Posted inଜାତୀୟ

ଜୁଲାଇରେ ଆସିବ ଫାଇଜର

ନୂଆଦିଲ୍ଲୀ, ୨୮।୫:ଦେଶରେ କୋଭିଡ୍‌ ଟିକା ଅଭାବ ପୂରଣ ଲାଗି ସରକାର ବିଦେଶରୁ ଭାକ୍ସିନ ଆମଦାନୀକୁ ତ୍ୱରାନ୍ବିତ କରିବାକୁ ଚାହୁଁଛନ୍ତି। ଏଥିପାଇଁ ଟିକା ନୀତିରେ ପରବର୍ତ୍ତନ କରାଯିବ ବୋଲି ସରକାର ଦୋହରାଇଛନ୍ତି। ଆମେରିକାର ଫାଇଜର କମ୍ପାନୀ ଭାରତକୁ ୫ କୋଟି ଡୋଜ୍‌ ଯୋଗାଇଦେବାକୁ ପ୍ରସ୍ତୁତ ବୋଲି କହିବା ସହ ଏଥିପାଇଁ ସରକାର ଟିକା ନୀତିରେ କୋହଳ କରିବାକୁ ପରାମର୍ଶ ଦେଇଥିଲା। ଏହା ପରେ ସରକାର ପ୍ରତିଷ୍ଠିତ ବିଦେଶୀ ଟିକାର ସ୍ଥାନୀୟ ପରୀକ୍ଷାକୁ ଉଠାଇ ଦେଇଛନ୍ତି। ଆଗାମୀ ଜୁଲାଇରୁ ଅକ୍ଟୋବର ମଧ୍ୟରେ ଫାଇଜର ୫ କୋଟି ଟିକା ଯୋଗାଇଦେବାକୁ କହିଛି। ଏହା ବ୍ୟତୀତ ମଡର୍ନା ଓ ଜନ୍‌ସନ୍‌ ଆଣ୍ଡ ଜନ୍‌ସନ କମ୍ପାନୀଠାରୁ ଟିକା ଆମଦାନୀ ଲାଗି ମଧ୍ୟ ଆଲୋଚନା ଚାଲିଛି। ସମସ୍ତ ଅନ୍ତର୍ଜାତୀୟ ଟିକା ଉତ୍ପାଦନକାରୀଙ୍କୁ ଭାରତ ଆସି ଟିକା ତିଆରି କରିବା ଲାଗି ସରକାରଙ୍କ ପକ୍ଷରୁ ପୁଣିଥରେ ଅନୁରୋଧ କରାଯାଇଛି। ବିଦେଶୀ ଟିକା ଅନୁମୋଦନକୁ ତ୍ୱରାନ୍ବିତ କରିବା, ଜରୁରୀ ବ୍ୟବହାର ପାଇଁ ମଞ୍ଜୁରୀ ପୂର୍ବରୁ ସ୍ଥାନୀୟ ସୁରକ୍ଷା ପରୀକ୍ଷା ହଟାଇଦେବା ଲାଗି ଗତମାସରେ ସରକାର ଘୋଷଣା କରିଥିଲେ। ଭାରତରେ ଦେଖାଦେଇଥିବା କୋଭିଡ୍‌ ଷ୍ଟ୍ରେନ୍‌ ପାଇଁ ଫାଇଜର ଟିକା ସର୍ବାଧିକ ଫଳପ୍ରଦ ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି। ଏହି ଟିକାକୁ ୨ରୁ ୮ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରାରେ ମାସେ ପର୍ଯ୍ୟନ୍ତ ଗଚ୍ଛିତ ରଖିହେବ ଏବଂ ୧୨ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ଟିକା ଦିଆଯାଇପାରିବ ବୋଲି କମ୍ପାନୀ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri