ପରୀକ୍ଷାରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ଧାରଣା

ଯୋଡ଼ା,୧୮ା୩(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବଡ଼କାଳିମାଟି ପଞ୍ଚାୟତର ଦୁବୁନା ଠାରେ ଥିବା ଆସେର୍ର୍ଲର୍‌ ମିତ୍ତଲ ନିପନ ଷ୍ଟିଲ କମ୍ପାନୀ ଖଣିରୁ ଟ୍ରକ ଯୋଗେ ଖଣିଜ ପଦାର୍ଥ ପରିବହନ ଯୋଗୁଁ ନୟାଗଡ଼ରୁ କାଳିମାଟି ପର୍ଯ୍ୟନ୍ତ ରାସ୍ତା ଜାମ ହୋଇଥିଲା। ଏଥିରେ ସ୍କୁଲ ବସ ଫଶିି ରହିବାରୁ ଛାତ୍ରୀଛାତ୍ର ମାନେ ପରୀକ୍ଷାରୁ ବଞ୍ଚିତ ହୋଇଥିଲେ। ଏହାର ପ୍ରତିବାଦରେ ସେମାନେ କମ୍ପାନୀ ଫାଟକ ସମ୍ମୁଖରେ ଧାରଣାରେ ବସି ଥିଲେ।
ରାସ୍ତା ମରଣଯନ୍ତା ଯୋଗୁ ପ୍ରତିଦିନ ଏଠାରେ ପ୍ରବଳ ଜାମ ଲାଗି ରହୁଥିବା କାରଣରୁ ସାଧାରଣ ଲୋକ, ଆମ୍ବୁଲାନ୍ସ ଓ ସ୍କୁଲ ବସ୍‌ ଯିବା ଅସମ୍ଭବ ହୋଇ ପଡ଼ୁଛି। ଗୁରୁବାର କେତେକ ସ୍ଥାନୀୟ ଛାତ୍ରୀଛାତ୍ରଙ୍କର ବାମେବାରୀ ଶିଶୁ ମନ୍ଦିରରେ ପରୀକ୍ଷା ଥିବା ବେଳେ, ରାସ୍ତାରେ ଜାମ ଲାଗିଥିବା କାରଣରୁ ସେମାନେ ଠିକ ସମୟରେ ସ୍କୁଲରେ ପହଞ୍ଚି ନ ପାରିବା କାରଣରୁ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଥିଲେ। ଫଳରେ, ବାଧ୍ୟ ହୋଇ ସେମାନେ ଉକ୍ତ କମ୍ପାନୀ ସମ୍ମୁଖରେ ଧାରଣାରେ ବସି ରହିଥିଲେ। ଧାରଣାସ୍ଥଳରେ କିଛି ଅଭିଭାବକ ମାନେ ମଧ୍ୟ ଉପସ୍ଥିତ ଥିଲେ। ବସନ୍ତପୂର ନଈବୁଗା ଅଞ୍ଚଳର ଅଭିଭାବକ ପ୍ରଫୁଲ୍ଲ ତନ୍ତୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ଉକ୍ତ କମ୍ପାନୀ ଦୀର୍ଘ ଦିନ ହେବ ୫କି.ମି. ବ୍ୟାପୀ ରାସ୍ତାରେ ପାର୍କିଂ କରି ନିଜ କବ୍‌ଜାରେ ରଖିଛି। ଯାହା ଫଳରେ ଗାଡ଼ି ଗୁଡ଼ିକ ଚଳାଚଳ କରି ପାରୁନାହିଁ। ଛାତ୍ରୀଛାତ୍ର ମାନେ ରାସ୍ତା ଜାମ ଯୋଗୁ ସ୍କୁଲ ବସ୍‌ରେ ଯାଇ ନ ପାରି ପରୀକ୍ଷାରୁ ବଞ୍ଚିତ ହୋଇଛନ୍ତି। ସେମାନଙ୍କର ଭବିଷ୍ୟତ ଅନ୍ଧକାର ହେଉଥିବାରୁ ଏଥିପାଇଁ କିଏ ଦାୟୀ ହେବେ ବୋଲି ପ୍ରଶ୍ନ କରିଥିେଲେ। ପରବର୍ତ୍ତୀ ସମୟରେ କମ୍ପାନୀ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେବା ପରେ ଛାତ୍ରୀଛାତ୍ର ଧାରଣରୁ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri