ଓଡିଶାବାସୀ ଆମର ବସ୍‌: ନବୀନ

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ)-ନିର୍ବାଚନ ଜିତିବା, କ୍ଷମତା ହାତେଇବା ଓ କେନ୍ଦ୍ରରେ ସରକାର ଗଢିବା ଜାତୀୟ ଦଳର ମୁଖ୍ୟ ଲକ୍ଷ୍ୟ । ଜାତୀୟ ନେତୃତ୍ୱକୁ ଖୁସି କରି ମନ୍ତ୍ରୀ କିମ୍ବା କିଛି ବଡ ପଦବୀ ହାସଲ କରିବା ଜାତୀୟ ଦଳର ରାଜ୍ୟ ନେତୃତ୍ୱଙ୍କର ମୁଖ୍ୟ ଲକ୍ଷ୍ୟ। ଜାତୀୟ ଜଳଗୁଡିକ ରାଜ୍ୟ ଯୁବଗୋଷ୍ଠୀଙ୍କୁ ମହାସାଗରରେ ଗୋଟିଏ ଛୋଟ ଛୋଟ ଜଳ ବିନ୍ଦୁ କରି ହଜାଇ ଦେବେ । ଜାତୀୟ ଦଳରେ ଜଳ ବିନ୍ଦୁ ନ ହୋଇ ଆଞ୍ଚଳିକ ଦଳରେ ମହାସାଗର ହୁଅନ୍ତୁ ବୋଲି ରାଜ୍ୟ ଯୁବଗୋଷ୍ଠୀଙ୍କୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି ।
ଶୁକ୍ରବାର ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବିଜୁ ଯୁବ ଜନତା ଦଳର ପ୍ରଥମ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସ ଜରିଆରେ କଂଗ୍ରେସ ଓ ଭାଜାପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଇତିହାସ କହୁଛି ଜାତୀୟ ଦଳର ସବୁ ବେଳେ ମେନଷ୍ଟ୍ରିମିଂ ଏଜେଣ୍ଡା ରହିଛି । କବଳ ଏହା ଜରିଆରେ ହିଁ ସେମାନେ ଅଧିକ ଭୋଟ ପାଇ ପାରିବେ। ଏଥିପାଇଁ ସେମାନଙ୍କର ନୀତି ହେଉଛି ଗୋଟିଏ ଭାଷା ହିନ୍ଦୀ,ଗୋଟିଏ ସଂସ୍କୃତି, ଗୋଟିଏ ନୀତି ଯାହାକୁ ବଡ ବଡ ରାଜ୍ୟଗୁଡିକ ପାଇଁ ସୁବିଧା ହେବ। ନିର୍ବାଚନ ଜିତିବା ପରେ ରାଜ୍ୟମାନଙ୍କର ସ୍ବତନ୍ତ୍ର ପରିଚୟକୁ ଅଣଦେଖା କରି ସେହି ନୀତିକୁ ସମସ୍ତଙ୍କ ଉପରେ ଲଦି ଦିଅନ୍ତି। ଜାତୀୟ ଦଳଗୁଡିକ ଜାତୀୟ ସ୍ତରରେ ନିଜ ସ୍ବାର୍ଥ ପାଇଁ ରାଜ୍ୟଗୁଡିକର ସ୍ବତନ୍ତ୍ର ଆବଶ୍ୟକତା ସହିତ ବୁଝାମଣା କରିଥାଆନ୍ତି।
ରାଜ୍ୟରେ କଂଗ୍ରେସ ସରକାର ଥିଲାବେଳେ ସବୁବେଳେ ଦିଲ୍ଲୀରୁ ରିମୋଟ କଣ୍ଟ୍ରୋଲ ଦ୍ୱାରା ଚାଲୁଥିଲା। ଭାଜପା ଶାସିତ ରାଜ୍ୟଗୁଡିକ ମଧ୍ୟ ସେମାନଙ୍କ ଜାତୀୟ ନେତୃତ୍ୱର ନିର୍ଦ୍ଦେଶରେ କାମ କରୁଛନ୍ତି। ମାତ୍ର ବିଜୁ ଜନତା ଦଳ ଗୋଟିଏ ଆଞ୍ଚଳିକ ଦଳ ଭାବରେ ଓଡିଶାର ସ୍ବତନ୍ତ୍ର ପରିଚୟର ପ୍ରଚାର ଓ ପ୍ରସାର ପାଇଁ କାମ କରୁଛି। ଦିଲ୍ଲୀରେ ଆମର କେହି ବସ୍‌ ନାହାନ୍ତି। ଓଡିଶାବାସୀ ହେଉଛନ୍ତି ଆମର ବସ୍‌। ଆମେ କେବଳ ଓଡିଶା ବାସୀଙ୍କ ପାଇଁ କାମ କରୁଛୁ। ସେମାନଙ୍କର ଅଧିକାର ପାଇଁ କାମ କରୁଛୁ। ମହାନଦୀ ପାଣି ପାଇଁ ଲଢେଇ କରୁଛୁ। ଓଡିଶୀ ସଂଗୀତକୁ ଶାସ୍ତ୍ରୀୟ ସଂଗୀତ ମାନ୍ୟତା ଦେବା ପାଇଁ ଲଢେଇ କରୁଛୁ। କୋଶଳୀ ଏବଂ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ପରିଚ୍ଛେଦରେ ସାମିଲ କରିବା ପାଇଁ ଲଢେଇ କରୁଛି। ଓଡିଶାର ଖଣିଜ ସମ୍ପଦର ଲାଭ ଯେପରି ଓଡିଶା ଏବଂ ଓଡିଶାବାସୀ ପାଇବେ ସେଥିପାଇଁ ଲଢେଇ ଜାରି ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri