ନଦୀ ପାଣି ପିଉଛନ୍ତି ଶାଇଁସଶାସନବାସୀ

ନିମାପଡ଼ା,୧୦।୩(ଡି.ଏନ୍‌.ଏ.): ଗ୍ରୀଷ୍ମଋତୁ ଆରମ୍ଭରୁ ନିମାପଡ଼ା ବ୍ଲକରେ ପାନୀୟଜଳ ସଙ୍କଟ ଦେଖାଦେଇଛି। ଏହି ବ୍ଲକ ଅଧୀନ ଶାଇଁସଶାସନ ପଞ୍ଚାୟତରେ ଗତ କିଛିଦିନ ହେବ ପାନୀୟଜଳ ନ ପାଇ ଲୋକେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ପଞ୍ଚାୟତର ତୋରିଆବନ୍ଧ ଗ୍ରାମରେ ଥିବା ପମ୍ପହାଉସରେ ବିଦ୍ୟୁତ୍‌ ସଂଯୋଗ କଟିଯାଇଥିବାରୁ ତାହା ଏବେ ଅଚଳ ହୋଇପଡ଼ିଛି। ଫଳରେ ୪ଦିନ ହେବ ଏହି ପଞ୍ଚାୟତର ୯ନଂ., ୧୦ନଂ., ୧୧ନଂ. ଆଦି ୩ ଓ୍ବାର୍ଡର ତୋରିଆବନ୍ଧ, ପ୍ରଧାନସାହି, ରାବଣାସାହି, ତେଲି ସାହି, ମଠ ସାହି, ମାଳି ସାହି, ତୋଟାସାହି ଆଦି ୮ଗ୍ରାମକୁ ପାଇପଲାଇନ ଜଳଯୋଗାଣ ବନ୍ଦ ରହିଛି। ଗ୍ରୀଷ୍ମଦିନ ଆରମ୍ଭରୁ ଖରାର ପ୍ରଖର ବଢ଼ିଯାଇଥିବା ବେଳେ ପାଇପଲାଇନ ଯୋଗାଣ ବନ୍ଦ ଯୋଗୁ ଗଁାଗଣ୍ଡା ସାହିର ମହିଳାମାନେ ବାଧ୍ୟ ହୋଇ ଅଧ କିଲୋମିଟର ଦୂର ନଦୀକୁ ଯାଇ ପାଣି ଆଣିବା ସହ ସେହି ଜଳକୁ ପାନୀୟ ଭାବେ ବ୍ୟବହାର କରୁଛନ୍ତି। ଆଖପାଖରେ କୌଣସି ପାଇପ କିମ୍ବା ନଳକୂପ ନ ଥିବାରୁ ଏତେ ଦୂର ଯାଇ ନଦୀରୁ ପାଣି ଆଣିବା ମହିଳାଙ୍କ ପାଇଁ କଷ୍ଟସାଧ୍ୟ ହୋଇଛି। ପଞ୍ଚାୟତ ପକ୍ଷରୁ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (ପିଇଓ) ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରି ନ ଥିବାରୁ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ପମ୍ପହାଉସର ବିଦ୍ୟୁତ୍‌ ଲାଇନ ସଂଯୋଗ କାଟିଦିଆଯାଇଛି। ଏଥିଯୋଗୁ ଶାଇଁସଶାସନ ପଞ୍ଚାୟତର ଉପରୋକ୍ତ ୩ଟି ଓ୍ବାର୍ଡରେ ଲୋକେ ନାନା ସମସ୍ୟା ଭୋଗୁଛନ୍ତି। ଏ ସମସ୍ୟା ସମ୍ପର୍କରେ ନବନିର୍ବାଚିତ ସରପଞ୍ଚ ଦେବାଶିଷ ଆଚାର୍ଯ୍ୟ, ସମିତିସଭ୍ୟା ସନ୍ଧ୍ୟାରାଣୀ ରଥ ପ୍ରମୁଖ ବିଡିଓ ଓ ଗ୍ରାମ୍ୟ ପାନୀୟ ଜଳଯୋଗାଣ ବିଭାଗ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉପରୋକ୍ତ ୩ଟି ଓ୍ବାର୍ଡର ୮ଟି ସାହିକୁ ଯୁଦ୍ଧକାଳୀନ ଭିତ୍ତିରେ ପାନୀୟଜଳ ଯୋଗାଣ ବ୍ୟବସ୍ଥା କରା ନ ଗଲେ ଓ୍ବାର୍ଡବାସୀ ରାଜରାସ୍ତାକୁ ଓହ୍ଲାଇବା ସହ ଆନ୍ଦୋଳନ କରିବେ ବୋଲି ସରପଞ୍ଚ ଓ ସମିତିସଭ୍ୟଙ୍କ ସମେତ ଗ୍ରାମବାସୀ ଚେତାବନୀ ଦେଇଛନ୍ତି। ଏ ନେଇ ବିଡିଓ ବସନ୍ତ କୁମାର ମଲ୍ଲିକ ଓ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର ସହକାରୀ ଯନ୍ତ୍ରୀ ପ୍ରବୀର କୁମାର ବଳଙ୍କୁ ପଚାରିବାରେ ତୁରନ୍ତ ବକେୟା ବିଦ୍ୟୁତ୍‌ ବିଲ୍‌ ପୈଠ କରିବାକୁ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ଉଭୟେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri