Posted inରାଜ୍ୟ

‘ମୋର ମନେ ଅଛି କି ନାହିଁ ଓଡ଼ିଶାବାସୀ ଜାଣିଛନ୍ତି’, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜବାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମାଲୋଚନା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜୁନ ୧୦ରେ ବି ନୁହେଁ ଆଉ ୧୦ ବର୍ଷ ପରେ ବି ଭାଜପା ଓଡ଼ିଶାବାସୀଙ୍କ ହୃଦୟ ଜିତିପାରିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପ୍ରକାଶ କରିଛନ୍ତି।

ଓଡ଼ିଶା ଗସ୍ତରେ ଆସିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୁଲବାଣୀ, ବଲାଙ୍ଗୀର ଏବଂ ବରଗଡଠାରେ ଆୟୋଜିତ ବିଜୟ ସଙ୍କଳ୍ପ ସମାବେଶରେ ଶନିବାର ଯୋଗଦେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ। ଏପରିକି ମୁଖ୍ୟମନ୍ତ୍ରୀ ବିନା କାଗଜରେ ଓଡିଶାର ୩୦ ଜିଲା ଏବଂ କଣ୍ଟାବାଞ୍ଝିର ୧୦ଟି ଗ୍ରାମର ନାମ କହି ପାରିବେ ବୋଲି ମୋଦି କହିଥିଲେ। ଏହାର ଜବାବରେ ମୁଖ୍ୟମନ୍ତ୍ରୀ ଉପରୋକ୍ତ ମନ୍ତବ୍ୟ ଦେଇଛନ୍ତି।

ନବୀନ ଏହା ମଧ୍ୟ କହିଛନ୍ତି ଯେ, ”ଶାସ୍ତ୍ରୀୟ ଭାଷା ମାନ୍ୟତା ସତ୍ତ୍ବେ ପ୍ରଧାନମନ୍ତ୍ରୀ ଓଡ଼ିଆ ଭାଷାକୁ ଭୁଲିଗଲେ। ଓଡ଼ିଶାରେ ବହୁତ ବରପୁତ୍ର ଅଛନ୍ତି, କେହି ଜଣେ ଭାରତରତ୍ନ ପାଇଁ ଠିକ୍ ଲାଗିଲେନି। ‘ଭାରତରତ୍ନ ଦେଲା ବେଳେ ବିଜୁ ପଟ୍ଟନାୟକଙ୍କୁ ମଧ୍ୟ ଭୁଲିଗଲେ।”

ଦରବୃଦ୍ଧି , ୨ କୋଟି ନିଯୁକ୍ତି ପ୍ରତିଶ୍ରୁତି ଓଡ଼ିଶାବାସୀ ମନେ ରଖିଛନ୍ତି। ତେଣୁ ଜୁନ ୧୦ ନୁହେଁ, ଆଉ ୧୦ ବର୍ଷରେ ବି ବିଜେପି ଓଡ଼ିଶା ଲୋକଙ୍କ ହୃଦୟ ଜିତି ପାରିବନି। ରାଜ୍ୟବାସୀଙ୍କ ଭଲ ପାଇବା ଯୋଗୁଁ ଷଷ୍ଠଥର ବିଜେଡି ସରକାର କରିବ ବୋଲି ସେ କହିଛନ୍ତି।

ସେହିଭଳି ”ଚାଷୀଙ୍କ ପାଇଁ MSP ଦୁଇଗୁଣ କରିବାକୁ ପ୍ରତିଶ୍ରୁତି ଦେଇଥିଲେ, ତାକୁ ଭୁଲିଗଲେ। କୋଷ୍ଟାଲ୍ ହାଇୱେ କରିବାର ଥିଲା, ତାହା ବି ଭୁଲି ଯାଇଛନ୍ତି। ଏହା ସହିତ କୋଇଲା ରୟାଲଟି ବୃଦ୍ଧି ୧୦ ବର୍ଷ ହେଲା ଭୁଲି ଗଲେ। ତେବେ କେବଳ ନିର୍ବାଚନ ସମୟରେ ଓଡ଼ିଶାକୁ ମନେ ପକାଇଲେ କିଛି ଲାଭ ହେବନି ଏବଂ ୨୦୧୪ ଓ ୨୦୧୯ରେ ନିଜେ ଦେଇଥିବା ପ୍ରତିଶ୍ରୁତି ମନେ ରଖିଛନ୍ତି କି” ବୋଲି ପ୍ରଶ୍ନ କରିଛନ୍ତି ନବୀନ ?


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri