ଅବଧି ସରିଲାଣି, ସରୁନି ନିର୍ମାଣ କାର୍ଯ୍ୟ

ପୋଲସରା,୩ା୪(ଡି.ଏନ.ଏ.): ପୋଲସରା ବିଜ୍ଞାପିତ ଅଞ୍ଚଳ ପରିଷଦର ବ୍ୟବସାୟୀମାନଙ୍କ ସୁବିଧା ଲାଗି ୩୯୬.୦୦ଲକ୍ଷରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ଲାଗି ଭୂମି ପୂଜନ କରିବା ସହ ଟେଣ୍ଡର ପ୍ରକ୍ରିୟା ହୋଇଥିଲା। ଟେଣ୍ଡର ପେପରରେ ନିର୍ମାଣ କାର୍ଯ୍ୟର ସମୟସୀମା ଅବଧି ଏକ ବର୍ଷ ରହିଛି, ଯାହାକି ସୂଚନା ଫଳକରେ ଉଲ୍ଲେଖ ରହିଛି। କାର୍ଯ୍ୟାରମ୍ଭ ତାରିଖ ୩୦ା୪ା୨୦୨୧ ରହିଛି ଏବଂ କାର୍ଯ୍ୟ ସମୟସୀମା ୧୨ମାସ ରହିଛି। ଅର୍ଥାତ୍‌ ୩୦ା୪ା୨୦୨୨ରେ ମାର୍କେଟ କମ୍ପ୍ଲେକ୍ସର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା କଥା। କିନ୍ତୁ ଏହାର ନିର୍ମାଣ କାର୍ଯ୍ୟ ସରୁନାହିଁ। ନିର୍ଦ୍ଧାରିତ ସମୟସୀମା ଅବଧିଠାରୁ ୧୧ମାସ ବିତିଲାଣି କିନ୍ତୁ ଏହାର ନିର୍ମାଣ କାର୍ଯ୍ୟ ସମ୍ପାଦନ ହୋଇପାରୁନାହିଁ। ଏହିଭଳି କାର୍ଯ୍ୟ ଦେଖିବାକୁ ମିଳିଛି ପୋଲସରା ସହରରେ। ସହରର ଜଣେ ପ୍ରତିଷ୍ଠିତ ବ୍ୟବସାୟୀ କହିଛନ୍ତି, ପ୍ରଶାସନିକ ଅଧିକାରୀଙ୍କ ଅବହେଳା ସାଙ୍ଗକୁ ରବରଷ୍ଟାମ୍ପ ସାଜିଥିବା ନଗରପାଳିକାଙ୍କ ଦାୟିତ୍ୱହୀନତା ଯୋଗୁ ଏହା ବିଳମ୍ବର ମୁଖ୍ୟ କାରଣ। ବ୍ୟବସାୟୀ ହରି ଖଟେଇ କୁହନ୍ତି, ସେହି ସ୍ଥାନରେ ଏନ୍‌ଏସି ଦୋକାନ ଗୃହ ଦେଇଥିଲା। ଆମେ ଦୋକାନ କରି ଚଳିଆସୁଥିଲୁ। ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ ଲାଗି ଆମକୁ ଉଠାଇଲେ, ଅନ୍ୟତ୍ର ସ୍ଥାନାନ୍ତର ହୋଇ ଦୁଃଖ କଷ୍ଟରେ ଦୋକାନ ଚଳାଉଛୁ। ଠିକାଦାର ଓ ଏନ୍‌ଏସି ପ୍ରଶାସନର ମଧୁଚନ୍ଦ୍ରିକା ଯୋଗୁ ନିର୍ମାଣ କାର୍ଯ୍ୟରେ ବିଳମ୍ବ ଘଟୁଛି। ତୁରନ୍ତ ଏହି ମାର୍କେଟ କମ୍ପ୍ଲେକ୍ସର ନିର୍ମାଣ କାର୍ଯ୍ୟ ସମ୍ପାଦନ କରି ବ୍ୟବସାୟୀମାନଙ୍କୁ ତୁରନ୍ତ ଥଇଥାନ କରନ୍ତୁ ବୋଲି କହିଥିଲେ। ପୋଲସରା ସହର ହେଉଛି ଏହି ଅଞ୍ଚଳର ବ୍ୟବସାୟିକ ପେଣ୍ଠସ୍ଥଳୀ। ଏହି ବଜାର ଉପରେ ୨୬ ପଞ୍ଚାୟତର ପ୍ରାୟ ୧୩୬ ଗୋଟି ଗ୍ରାମର ଲକ୍ଷାଧିକ ଜନସାଧାରଣ ନିର୍ଭର କରୁଛନ୍ତି। ଅନ୍ୟପକ୍ଷରେ ଏନ୍‌ଏସିର ଯନ୍ତ୍ରୀ ଚିତ୍ରସେନ ରେଡ୍ଡି କୁହନ୍ତି, ବିଦ୍ୟୁତ ଟ୍ରାନ୍ସଫର୍ମର ଯୋଗୁ କିଛି ସମୟ ବିଳମ୍ବ ଘଟିଛି। ଠିକ ସମୟରେ ନିର୍ମାଣ କାର୍ଯ୍ୟ ନ ସରିଲେ ଫାଇନ କରାଯିବ ବୋଲି କହିଥିଲେ। ପ୍ରଶାସନ ଯଦି ଏହି ମାର୍କେଟ କମ୍ପ୍ଲେକ୍ସର ନିର୍ମାଣ କାର୍ଯ୍ୟ ତୁରନ୍ତ ସମ୍ପାଦନ ଦିଗରେ ଦୃଷ୍ଟି ନ ଦିଏ ତା’ହେଲେ ଆଗାମୀ ଦିନରେ ପ୍ରଶାସନକୁ ଉଚିତ ଜବାବ ଦିଆଯିବ ବୋଲି କେତେଜଣ ବ୍ୟବସାୟୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri