ଅନୁମତି ମିଳିଲେ ଲୋକ ମହୋତ୍ସବ ନିଷ୍ପତ୍ତି

ତାଳଚେର,୨୧।୩(ନି.ପ୍ର.): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ୨୦ ତମ ଲୋକ ମହୋତ୍ସବ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ଗୋପାଳପ୍ରସାଦସ୍ଥିତ ପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପଜିଲାପାଳ ତଥା ଟ୍ରଷ୍ଟବୋର୍ଡ ମ୍ୟାନେଜିଂ ଟ୍ରଷ୍ଟି ବିଶ୍ୱରଞ୍ଜନ ରଥ ଅଧ୍ୟକ୍ଷତା କରିଥିଲେ। ଟ୍ରଷ୍ଟ ସଦସ୍ୟ ସୌଭାଗ୍ୟ ଚନ୍ଦ୍ର ପ୍ରଧାନ ତାଳଚେରର ରାଜା ରାଜେନ୍ଦ୍ର ଚନ୍ଦ୍ର ଦେବ ଓ ଉପସ୍ଥିତ ସଦସ୍ୟମାନଙ୍କୁ ସ୍ବାଗତ କରିଥିଲେ। ଉପଜିଲାପାଳ ରଥ କହିଥିଲେ, ଏପ୍ରିଲ ମାସର କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ଯାତ୍ରା ଓ ମହୋତ୍ସବକୁ ଅନୁମତି ମିଳିଲେ, ୨ ତାରିଖ ବୈଠକରେ ଏହା ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ। ୪/୫ ଦିନ ମଧ୍ୟରେ ସବ୍‌ କମିଟିମାନ ଗଠନ କରିବାକୁ ଉପଜିଲାପାଳ ପରାମର୍ଶ ଦେଇଥିଲେ। ଚଳିତବର୍ଷ ଏକ ମହିଳା ସବ୍‌ କମିଟି ଗଠନ, ଆଜୀବନ ସଦସ୍ୟଙ୍କ ସଂଖ୍ୟା ବୃଦ୍ଧି କରିବା, ଅନୁଗୋଳ ଓ ତାଳଚେର ଶିଳ୍ପାଞ୍ଚଳରେ ଥିବା ଶିଳ୍ପସଂସ୍ଥାଗୁଡ଼ିକରୁ ଅର୍ଥ ସଂଗ୍ରହ କରିବା ନିମନ୍ତେ ବୈଠକରେ ବିଭିନ୍ନ ସଦସ୍ୟ ପ୍ରସ୍ତାବ ଦେଇଥିଲେ। ମା’ଙ୍କ ପୀଠ ପରିସରରେ ଏକ ଅତ୍ୟାଧୁନିକ ଯାତ୍ରୀ ନିବାସ ନିର୍ମାଣ ପାଇଁ ରାଜା ରାଜେନ୍ଦ୍ର ଦେବ ପ୍ରସ୍ତାବ ଆଗତ କରିଥିଲେ। ଏହି ଅବସରରେ କଲିୟାରୀ ଥାନା ଅଧିକାରୀ ରାଜେନ୍ଦ୍ର ନାରାୟଣ ପଟ୍ଟନାୟକଙ୍କୁ ଟ୍ରଷ୍ଟବୋର୍ଡ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ଭବ୍ୟ ମନ୍ଦିର ନିର୍ମାଣ ନିମନ୍ତେ ହିଙ୍ଗୁଳା ସେକ୍ଟର ପୁରୁଣା ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ସଭାପତି ଜନାର୍ଦ୍ଦନ ମହାନ୍ତି ଓ ସମ୍ପାଦକ ଉଗ୍ରସେନ ପ୍ରଧାନ ୧୪ ଲକ୍ଷ ୪୬ ହଜାର ୫୦ ଟଙ୍କା ଦାନ କରିଥିଲେ। ସ୍ବର୍ଗତ ପ୍ରହଲ୍ଲାଦ ଚନ୍ଦ୍ର ମାଝିଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ପୁତ୍ର ସନ୍ତୋଷ ମାଝି ଓ ପରିବାରବର୍ଗ ୧ ଲକ୍ଷ ଟଙ୍କା ଦାନ କରିଥିଲେ। ଟ୍ରଷ୍ଟ ବୋର୍ଡ ପକ୍ଷରୁ ସମସ୍ତଙ୍କୁ ସାଧୁବାଦ ଦିଆଯାଇଥିଲା। ସଦସ୍ୟ ରାଜେନ୍ଦ୍ର କୁମାର ସିଂହ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଡିଓ ଶିବ କୁମାର ମିଶ୍ର, ତହସିଲଦାର ମନ୍ମଥ ନାୟକ, ଜିଲା ଜଳ ଓ ପରିମଳ ବିଭାଗ ଅଧିକାରୀ ଅଜିତ କୁମାର ବେହେରା, ଯୋଗାଣ ଅଧିକାରୀ ଲିପ୍‌ସାରାଣୀ ରାଉତ, ଜଗନ୍ନାଥ ଏରିଆ ମହାପ୍ରବନ୍ଧକ ପି.ବି. ରେଡ୍ଡୀ, ହିଙ୍ଗୁଳା ଏରିଆ ମହାପ୍ରବନ୍ଧକ ଏ.କେ. ସ୍ବର୍ଣ୍ଣକାର, ଜିଲା ପରିଷଦ ସଦସ୍ୟ ଅମିୟ ପ୍ରଧାନ, ବିଭିନ୍ନ ଗ୍ରାମର ସରପଞ୍ଚ, ସମିତି ସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri