ସହରବାସୀ ପିଉଛନ୍ତି ନର୍ଦ୍ଦମା ପାଣି

ଯାଜପୁର ଟାଉନ,୨୮ା୮(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଯାଜପୁର ସହରରେ ଜନସ୍ବାସ୍ଥ୍ୟ ବିଭାଗ ଜରିଆରେ ବିଶୁଦ୍ଧ ପାନୀୟ ଜଳ ପାଇପ ମାଧ୍ୟମରେ ଯୋଗାଇ ଦିଆଯାଉଛି ବୋଲି ପ୍ରଚାର କରାଯାଉଛି। କିନ୍ତୁ ଅଧିକାଂଶ ସମୟରେ ବହୁ ଅଞ୍ଚଳରେ ପାଇପ୍‌ଗୁଡ଼ିକରେ କଳା ନର୍ଦ୍ଦମା ପାଣି ଆସୁଛି। ମଝିରେମଝିରେ ପାଇପ୍‌ଗୁଡ଼ିକ ସଫା ହେବାବେଳେ ସାଧାରଣତଃ କାଦୁଅମିଶା ପାଣି ଆସିଥାଏ। କିନ୍ତୁ ୩ ଦିନ ହେବ ସହରର ଭୀମକରପୁର, ରାଉତରାପୁର, ନୂଆଗାଁ, ମହାବୀରଛକ, ଭାଗବତପୁର ଆଦି ଅଞ୍ଚଳରେ ସମ୍ପୂର୍ଣ୍ଣ ନର୍ଦ୍ଦମା ଜଳ ସପ୍ଲାୟ କରାଯାଉଛି। ଏହାକୁ ଲୋକେ ପାନୀୟ ଜଳ ଭାବେ ବ୍ୟବହାର କରୁଛନ୍ତି। କେବଳ ସେତିକି ନୁହେଁ, ସହରର ହାବେଳିବଜାର ଛକଠାରୁ ଭାୟା ବଡ଼ବଜାର, ରାଜପୁର ଦେଇ ଗଞ୍ଜେଶ୍ୱର ମନ୍ଦିର ପର୍ଯ୍ୟନ୍ତ ଯାଇଥିବା ପ୍ରାୟ ଅଧା କିଲୋମିଟର ଦୂରତାର ପାଇପ୍‌ ପ୍ରାୟ ୬୦ ବର୍ଷ ତଳୁ ପରିବର୍ତ୍ତନ କରାଯାଇନାହିଁ। ଫଳରେ ବଡ଼ବଜାର, ରାଜପୁର, ବଡ଼ଶାସନ, ଜାଗେଶ୍ୱରପୁର, ହାବେଳିବଜାର, ବିବିସରାଇ, ଡେଲିମାର୍କେଟ, ପୁରୁଣା ବସ୍‌ଷ୍ଟାଣ୍ଡ, ନୂଆବସ୍‌ଷ୍ଟାଣ୍ଡ ଆଦି ଅଞ୍ଚଳର ପ୍ରାୟ ୫ହଜାରରୁ ଊର୍ଦ୍ଧ୍ୱ ସହରବାସୀ ପ୍ରତିଦିନ ନର୍ଦ୍ଦମା ପାଣି ବ୍ୟବହାର କରିବାକୁ ବାଧ୍ୟ ହେଉଛନ୍ତି।
ସମସ୍ତଙ୍କର ନଳକୂପ ନ ଥିବାରୁ ବାଧ୍ୟ ହୋଇ ଏହି ପାଇପ ଜଳ ଉପରେ ସବୁପ୍ରକାର ବ୍ୟବହାର ପାଇଁ ନିର୍ଭର କରିଥାନ୍ତି। ଆଉ ଜନସ୍ବାସ୍ଥ୍ୟ ବିଭାଗ ଜନଗଣଙ୍କ ସ୍ବାସ୍ଥ୍ୟରକ୍ଷା ପାଇଁ ବିଶୁଦ୍ଧ ପାନୀୟ ଜଳ ଯୋଗାଇଦେବା ପରିବର୍ତ୍ତେ ନର୍ଦ୍ଦମା ଜଳ ଯୋଗାଇଦେଇ ନାନାଦି ରୋଗରେ ପୀଡ଼ିତ କରିବାର ବ୍ୟବସ୍ଥା କରୁଛି ବୋଲି ଅଭିଯୋଗ ହୋଇଛି। ପୁରୁଣା ପାଇପ୍‌ ପରିବର୍ତ୍ତନ ସହିତ ସହରବାସୀଙ୍କୁ ସିଧାସଳଖ ପାଇପ୍‌ରୁ ବିଶୁଦ୍ଧ ପାନୀୟ ଜଳ ପିଇବା ବ୍ୟବସ୍ଥା କରିବାକୁ ଜନସ୍ବାସ୍ଥ୍ୟ ବିଭାଗ ଏବଂ ପୌର ପ୍ରଶାସନକୁ ସହରବାସୀ ଦାବି କରିଆସୁଥିଲେ ମଧ୍ୟ ଏ ଦିଗରେ ଧ୍ୟାନ ଦିଆଯାଉନାହିଁ ବରଂ ପାନୀୟଜଳ ଟିକସ୍‌ ପାଇଁ ପୌରପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଛି ବୋଲି ସହରବାସୀ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଜନସ୍ବାସ୍ଥ୍ୟ ବିଭାଗ ସହକାରୀ ଯନ୍ତ୍ରୀ ଅବନୀ ଖୁଣ୍ଟିଆଙ୍କୁ ପଚାରିବାରୁ ଖୁବ୍‌ଶୀଘ୍ର ଏହି ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?