ଚୁଆପାଣି ପିଇ ଜୀବନ ବଞ୍ଚାଉଛନ୍ତି ପାଇବରସାହିବାସୀ

ବାଲିଗୁଡ଼ା,୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ପଞ୍ଚାୟତର ୧୬ ନମ୍ବର ଓ୍ବାର୍ଡ ପାଇବରସାହିରେ ଜଳଯନ୍ତ୍ରଣା ଦେଖାଦେଇଛି। ପଞ୍ଚାୟତ କାର୍ଯ୍ୟାଳୟଠାରୁ ୬ କିଲୋମିଟର ଦୂରରେ ଥିବା ଏହି ଗାଁର ଜନସଂଖ୍ୟା ୨୦୦ରୁ ଊର୍ଦ୍ଧ୍ୱ, ଗ୍ରାମରେ ଏକମାତ୍ର ନଳକୂପ ଥିବା ବେଳେ ଗ୍ରୀଷ୍ମରେ ଜଳସ୍ତର ହ୍ରାସ ଯୋଗୁ ଲୋକଙ୍କ ଆବଶ୍ୟକତାକୁ ମେଣ୍ଟାଇ ପାରୁନି। ତେଣୁ ବାଧ୍ୟ ହୋଇ ଗ୍ରାମବାସୀ ବିଲମାଳରେ ଥିବା ଏକ ଚୁଆରୁ ପାଣି ସଂଗ୍ରହ କରି ଦୈନିକ ଆବଶ୍ୟକକୁ ମେଣ୍ଟାଉଛନ୍ତି। ହେଲେ ଚୁଆର ଗୋଳିଆ ପାଣି ପିଇ ବିଭିନ୍ନ ପେଟରୋଗର ଶିକାର ମଧ୍ୟ ହେଉଛନ୍ତି। ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣ ପାଇଁ ସରକାର ସୋଲାର ଜଳ ପ୍ରକଳ୍ପ ଓ ବସୁଧା ଯୋଜନା ଭଳି ଯୋଜନା କାର୍ଯ୍ୟକାରୀ କରୁଥିବା ବେଳେ ଏହି ଗ୍ରାମବାସୀଙ୍କ ପ୍ରତି ଶୁଭଦୃଷ୍ଟି ପଡ଼ି ନ ଥିବା ଅଭିଯୋଗ ହୋଇଛି। ତେଣୁ ପ୍ରଶାସନ ତୁରନ୍ତ ପାଇବରସାହିକୁ ନଳକୂପ କିମ୍ବା କୂପ ନିର୍ମାଣ କରିବାକୁ ଉକ୍ତ ଗ୍ରାମର ଭବାନୀ ମଲିକ, ରିମତି ପ୍ରଧାନ, ଶାନ୍ତି ମଲିକ, ଲକ୍ଷ୍ମୀ ମଲିକ, ଝୁନୁ ସାହୁ, ସୁମିତ୍ରା ସାହୁ, ଅନିତା ବେହେରା, ବାସନ୍ତୀ ବିନ୍ଧାଣି, ସୁଦମତି ପ୍ରଧାନ, ଜନମତି ପ୍ରଧାନ, ଯାଜ୍ଞସେନୀ ପ୍ରଧାନ, ଗିରିଧର ମଲିକ, ରେଣା ପ୍ରଧାନ ଓ ଶୁକଦେବ ବେହେରାଙ୍କ ସମେତ ପ୍ରମୁଖ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri