ରାଷ୍ଟ୍ରପତିଙ୍କ ଦୁଇଦିନିଆ ମୟୂରଭଞ୍ଜ ଗସ୍ତ ନେଇ ଜିଲାବାସୀ ଆନନ୍ଦିତ

ବାଲେଶ୍ୱର ଅଫିସ/ବାରିପଦା ଅଫିସ,୨୧ା୪: ମହାମହିମ ରାଷ୍ଟ୍ରପତି ତଥା ରାଇରଙ୍ଗପୁର ମାଟିର ଝିଅ ଦ୍ରୌପଦୀ ମୁର୍ମୁ ଦେଶର ସର୍ବୋଚ୍ଚ ପଦବୀରେ ଅଧିଷ୍ଠିତ ହେବା ପରେ ପ୍ରଥମ ଥର ନିଜ ଜନ୍ମମାଟି, କର୍ମଭୂମି ରାଇରଙ୍ଗପୁର ଓ ମୟୂରଭଞ୍ଜକୁ ଦୁଇଦିନିଆ ଗସ୍ତରେ ଆସୁଥିବା ଜଣାପଡ଼ିଛି। ଏନେଇ ରାଇରଙ୍ଗପୁର ସହର ତଥା କୁସୁମୀ ବ୍ଲକର ପାହାଡ଼ପୁର ତଥା ଜିଲାବାସୀଙ୍କ ମନରେ ଢେର ଉତ୍କଣ୍ଠା ପ୍ରକାଶ ପାଇଛି।

ରାଷ୍ଟ୍ରପତି ମେ’ ୮ତାରିଖ ସକାଳେ ନୂଆଦିଲ୍ଲୀରୁ ବିମାନଯୋଗେ ଆସି କଲେଇକୋଣ୍ଡା ବାୟୁସେନା ଘାଟିରେ ପହଞ୍ଚିବେ। ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ବାମନଘାଟି ଉପଖଣ୍ଡର ବାଦାମପାହାଡ଼ କଲେଜ ପଡ଼ିଆ ଅସ୍ଥାୟୀ ହେଲିପ୍ୟାଡ୍‌ରେ ଅବତରଣ କରି ୩କିମି ସଡ଼କ ପଥରେ ଆସି ତାଙ୍କ ପରଲୋକଗତ ସ୍ବାମୀ ଶ୍ୟାମଚରଣ, ଦୁଇପୁଅ ଲକ୍ଷ୍ମଣ ଓ ସିପୁନଙ୍କ ସ୍ମୃତିରେ ପାହାଡ଼ପୁରରେ ସ୍ଥାପନ କରିଥିବା ଏସ୍‌ଏଲ୍‌ଏସ୍‌ ଟ୍ରଷ୍ଟ ଆବାସିକ ବିଦ୍ୟାଳୟର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ନରେ ସେ ରାଇରଙ୍ଗପୁର ସହର ଉପକଣ୍ଠ ଦାଣ୍ଡବୋଷ ବିମାନ ଅବତରଣ କେନ୍ଦ୍ରରେ ପହଞ୍ଚି ସଡ଼କ ପଥରେ ଆସି ରାସ୍ତା ଓ ଗୃହ ନିର୍ମାଣ ବିଭାଗ ଡାକ ବଙ୍ଗଳା ଠାରେ ପହଞ୍ଚିବେ। ସନ୍ଧ୍ୟାରେ ରାଇରଙ୍ଗପୁର ସହରର କଚେରି ପଡ଼ିଆ ଷ୍ଟାଡିଅମଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ତାଙ୍କୁ ରାଇରଙ୍ଗପୁର ପୌରପରିଷଦ ତରଫରୁ ନଗରବାସୀ ଭବ୍ୟ ନାଗରିକ ସମ୍ବର୍ଦ୍ଧନା ଜ୍ଞାପନ କରିବେ। ପରେ ସେ ମହୁଲଡିହା ଡାକବଙ୍ଗଳାରେ ରାତ୍ରିଯାପନ କରିବେ। ସକାଳେ ସେ ଦାଣ୍ଡବୋଷ ଯାଇ ସେଠାରୁ ହେଲିକପ୍ଟର ଯୋଗେ ବାରିପଦା ଯାତ୍ରା କରିବେ। ମହାମହିମ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଓ ପାହାଡପୁର ଗସ୍ତ ନେଇ ଭାଜପା ରାଜ୍ୟ ସମ୍ପାଦକ ନବୀନ ରାମ ଓ ରାଇରଙ୍ଗପୁର ବିଧାୟକ ନବଚରଣ ମାଝି, ଏସ୍‌ଏଲ୍‌ଏସ୍‌ ଟ୍ରଷ୍ଟର ଉପଦେଷ୍ଟା ମୁନା ପ୍ରତିହାରୀ ସୂଚନା ଦେଇଛନ୍ତି। ମହାମହିମ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତ ନିଶ୍ଚିତ ଥିବା ବେଳେ ରାଷ୍ଟ୍ରପତି ଭବନରୁ ନିର୍ଦ୍ଦିଷ୍ଟ ସୂଚନାକୁ ଅପେକ୍ଷା କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ନେଇ କେବଳ ରାଇରଙ୍ଗପୁରରେ ଥିବା ତାଙ୍କ ନିକଟତମ ବିଜେପି ନେତୃବୃନ୍ଦଙ୍କ ମହଲରେ ବିପୁଳ ଉତ୍ସାହ ଦେଖାଦେଇଥିବା ବେଳେ ପ୍ରଥମ ଥରି କରି ନିଜ ଜିଲାକୁ ଆସୁଥିବାରୁ ତାଙ୍କୁ ଭବ୍ୟ ସୱାଗତ କରିବା ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ମେ ୯ ତାରିଖ ପୂର୍ବାହ୍ନ ୧୦ଟାରେ ମହାମହିମ ରାଷ୍ଟ୍ରପତି ବାରିପଦାସ୍ଥ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ ୧୧ଟାରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?