ଆଜିଠୁ ପଶ୍ଚିମଦ୍ୱାର ଦେଇ ଯିବେ ପୁରୀବାସୀ

ପୁରୀ,୨୪।୭(ଅଜିତ ମହାନ୍ତି): ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବା ନେଇ ବିଭିନ୍ନ ମହଲରେ ତିବ୍ର ପତିକ୍ରିୟା ଦେଖିବାକୁ ମିଳିଥିଲା। ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର ଦେବା ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ଅଭିଯାନ ଆରମ୍ଭ କରିଥିଲେ। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଖବରଦାତା ସମ୍ମିଳନୀ କରାଯାଇ ଭକ୍ତଙ୍କ ପାଇଁ ଦ୍ୱାର ଖୋଲିବା ନେଇ ଦାବି କରାଯାଇଥିଲା। ଏପରିକି ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ତଥା ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ଲୋକଙ୍କ ପାଇଁ ଅତ୍ୟନ୍ତ ଗୋଟିଏ ଦ୍ୱାର ଖୋଲିବା ପାଇଁ ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜାଙ୍କୁ ଚିଠି ଲେଖିଥିଲେ। ବିଭିନ୍ନ ମହଲରୁ ଦାବି ହେବା ପରେ ଚାରି ଦ୍ୱାର ଖୋଲିବା ସମ୍ପର୍କରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଛତିଶା ନିଯୋଗ ବୈଠକ ଡକାଯାଇଥିଲେ ମଧ୍ୟ କୌଣସି ନିଷ୍ପତ୍ତି ହୋଇପାରି ନଥିଲା। ଫଳରେ ଏକ ୫ ଜଣିଆ ସବ୍‌କମିଟି ଗଠନ କରାଯାଥିଲା। ଉକ୍ତ ସବ୍‌ କମିଟି ଅନୁଧ୍ୟାନ କରି ରିପୋର୍ଟ ଦେବା ପରେ ଦ୍ୱାର ଖୋଲିବା ନେଇ ଆଲୋଚନା ହେବାର ନିଷ୍ପତ୍ତିି ହୋଇଥିଲା। ତେବେ ବିଭିନ୍ନ ଦିଗରୁ ଦାବି ହେଉଥିବା ବେଳେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଦ୍ୱାର ଖୋଲିବା ନେଇ ରବିବାର ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଏକ ବୈଠକ ହୋଇଥିଲା। ବୈଠକରେ ଜିଲାପାଳ, ଏସ୍‌ପି, ପରିଚାଳନା କମିଟି ସଦସ୍ୟ, ସବ୍‌କମିଟି ସଦସ୍ୟ ଏବଂ ଛତିଶା ନିଯୋଗର କେତେଜଣ ବରିଷ୍ଠ ସେବକ ଉପସ୍ଥିତ ରହି ଶ୍ରୀମନ୍ଦିର ଦ୍ୱାର ଖୋଲିବା ସମ୍ପର୍କରେ ଆଲୋଚନା କରିଥିଲେ। ତେବେ ପୁରୀବାସୀଙ୍କ ନିମନ୍ତେ ସୋମବାରଠାରୁ ଶ୍ରୀମନ୍ଦିର ପଶ୍ଚିମଦ୍ୱାର ଖୋଲିବାକୁ ନିଷ୍ପତ୍ତି ହୋଇଛି। ସକାଳ ୭ଟାରୁ ପୁରୀବାସୀ ସେମାନଙ୍କ ପରିଚୟପତ୍ର ଦେଖାଇ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। ତେବେ ବୈଠକ ପରେ ଜିଲାପାଳ ଓ ଏସ୍‌ପିଙ୍କ ସହ ସେବାୟତମାନେ ଶ୍ରୀମନ୍ଦିର ଚତୁଃପାଶର୍‌ବ ବୁଲି କାର୍ଯ୍ୟର ଅନୁଧ୍ୟାନ କରିଥିଲେ। ସୋମବାରଠାରୁ ପଶ୍ଚିମଦ୍ୱାର ବାଟେ ଦର୍ଶନ ଆରମ୍ଭ ହେବାକୁ ଥିବାରୁ ପ୍ରଶାସନ ପକ୍ଷରୁ ବ୍ୟାରିକେଡର ବ୍ୟବସ୍ଥା ମଧ୍ୟ କରାଯାଇଛି। ଯାହାକୁ ନେଇ ବିଭିନ୍ନ ମହଲରେ ମିଶ୍ରିତ ପ୍ରତିକ୍ରିୟା ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri