ନବୀନ ନିବାସରେ ୫-ଟି ଅଧ୍ୟକ୍ଷଙ୍କୁ ଭେଟି କୃତଜ୍ଞତା ଜଣାଇଲେ ଛତ୍ରପୁରବାସୀ

ଛତ୍ରପୁର,୧ା୩(ଦିଲ୍ଲୀପ ସାମଲ): ଦୀର୍ଘଦିନ ପରେ ଛତ୍ରପୁରବାସୀଙ୍କ ଦାବିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଣିଛନ୍ତି। ଯାହା ଛତ୍ରପୁରବାସୀଙ୍କ ନିମନ୍ତେ ଉପହାର ଭେଟି ସଦୃଶ୍ୟ ହୋଇଛି। ଫେବୃଆରୀ ୨୪ରେ ୧୯୫୫ରେ ଗଠନ ହୋଇଥିବା କଳା, ସାହିତ୍ୟ ଓ ସଂସ୍କୃତି ଆଦି କ୍ଷେତ୍ରରେ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଗଞ୍ଜାମ ଜିଲାର ସଦରମହକୁମା ଛତ୍ରପୁର ଏନ୍‌ଏସିକୁ ରାଜ୍ୟ ସରକାର ମ୍ୟୁନିସିପାଲିଟିର ମାନ୍ୟତା ପ୍ରଦାନ କରିଛନ୍ତି। ଯାହାଫଳରେ ଛତ୍ରପୁର ସହରରେ ଖୁସିର ବାତାବରଣ ଖେଳିଯିବା ସହିତ ବାଣ ଫୁଟାଇ ଓ ମିଷ୍ଠାନ ବାଣ୍ଟି ଛତ୍ରପୁରବାସୀ ଖୁସି ଜାହିର କରିଥିଲେ। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ୱ ଏବଂ ଛତ୍ରପୁର ଏନ୍‌ଏସି ଉପାଧ୍ୟାକ୍ଷ ଜି. ପାପା ରାଓ ତତ୍ତ୍ୱାବଧାନରେ ବହୁ ସଂଖ୍ୟକ ସହରବାସୀ, ଜନପ୍ରତିନିଧି, ଆଇନଜୀବୀ, ବୁଦ୍ଧିଜୀବୀ ଏବଂ ମିଶନ ଶକ୍ତିର ମାଆମାନେ ନବୀନ ନିବାସରେ ପହଞ୍ଚି ସେଠାରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟି ପୁଷ୍ପଗୁଚ୍ଛ ପ୍ରଦାନ କରି ଧନ୍ୟବାଦ ଜଣାଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀର୍ଘାୟୁ କାମନା କରିବା ସହିତ ମୁଖ୍ୟମନ୍ତ୍ରୀଙ୍କ ସବୁବେଳେ ଛତ୍ରପୁର ପ୍ରତି ଏପରି ଆର୍ଶୀବାଦ ଥାଉ ବୋଲି କହିଥିଲେ। ଏହି ଅବସରରେ ଛତ୍ରପୁର ଏନ୍‌ଏସିର କାଉନସିଲର ଦେବାଶିଷ ମିଶ୍ର, ପ୍ରୀତିଛନ୍ଦା ସାମଲ, ସନ୍ତୋଷୀ ସେଠୀ, ମମତା ପାତ୍ର, ବି. ନିଶ୍ଚଳା ଓ ସୁମନ୍ତ ନାହାକ, ଯୁବ ବିଜେଡି ଛତ୍ରପୁର ନିର୍ବାଚନ ମଣ୍ଡଳୀର ସଭାପତି ସନମୁଖ ପଟ୍ଟନାୟକ,ଯୁବ ବିଜେଡି ଛତ୍ରପୁର ବ୍ଲକ ଉପସଭାପତି କାହ୍ନୁଚରଣ ବେହେରା, ସରକାରୀ ଓକିଲ ସୀମାଞ୍ଚଳ ମହାପାତ୍ର, ବିଜୟ କୃଷ୍ଣ ପଟ୍ଟନାୟକ, ସୁରେଶ ପଣ୍ଡା ଓ ଭୈରବୀ କୁମାର ପଟ୍ଟନାୟକ, ଛତ୍ରପୁର ପର୍ଯ୍ୟବେକ୍ଷକ ନାରାୟଣ ଜେନା ଙ୍କ ସମେତ ବହୁ ବୃଦ୍ଧିଜୀବୀ, ବିଜୁ ଆଇନ ସାମ୍ମୁଖ୍ୟ ବହୁ ସଭ୍ୟ, ମିଶନ ଶକ୍ତିର ମା’ ଓ ସ୍ଥାନୀୟ ଜନସାଧାରଣ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

ବିରାଟ-ଗିଲ୍‌ଙ୍କ ଶତକରେ ଭାରତର ବଡ଼ ବିଜୟ, ୮ ୱିକେଟ୍‌ରେ ହାରିଲା ୱେଷ୍ଟଇଣ୍ଡିଜ

ତିରୁଭାନନ୍ତପୁରମ,୨୭।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଭାରତ ୮ ୱିକେଟ୍‌ରେ ବିଜୟୀ ହୋଇଛି । ତିରୁଭାନନ୍ତପୁରମର ଗ୍ରୀନ୍‌ଫିଲ୍ଡ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଭାରତ ସମ୍ମୁଖରେ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?