ଚୁଆପାଣି ପିଇ ଜୀବନ ବଞ୍ଚାଉଛନ୍ତି ପାଇବରସାହିବାସୀ

ବାଲିଗୁଡ଼ା,୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ପଞ୍ଚାୟତର ୧୬ ନମ୍ବର ଓ୍ବାର୍ଡ ପାଇବରସାହିରେ ଜଳଯନ୍ତ୍ରଣା ଦେଖାଦେଇଛି। ପଞ୍ଚାୟତ କାର୍ଯ୍ୟାଳୟଠାରୁ ୬ କିଲୋମିଟର ଦୂରରେ ଥିବା ଏହି ଗାଁର ଜନସଂଖ୍ୟା ୨୦୦ରୁ ଊର୍ଦ୍ଧ୍ୱ, ଗ୍ରାମରେ ଏକମାତ୍ର ନଳକୂପ ଥିବା ବେଳେ ଗ୍ରୀଷ୍ମରେ ଜଳସ୍ତର ହ୍ରାସ ଯୋଗୁ ଲୋକଙ୍କ ଆବଶ୍ୟକତାକୁ ମେଣ୍ଟାଇ ପାରୁନି। ତେଣୁ ବାଧ୍ୟ ହୋଇ ଗ୍ରାମବାସୀ ବିଲମାଳରେ ଥିବା ଏକ ଚୁଆରୁ ପାଣି ସଂଗ୍ରହ କରି ଦୈନିକ ଆବଶ୍ୟକକୁ ମେଣ୍ଟାଉଛନ୍ତି। ହେଲେ ଚୁଆର ଗୋଳିଆ ପାଣି ପିଇ ବିଭିନ୍ନ ପେଟରୋଗର ଶିକାର ମଧ୍ୟ ହେଉଛନ୍ତି। ଗ୍ରାମାଞ୍ଚଳରେ ପାନୀୟ ଜଳ ଯୋଗାଣ ପାଇଁ ସରକାର ସୋଲାର ଜଳ ପ୍ରକଳ୍ପ ଓ ବସୁଧା ଯୋଜନା ଭଳି ଯୋଜନା କାର୍ଯ୍ୟକାରୀ କରୁଥିବା ବେଳେ ଏହି ଗ୍ରାମବାସୀଙ୍କ ପ୍ରତି ଶୁଭଦୃଷ୍ଟି ପଡ଼ି ନ ଥିବା ଅଭିଯୋଗ ହୋଇଛି। ତେଣୁ ପ୍ରଶାସନ ତୁରନ୍ତ ପାଇବରସାହିକୁ ନଳକୂପ କିମ୍ବା କୂପ ନିର୍ମାଣ କରିବାକୁ ଉକ୍ତ ଗ୍ରାମର ଭବାନୀ ମଲିକ, ରିମତି ପ୍ରଧାନ, ଶାନ୍ତି ମଲିକ, ଲକ୍ଷ୍ମୀ ମଲିକ, ଝୁନୁ ସାହୁ, ସୁମିତ୍ରା ସାହୁ, ଅନିତା ବେହେରା, ବାସନ୍ତୀ ବିନ୍ଧାଣି, ସୁଦମତି ପ୍ରଧାନ, ଜନମତି ପ୍ରଧାନ, ଯାଜ୍ଞସେନୀ ପ୍ରଧାନ, ଗିରିଧର ମଲିକ, ରେଣା ପ୍ରଧାନ ଓ ଶୁକଦେବ ବେହେରାଙ୍କ ସମେତ ପ୍ରମୁଖ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri