ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ପିସିସି ସଭାପତି

ଭୁବନେଶ୍ୱର,୮।୧୨: ବାତ୍ୟା ‘ଜୱାଦ’ ଫଳରେ ବହୁ ଜିଲାର ଚାଷୀଭାଇମାନେ ନାହିଁ ନ ଥିବା କ୍ଷତିର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ କ୍ଷତିପୂରଣ ଓ ଅନ୍ୟାନ୍ୟ ସୁବିଧା, ସହାୟତା ଯୋଗାଇ ଦେବାକୁ ମଙ୍ଗଳବାର ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ବାତ୍ୟା ‘ଜୱାଦ’ ଓଡ଼ିଶାର ସ୍ଥଳଭାଗ ଛୁଇଁ ନ ଥିଲେ ସୁଦ୍ଧା ଲଗାଣ ବର୍ଷା ଯୋଗ ଫସଲ ବିଶେଷ ଭାବେ କ୍ଷୟକ୍ଷତି ହୋଇଛି। ଦୁର୍ବିପାକ ପରବର୍ତ୍ତୀ ପ୍ରସଙ୍ଗର ସୁପରିଚାଳନା ଦାୟିତ୍ୱ ସରକାରଙ୍କ। ଉପକୁଳ ଅଞ୍ଚଳରେ ଚାଷୀମାନେ ସାଧାରଣତଃ ଲମ୍ବା ଧାନ ଚାଷ କରନ୍ତି। ଏହି ଧାନ କଟା ଡିସେମ୍ବର ମାସରୁ ଆରମ୍ଭ ହୁଏ। କିନ୍ତୁ ଚଳିତବର୍ଷ ଅନାବୃଷ୍ଟି ଯୋଗୁ ଧାନ ଚାଷ ପ୍ରାୟ ବିଳମ୍ବ ହୋଇଥିଲା। ମରୁଡିରେ ପ୍ରାୟ ୭୦ ଭାଗ ଧାନ ଫସଲ ନଷ୍ଟ ହୋଇଯିବାପରେ ୩୦ ଭାଗ ଫସଲ ଡିସେମ୍ବର ଶେଷ ସପ୍ତାହରେ ଅମଳ ହୋଇଥାନ୍ତା। କିନ୍ତୁ ‘ଜୱାଦ’ ବାତ୍ୟା ଓ ପ୍ରବଳ ବର୍ଷା ଯୋଗୁ ଧାନ ଏବେ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। କ୍ଷୟକ୍ଷତିର ଆକଳନ ଯୁଦ୍ଧକାଳୀନ ଭିତ୍ତିରେ କରାଯାଇ କ୍ଷତିପୂରଣ ତୁରନ୍ତ ଯୋଗାଇ ଦେବା ଆବଶ୍ୟକ। ରବି ଋତୁ ଆରମ୍ଭ ହୋଇଯାଇଥିବାରୁ ଚାଷୀଙ୍କୁ ତୁରନ୍ତ କ୍ଷତିମୂରଣ ମିଳିଲେ ସେମାନେ ଡାଲି ଜାତୀୟ ଫସଲ, ବାଦାମ, ପନିପରିବା ଚାଷ ପୁଣିଥରେ ଆରମ୍ଭ କରିପାରନ୍ତେ। ହେଲେ ସରକାରଙ୍କ କୌଣସି ସ୍ପଷ୍ଟ ନୀତି ନ ଥିବାରୁ କ୍ଷତିଗ୍ରସ୍ତ ଚାଷୀମାନେ କେବେ ତାଙ୍କ କ୍ଷତିପୂରଣ ପାଇବେ ତାହା ସ୍ପଷ୍ଟ ହୋଇପାରୁନି ବୋଲି ସେ କହିଛନ୍ତି। କେବଳ ଧାନ ଚାଷୀ ନୁହଁନ୍ତି, କପା, ମକା ଓ ଡାଲିଜାତୀୟ ଫସଲ ଚାଷ କରୁଥିବା ଚାଷୀମାନେ ମଧ୍ୟ ଅନେକ କ୍ଷତି ସହିଲେଣି। ଏହି ସବୁର ତୁରନ୍ତ ସମାଧାନ କରିବାକୁ ନିରଞ୍ଜନ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri