Posted inରାଜ୍ୟ

ଟିକା ପାଇଁ ବ୍ୟକ୍ତିଙ୍କ ତଥ୍ୟ ଯାଞ୍ଚ ହେବ

ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ କରୋନା ଟିକାକରଣ ପାଇଁ ସରକାର ପ୍ରସ୍ତୁତ ରହିଛନ୍ତି। ଟିକା ଦେବାକୁ ୨୯ ହଜାର କେନ୍ଦ୍ର ରହିଛି। କିନ୍ତୁ ପ୍ରଥମ ପର୍ଯ୍ୟାୟରେ ଏତେ କେନ୍ଦ୍ର ଦରକାର ହେବ ନାହିଁ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ କହିଛନ୍ତି। ସେ କହିଛନ୍ତି ଯେ, ଟିକାକରଣ କେନ୍ଦ୍ରରେ ସବୁ ବ୍ୟବସ୍ଥା ଠିକ୍‌ ଅଛି କି ନାହିଁ, ପ୍ରତୀକ୍ଷାଳୟ, ଟିକାକରଣ ଓ ନିରୀକ୍ଷଣ ରୁମ୍‌ ଅଛି କି ନାହିଁ ତାହାର ତଦାରଖ କରାଯିବ। ପ୍ରଥମେ ୱେଟିଂରୁମ୍‌ରେ ଟିକା ନେବାକୁ ଥିବା ଲୋକଙ୍କ ତଥ୍ୟ ଯାଞ୍ଚ କରାଯିବ। ତାଙ୍କ ନାଁ ଡାଟାବେସ୍‌ରେ ଅଛି କି ନାହିଁ ଯାଞ୍ଚ ହେବ। ଏହାପରେ ରୁମ୍‌ରେ ଅନ୍ୟ ତଥ୍ୟ ଯାଞ୍ଚ କରାଯିବା ପରେ ତାଙ୍କୁ ଟିକା ଦିଆଯିବ। ହାତରେ କାନ୍ଧ ତଳେ ଟିକା ଦିଆଯିବ। ଟିକା ନେବା ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଅବଜରଭେଶନ୍‌ ରୁମରେ ୩୦ ମିନିଟ୍‌ ରଖାଯିବ। ପାର୍ଶ୍ୱ ପ୍ରତିକ୍ରିୟା ଦେଖା ନ ଗଲେ ତାଙ୍କୁ ଛଡ଼ାଯିବ। ରାଜ୍ୟରେ ଏବେ ୩ ଲକ୍ଷ ୨୮ ହଜାର ୫୦୦ ଜଣଙ୍କ ଡାଟା ବେସ୍‌ ପ୍ରସ୍ତୁତ ହୋଇଛି। ଟିକାକରଣ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବାବେଳେ କେବଳ ଟିକାକୁ ଅପେକ୍ଷା କରାଯାଇଛି ବୋଲି ନିର୍ଦ୍ଦେଶକ ଡା. ପାଣିଗ୍ରାହୀ କହିଛନ୍ତି।
ସୂଚନାଯୋଗ୍ୟ, ଚଳିତ ମାସ ସୁଦ୍ଧା ଓଡ଼ିଶାକୁ ଟିକା ଆସିପାରେ ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ସୋମବାର ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଟିକାଦାନ କେନ୍ଦ୍ରର ସ୍ଥିତି ପରଖିବାକୁ ସମସ୍ତ ଜିଲାପାଳ ଓ ମହାନଗର ନିଗମ କମିଶନରମାନଙ୍କୁ ଚିଠି ଲେଖିଛନ୍ତି। ଆସନ୍ତା ୮ତାରିଖ ସୁଦ୍ଧା ଏ ନେଇ ଚୂଡ଼ାନ୍ତ ରିପୋର୍ଟ ଦେବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri