ରାଷ୍ଟ୍ରପତିଙ୍କ ହେଲିକପ୍ଟର ସହ ସେଲ୍‌ଫି ନେଲେ ଫାର୍ମାସିଷ୍ଟ

ବାରିପଦା ଅଫିସ,୮ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣ ସମୟରେ ବିଦ୍ୟୁତ୍‌ ବିଭ୍ରାଟ ନେଇ ଆରୋପ ପ୍ରତ୍ୟାରୋପ ଚାଲିଥିବା ବେଳେ ସୁରକ୍ଷା ବ୍ୟବସ୍ଥାରେ ସାଂଘାତିକ ତ୍ରୁଟି ପରିଲକ୍ଷିତ ହୋଇଛି। ଗସ୍ତ ସମୟରେ ନିୟୋଜିତ ଥିବା ଜଣେ ଫାର୍ମାସିଷ୍ଟ ରାଷ୍ଟ୍ରପତିଙ୍କ ଗମନାଗମନରେ ନିୟୋଜିତ ହେଲିକପ୍ଟର ପାଖକୁ ଯାଇ ଫଟୋ ଉଠାଇଥିବା ଦେଖିବାକୁ ମିଳିଛି। ଫଟୋକୁ ଫେସ୍‌ବୁକ୍‌ ଆକାଉଣ୍ଟରେ ପୋଷ୍ଟ
କରିବା ପରେ ବିବାଦୀୟ ସ୍ଥିତି ଉପୁଜିବା ଦେଖି ସେ ଫଟୋଗୁଡ଼ିକ ଡିଲିଟ କରିଦେଇଛନ୍ତି। ପ୍ରକାଶ ଯେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତର ଦ୍ୱିତୀୟ ଦିନ ଅର୍ଥାତ୍‌ ଶୁକ୍ରବାର ରାଷ୍ଟ୍ରପତି ଶିମିଳିପାଳ ବୁଲିବାକୁ ଯାଇଥିଲେ। ରାଇରଙ୍ଗପୁରରୁ ଯଶିପୁର ଛେଳିଗୁଦୁଳି ଅସ୍ଥାୟୀ ହେଲିପ୍ୟାଡ୍‌ରେ ପହଞ୍ଚତ୍ ସେଠାରୁ ସଡ଼କ ପଥରେ ଯାଇଥିଲେ। ୪ ଘଣ୍ଟା ଧରି ହେଲିକପ୍ଟର ହେଲିପ୍ୟାଡ୍‌ରେ ଅଟକି ଥିଲା। ଏହି ସମୟରେ ଫାର୍ମାସିଷ୍ଟ ଯଶୋବନ୍ତ ବେହେରା ସୁରକ୍ଷା ବଳୟ ପାର୍‌ କରି ରାଷ୍ଟ୍ରପତିଙ୍କୁ ନେଇ ଆସିଥିବା ୩ଟି ହେଲିକପ୍ଟର ପାଖକୁ ଯାଇ ଗୋଟିଏରେ ସେଲ୍‌ଫି ନେବା ସହିତ ଅନ୍ୟ ଦୁଇ ହେଲିକପ୍ଟର ପାଖରେ ଫଟୋ ଉଠାଇଥିଲେ। ଦୁଇଟି ଫଟୋ ମଧ୍ୟରୁ ଗୋଟିକରେ ସେ ହେଲିକପ୍ଟରର ଏକ ଅଂଶରେ ବସିଥିବା ଦେଖାଯାଉଛି। ଅନ୍ୟଟିର ସମ୍ମୁଖ ଭାଗରେ ହାତରେ ଭରା ଦେଇ ଛିଡ଼ା ହୋଇଛନ୍ତି। ଦୁଇଟି ଫଟୋକୁ ଉଠାଇଥିବା ବ୍ୟକ୍ତି ଓ ଫାର୍ମାସିଷ୍ଟ ଜଣକ କିପରି ହେଲିକପ୍ଟର ପାଖକୁ ଗଲେ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସୁରକ୍ଷା ଦାୟିତ୍ୱରେ ଥିବା ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା କାରଣରୁ ଏପରି ଘଟିଛି ବୋଲି ସାଧାରଣରେ ଆଲୋଚନା ହେଉଛି। ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri