Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଗିରଫ

ମୁମ୍ବାଇ,୩।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ସୋମବାର ଏହି ସୂଚନା ଦେଇଛନ୍ତି। ତେବେ ସେ ଅଭିଯୁକ୍ତଙ୍କ ବିଷୟରେ କୌଣସି ସୂଚନା ଶେୟାର କରିନାହାଁନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏଭଳି ପରିସ୍ଥିତିରେ ସୁରକ୍ଷାର ସମସ୍ତ ଦିଗ ପ୍ରତି ସମ୍ପୂର୍ଣ୍ଣ ଧ୍ୟାନ ଦିଆଯାଉଛି।
ଗୋଟିଏ ଦିନ ପୂର୍ବରୁ ଜଣେ ବ୍ୟକ୍ତି ପୋଲିସ କଣ୍ଟ୍ରୋଲ ରୁମକୁ ଫୋନ କରି ଲୋନାଭାଲାର ଏକ ହୋଟେଲରେ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବା ପାଇଁ ଷଡଯନ୍ତ୍ର କରିଥିବା କହିଥିଲେ। ଏହା ପରେ ପୋଲିସ ଏକ ମାମଲା ରୁଜୁ କରିଥିଲା।
ଅଧିକାରୀଙ୍କ ଅନୁସନ୍ଧାନରୁ ଜଣାପଡିଛି ଯେ, ଫୋନ କରିଥିବା ବ୍ୟକ୍ତି ମଦ୍ୟପାନ କରି ହୋଟେଲ ମାଲିକଙ୍କୁ ଶିକ୍ଷା ଦେବା ପାଇଁ ଏପରି କରିଥିଲେ। ଏହାପୂର୍ବରୁ ଶିନ୍ଦେଙ୍କ ସୁରକ୍ଷାକୁ ବଢାଇ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଗିରଫ ହୋଇ ଜେଲ୍‌ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ...

ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି

ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି...

ଭାଜପାରେ ଯୋଗଦେଲେ ପ୍ରସିଦ୍ଧ ୟୁଟ୍ୟୁବର: ମା’ଙ୍କ କଥାରେ ଧରିଲେ ପଦ୍ମ

ନୂଆଦିଲ୍ଲୀ,୨୫।୪: ବିହାରର ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କାଶ୍ୟପ ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ସେ ଦିଲ୍ଲୀରେ ଦଳର ଜାତୀୟ ସଭାପତି ଜେପି ନଡାଙ୍କୁ ଭେଟି ପଦ୍ମ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍‌

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ...

ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍‌ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍‌ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା...

ପରଦା ପଛରେ ଚାଇନା ସହ କଥାବାର୍ତ୍ତା କରୁଛି ତିବ୍ବତ: ଭାରତକୁ କଲା ଏମିତି ଅପିଲ୍‌

ଧର୍ମଶାଳା,୨୫।୪: ତିବ୍ଦତ ସରକାର ପରଦା ପଛରେ ଚାଇନା ସରକାରଙ୍କ ସହ କଥାବାର୍ତ୍ତା କରୁଛନ୍ତି। ଉଭୟ ପକ୍ଷ ଦୀର୍ଘ ବିଚାରାଧୀନ ଦ୍ୱିପାକ୍ଷିକ ଆଲୋଚନାକୁ ପୁଣି ଆରମ୍ଭ କରିବାକୁ...

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri