ଫାର୍ମାସିଷ୍ଟ ଚୋରି କରୁଛନ୍ତି ନିରାମୟ ଔଷଧ

ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀଙ୍କ ବ୍ୟତୀତ ଅନ୍ୟମାନଙ୍କୁ ମାଗଣାରେ ଔଷଧ ଯୋଗାଣ ପାଇଁ ଓଡ଼ିଶା ସରକାର ନିରାମୟ ଯୋଜନା କରିଛନ୍ତି । ୨୦୧୫ରୁ ରାଜ୍ୟରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ୫୭୩ ପ୍ରକାର ଜୀବନ ରକ୍ଷାକାରୀ ଔଷଧ ରୋଗୀଙ୍କୁ ଯୋଗାଇବାର ପ୍ରାବଧାନ ରହିଛି। ମାତ୍ର କିଛି ବିଭାଗୀୟ କର୍ମଚାରୀ ଏହାର ବେଶ୍‌ ଫାଇଦା ଉଠାଉଥିବା ଭଳି ଘଟଣା ସାମ୍ନାକୁ ଆସିଛି। ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଜଣେ ଫାର୍ମାସିଷ୍ଟ ନିରାମୟ କକ୍ଷରୁ ବହୁ ଦାମିକିଆ ଔଷଧ ଧରି ଯାଉଥିବାବେଳେ ସ୍ଥାନୀୟ ସୁରକ୍ଷାକର୍ମୀଙ୍କ ହାତରେ ଧରାପଡ଼ିଛନ୍ତି। ସମ୍ପୃକ୍ତ ଫାର୍ମାସିଷ୍ଟ ବୁଧବାରଠାରୁ ଧରାପଡ଼ି ଥିବାବେଳେ ଏପର୍ଯ୍ୟନ୍ତ ତାଙ୍କ ବିରୋଧରେ କୌଣସି ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯାଇ ନାହିଁ କି ପୋଲିସରେ ଏତଲା ମଧ୍ୟ ଦିଆଯାଇନାହିଁ। ଫଳରେ ଏହି ଘଟଣାରେ ବିଭାଗୀୟ କାର୍ଯ୍ୟକୁ ନେଇ ସାଧାରଣରେ ସନ୍ଦେହ ସୃଷ୍ଟି ହୋଇଛି। ସେହିପରି ନିରାମୟ କେନ୍ଦ୍ରକୁ ପୂର୍ବରୁ ଆସୁଥିବା ଔଷଧରେ ନଟ୍‌ ଫର୍‌ ସେଲ୍‌ (ବିକ୍ରି ପାଇଁ ନୁହେଁ) ସଙ୍କେତ ରହୁଥିଲା। ମାତ୍ର ଏବେ ତାହା ନ ରହି ସିଧାସଳଖ ଔଷଧର ଏମ୍‌ଆର୍‌ପି (ମେକ୍ସିମମ୍‌ ରିଟେଲ୍‌ ପ୍ରାଇସ୍‌) ଉଲ୍ଲେଖ ରହୁଥିବାରୁ ତାହା ନିରାମୟ ଔଷଧ ଚୋରି କରି ବାହାରେ ବିକ୍ରି କରିବାକୁ ସୁଯୋଗ ଦେଇଛି ବୋଲି ସାଧାରଣରେ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?