ଅକଥନୀୟ ଦୁର୍ଦ୍ଦଶା ଭୋଗିଲେ ଜନସାଧାରଣ

ସମ୍ବଲପୁର,୧୬ା୪(ବ୍ୟୁରୋ): ହନୁମାନ ଜୟନ୍ତୀ ଶୋଭାଯାତ୍ରା ଓ ବାଇକ୍‌ ରାଲି ସମୟରେ ଘଟିଥିବା ହିଂସା ଘଟଣାକୁ ନେଇ ସମ୍ବଲପୁର ଜିଲା ପ୍ରଶାସନ ପକ୍ଷରୁ ସହରରେ କର୍ଫ୍ୟୁ ଲଗାଯାଇଛି। ଏହାସହ ଆଉ ୪୮ଘଣ୍ଟା ଇଣ୍ଟରନେଟ୍‌ ସେବାକୁ ବନ୍ଦ କରି ଦିଆଯାଇଛି। ଫଳରେ ସମ୍ବଲପୁର ଜିଲାବାସୀ ଗତ ୩ଦିନ ହେଲା ଅକଥନୀୟ ଦୁର୍ଦ୍ଦଶା ଭୋଗିଆସୁଛନ୍ତି। ଶୁକ୍ରବାର ରାତିଅଧିଆ କର୍ଫ୍ୟୁ ଘୋଷଣା ହେବାରୁ ଜନସାଧାରଣ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ କିଣାବିକା କରିପାରି ନ ଥିଲେ। ଶନିବାର ସକାଳେ ହଠାତ୍‌ ବଜାରରେ ଭିଡ ଦେଖିବାକୁ ମିଳିଥିଲା। ହାତଗଣତି କେତେକ ଦୋକାନବଜାର ଖୋଲା ରହିଥିଲା। ସାମଗ୍ରୀ କିଣିବାକୁ ଉକ୍ତ ଦୋକାନଗୁଡିକରେ ଲମ୍ବା ଧାଡି ଲାଗି ରହିଥିଲା। ସମସ୍ତ ପନିପରିବା ବଜାର ଖୋଲି ନ ଥିଲା। ହାତଗଣତି କେତେଜଣ ବ୍ୟବସାୟୀ ଦେକାନ ଖୋଲିଥିବାବେଳେ ସେମାନେ ମନଇଚ୍ଛା ଦର ବୃଦ୍ଧି କରୁଥିଲେ। ଜରୁରୀ ଆବଶ୍ୟକ ଥିବାରୁ ଲୋକମାନେ ମଧ୍ୟ ବାଧ୍ୟ ହୋଇ କିଣିଥିଲେ। ଦରଦାମ ବୃଦ୍ଧି ନେଇ ଏସ୍‌ଏମ୍‌ସି କିମ୍ବା ଯୋଗାଣ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା ବୋଲି ଲୋକେ ଅଭିଯୋଗ କରିଥିଲେ। କର୍ଫ୍ୟୁ ଲାଗୁ କରିବା ପୂର୍ବରୁ କିମ୍ବା ପରେ ପ୍ରଶାସନ ଠିକ୍‌ ଭାବେ ପରିଚାଳନା କରୁ ନ ଥିବା ମଧ୍ୟ ସେମାନେ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବସ୍‌, ଅଟୋ ଚଳାଚଳ ପ୍ରଭାବିତ ହୋଇଥିଲା। ଫଳରେ ଯାତ୍ରୀମାନେ ଗନ୍ତବ୍ୟ ସ୍ଥଳରେ ପହଞ୍ଚତ୍ପାରି ନ ଥିଲେ। ଦୋକାନ ବାଜର ବନ୍ଦ ହେବାରୁ କୋଟି କୋଟି ଟଙ୍କା ବ୍ୟବସାୟ କ୍ଷତି ହୋଇଥିଲା। ଅନ୍ୟପଟେ ଜିଲାପାଳ ଅନନ୍ୟା ଦାସ କହିଛନ୍ତି, ଖୁବ୍‌ଶୀଘ୍ର ଶାନ୍ତି ଫେରିଆସିବ। ଉତ୍ତେଜନା ନିୟନ୍ତ୍ରଣକୁ ଆସୁଛି। କର୍ଫ୍ୟୁ ଲାଗି ରହିବ। ପ୍ରଶାସନକୁ ସହଯୋଗ କରିବାକୁ ସେ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri