Posted inଜାତୀୟ

ପେନ୍‌ସନଧାରୀ ତୁରନ୍ତ କରି ନିଅନ୍ତୁ ଏହି କାମ: ନଚେତ୍‌ ବନ୍ଦ ହୋଇଯିବ ପେନସନ

ନୂଆଦିଲ୍ଲୀ,୨୨।୧୧: କେନ୍ଦ୍ର ସରକାରୀ ପେନସନଧାରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ରହିଛି। ଯଦି ଏ ଏପର୍ଯ୍ୟନ୍ତ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ କରିନାହାଁନ୍ତି, ତେବେ ଏହି କାର୍ଯ୍ୟ କରିବାକୁ ଆଉ ୯ ଦିନ ବାକି ଅଛି। ୩୦ ନଭେମ୍ବର ୨୦୨୪ ପୂର୍ବରୁ ଜୀବନ ପ୍ରମାଣପତ୍ର ଦାଖଲ କରାଇ ନେବାକୁ ପଡ଼ିବ, ନଚେତ୍‌ ପେନ୍‌ସନ ସୁବିଧା ବନ୍ଦ ହୋଇପାରେ। ୮୦ ବର୍ଷରୁ ଅଧିକ ପେନସନଧାରୀମାନେ ଅକ୍ଟୋବର ୧ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ, ଅନ୍ୟ ପେନସନଧାରୀମାନେ ନଭେମ୍ବର ୧, ୨୦୨୪ରୁ ନଭେମ୍ବର ୩୦ ପର୍ଯ୍ୟନ୍ତ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ।

ନଭେମ୍ବର ମାସ ପେନସନଧାରୀମାନଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର। ପେନସନ ଗ୍ରହଣ କରୁଥିବା ଲୋକେ ପାଇଁ ୩୦ ନଭେମ୍ବର ୨୦୨୪ ସୁଦ୍ଧା ସେମାନଙ୍କ ବଞ୍ଚିବାର ପ୍ରମାଣପତ୍ର ଦାଖଲ କରିବା ଜରୁରୀ ଅଟେ। ଯାହା ଦ୍ୱାରା ସେମାନେ କୌଣସି ପ୍ରତିବନ୍ଧକ ବିନା ପେନସନ ପାଇବା ଜାରି ରଖିପାରିବେ। ପେନସନଧାରୀଙ୍କ ଦ୍ୱାରା ଦାଖଲ ହୋଇଥିବା ଜୀବନ ପ୍ରମାଣପତ୍ର ଏକ ବର୍ଷ ପାଇଁ ବୈଧ ଅଟେ। ଗତ ବର୍ଷ ଜୀବନ ପ୍ରମାଣପତ୍ର ଦାଖଲ କରିଥିବା ପେନସନଧାରୀମାନେ କେବଳ ୩୦ ନଭେମ୍ବର ୨୦୨୪ ପର୍ଯ୍ୟନ୍ତ ବୈଧ ଅଟନ୍ତି। ଡିସେମ୍ବର ମାସରୁ ପେନସନ ପାଇବା ପାଇଁ, ପେନସନଧାରୀ ୩୦ ନଭେମ୍ବର ସୁଦ୍ଧା ଅର୍ଥାତ ଆସନ୍ତା ୯ ଦିନ ମଧ୍ୟରେ ସେମାନଙ୍କ ଜୀବନ ପ୍ରମାଣପତ୍ର ଦାଖଲ କରିବା ଆବଶ୍ୟକ।

ସୁପର ସିନିୟର ନାଗରିକ ଯଥା ୮୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତି ଅକ୍ଟୋବର ୧ ରୁ ନଭେମ୍ବର ୩୦, ୨୦୨୪ ପର୍ଯ୍ୟନ୍ତ ଜୀବନ ପ୍ରମାଣପତ୍ର ଦାଖଲ କରିବାର ସୁବିଧା ଥିବାବେଳେ ୬୦ ବର୍ଷରୁ ଅଧିକ ବୟସ୍କ ନାଗରିକମାନେ ନଭେମ୍ବର ୧ ରୁ ନଭେମ୍ବର ୩୦, ୨୦୨୪ ମଧ୍ୟରେ ଜୀବନ ପ୍ରମାଣପତ୍ର ଦାଖଲ କରିପାରିବେ। ଏହା ଉଭୟ ଅନଲାଇନ ଏବଂ ଅଫଲାଇନରେ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା

ରୋମ୍‌,୨୦।୯: ଇଟାଲୀର ସ୍କୁଲଗୁଡ଼ିକରେ ବୁର୍ଖା ଭଳି ମୁହଁ ସମ୍ପୂର୍ଣ୍ଣ ଢାଙ୍କୁଥିବା ପୋଷାକ ଉପରେ ପ୍ରତିବନ୍ଧ ଲଗାଇବା ସହ ପ୍ରତି କ୍ଲାସରେ ବିଦେଶୀ ଛାତ୍ରଙ୍କ ସଂଖ୍ୟା ସୀମିତ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?