ଭଗବାନ ରାମଙ୍କ ଭବ୍ୟ ମନ୍ଦିର ନିର୍ମାଣ ଦେଖି ନେପାଳ ଲୋକ ବହୁତ ଖୁସି: ମୋଦି

କାଠମାଣ୍ଡୁ,୧୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନେପାଳ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ଗୌତମ ବୁଦ୍ଧଙ୍କ ଜନ୍ମସ୍ଥାନ ଲୁମ୍ବିନୀରେ ନେପାଳର ପ୍ରଧାନମନ୍ତ୍ରୀ ଶେର ବାହାଦୂର ଦେଉବାଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଦ୍ୱିପାକ୍ଷିକ ସହଭାଗୀତାରେ ନୂତନ କ୍ଷେତ୍ର ଅନୁସନ୍ଧାନ ଏବଂ ସହଯୋଗକୁ ମଜବୁତ କରିବାର ଉପାୟ ଉପରେ ଦୁଇ ନେତା ଆଲୋଚନା କରିଥିଲେ।
ଏହା ପରେ ବୁଦ୍ଧ ଜୟନ୍ତୀରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦି ପହଞ୍ଚିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ଏହା ପୂର୍ବରୁ ବୈଶାଖ ପୂର୍ଣ୍ଣିମା ଦିନ ମଧ୍ୟ ଭଗବାନ ବୁଦ୍ଧଙ୍କ ସହ ଜଡିତ ଇଶ୍ୱରୀୟ ସ୍ଥାନକୁ ଯିବାର ସୁଯୋଗ ପାଇଥିଲି। ଆଜି, ଭାରତର ବନ୍ଧୁ ନେପାଳରେ ପ୍ରଭୁ ବୁଦ୍ଧଙ୍କ ପବିତ୍ର ଜନ୍ମ ସ୍ଥାନ ଲୁମ୍ବିନୀ ପରିଦର୍ଶନ କରିବାର ସୌଭାଗ୍ୟ ମିଳିଛି। ମାୟାଦେବୀ ମନ୍ଦିର ପରିଦର୍ଶନ କରିବାର ସୁଯୋଗ ମଧ୍ୟ ମୋ ପାଇଁ ଅବିସ୍ମରଣୀୟ। ମୁଁ ଜନକପୁରରେ କହିଥିଲି ଯେ ନେପାଳ ବିନା ଆମ ରାମ ମଧ୍ୟ ଅସମ୍ପୂର୍ଣ୍ଣ। ମୁଁ ଜାଣେ ଆଜି ଭାରତରେ ପ୍ରଭୁ ଶ୍ରୀ ରାମଙ୍କର ଏକ ବିଶାଳ ମନ୍ଦିର ନିର୍ମାଣ ହେଉଛି, ଏଥିରେ ନେପାଳର ଲୋକମାନେ ମଧ୍ୟ ଖୁସି ଅଛନ୍ତି।
ଭାରତ-ନେପାଳ ସମ୍ପର୍କ ଉପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଭାରତ ଏବଂ ନେପାଳ ମଧ୍ୟରେ ଦିନକୁ ଦିନ ବଢୁଥିବା ବନ୍ଧୁତା ସମଗ୍ର ମାନବିକତାର ଲାଭ ପାଇଁ କାର୍ଯ୍ୟ କରିବ। ନେପାଳର ଲୁମ୍ବିନି ସଂଗ୍ରହାଳୟ ମଧ୍ୟ ଦୁଇ ଦେଶ ମଧ୍ୟରେ ମିଳିତ ସହଯୋଗର ଏକ ଉଦାହରଣ। ନେପାଳ ସହ ଆମର ସମ୍ପର୍କ ଅତୁଳନୀୟ। ଭାରତ ଏବଂ ନେପାଳ ମଧ୍ୟରେ ସଭ୍ୟତା ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ ଆମର ଘନିଷ୍ଠ ସମ୍ପର୍କର ସ୍ଥାୟୀ ଢାଞ୍ଚାରେ ରହିଥାଏ। ୨୦୧୪ ମସିହା ପରଠାରୁ ଏହା ହେଉଛି ପ୍ରଧାନମନ୍ତ୍ରୀ ମୋଦିଙ୍କ ୫ମ ନେପାଳ ଗସ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri