ ମହାପାତ୍ର କହିଛନ୍ତି। ଶରତ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ କଂଗ୍ରେସ ଭବନକୁ ନୂଆ ରଙ୍ଗ ଦିଆଯାଇଛି।
ମିଳିଥିବା ସୂଚନା ମୁତାବକ, ପିସିସି ସଭାପତି ପଟ୍ଟନାୟକ ଉଦୟପୁର ନବସଂକଳ୍ପ ଶିବିରରେ ନିଆଯାଇଥିବା ନିଷ୍ପତ୍ତି ଉପରେ ଓଡ଼ିଶାରେ କି ପଦକ୍ଷେପ ନିଆଯାଇଛି ସେନେଇ ଦଳୀୟ ହାଇକମାଣ୍ଡଙ୍କୁ ଅବଗତ କରିବେ। ଏହାସହ ପିସିସିର ନୂଆ ଟିମ୍‌ ଗଠନ ନେଇ ମଧ୍ୟ ଆଲୋଚନା କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri