ଅବଧି ସରିଲାଣି, କାର୍ଯ୍ୟ ସରୁନି

ନାଉଗାଁ,୭ା୭(ସୁଧା ବେହୁରା): ନାଉଗାଁ ବ୍ଲ୍କକ ଗଳଦାରୀ ପଞ୍ଚାୟତ ଅନ୍ତର୍ଗତ ଏରେଡା ଗ୍ରାମରେ ପାନୀୟ ଜଳ ପାଇଁ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଗ୍ରାମରେ କୌଣସି ପାନୀୟ ଜଳ ପ୍ରକଳ୍ପ ନ ଥିବାରୁ ଲୋକେ ବିଶୁଦ୍ଧ ପାଣି ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଅପରପକ୍ଷେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପର ଅବଧି ସରିଥିଲେ ମଧ୍ୟ ଏପର୍ଯ୍ୟନ୍ତ କାର୍ଯ୍ୟ ସରିପାରୁ ନାହିଁ। ଏନେଇ ଗ୍ରାମରେ ଅସନ୍ତୋଷ ବଢ଼ିବାରେ ଲାଗିଛି।
ନଦୀ ପାର୍ଶ୍ୱରେ ଏହି ଗ୍ରାମ ରହିଛି। ଏଠାକାର ଅଧିକାଂଶ ନଳକୂପରୂ ଲୁଣି ପାଣି ବାହାରେ। ପାନୀୟ ଜଳ ସମସ୍ୟାରେ ସୁଧାର ଆଣିବା ପାଇଁ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଜଳ ଜୀବନ ମିଶନ ଯୋଜନାରେ ଉଚ୍ଚ ପାଣି ଟାଙ୍କି ଓ ପାନୀୟ ଜଳ ପ୍ରକଳ୍ପ ସ୍ଥିର କରାଯାଇଥିଲା।
ଜଗତ୍‌ସିଂହପୁର ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲିଙ୍କ ଦ୍ୱାରା ୧୪ ଜୁନ ୨୦୨୧ରେ ଏହି ପ୍ରକଳ୍ପ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରାଯାଇଥିଲା। ଇତିମଧ୍ୟରେ ୨ ବର୍ଷ ବିତି ଯାଇଥିଲେ ମଧ୍ୟ ପାଣି ଯୋଗାଇବା ତ ଦୂରର କଥା, ଏପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟ ସରୁନାହିଁ। ପ୍ରକଳ୍ପ କାର୍ଯ୍ୟ ସମ୍ବନ୍ଧରେ ଅବଗତ ହେବା ନିମନ୍ତେ ଜଣେ ସାମାଜିକ କର୍ମୀ ୨୯ ଡିସେମ୍ବର ୨୦୨୨ରେ ସୂଚନାଧିକାର ଆଇନରେ ଆବେଦନ କରିଥିଲେ। ଉକ୍ତ ଆବେଦନ ଅନୁସାରେ ଅଧୀକ୍ଷଣ ଯନ୍ତ୍ରୀ ଗ୍ରାମ୍ୟ ଜଳ ପରିମଳ ବିଭାଗ, ଜଗତ୍‌ସିଂହପୁର ଡିଭିଜନ ତରଫରୁ ଚିଠି (ନଂ. ୨୦୨/୨୧)ରେ ଜାନୁୟାରୀ ୨୦୨୩ରେ ତଥ୍ୟ ପ୍ରଦାନ କରାଯାଇଥିଲା। ଏହି ତଥ୍ୟ ଅନୁସାରେ ପ୍ରକଳ୍ପ କାର୍ଯ୍ୟ ଶତକଡା ୯୦ ଭାଗ ସରିଥିବା ଦର୍ଶାଯାଇଛି। ଏହି କାର୍ଯ୍ୟ ୨୭ ମାର୍ଚ୍ଚ ୨୦୨୧ ରୁ ୨୬ ଡିସେମ୍ବର ୨୦୨୧ ମଧ୍ୟରେ ଶେଷ ହେବାକୁ ଚୁକ୍ତି ହୋଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ସୁଉଚ୍ଚ ପାଣି ଟାଙ୍କି ନିର୍ମାଣ କରାଯାଇ ନଥିବା ଦେଖିବାକୁ ମିଳିଛି। ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଉକ୍ତ ପ୍ରକଳ୍ପ ତଦାରଖ ଦାୟିତ୍ୱରେ ଥିବା ବେଳେ ଠିକ ସମୟରେ ପ୍ରକଳ୍ପ ସରୁ ନ ଥିବାରୁ ସ୍ଥାନୀୟ ବାସିନ୍ଦା ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହି କାର୍ଯ୍ୟ ଯଥାଶୀଘ୍ର ଶେଷ କରିବାକୁ ସ୍ଥାନୀୟ ସରପଞ୍ଚ ଦିଲୀପ କୁମାର ନାୟକ, ସମିତି ସଭ୍ୟ ପ୍ରଭାତ ସ୍ବାଇଁ, ଡମ୍ବରୁଧର ବସ୍ତିଆ, ଅମରଜିତ ସ୍ବାଇଁ, ସଂଗ୍ରାମ ସ୍ବାଇଁ, ମନୋଜ ମହାନ୍ତି, ନୀହାର ସ୍ବାଇଁ, ଆର୍ତ୍ତତ୍ରାଣ ନାୟକ, ଅଶୋକ ବେହେରା ପ୍ରମୁଖ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏ ବିଷୟରେ ଗ୍ରାମ୍ୟ ଜଳ ପରିମଳ ବିଭାଗ ଯନ୍ତ୍ରୀ ରଶ୍ମିରଞ୍ଜନ ଦାସଙ୍କୁ ପଚାରିବାରେ, ଠିକାଦାରଙ୍କୁ କାର୍ଯ୍ୟ ଶେଷ କରିବା ପାଇଁ ବାରମ୍ବାର ନୋଟିସ ପ୍ରଦାନ କରାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri