ମନ୍ତ୍ରିମଣ୍ଡଳରେ ସାମିଲ ପାଇଁ ଆସିଲା ଫୋନ୍‌, ଜାଣନ୍ତୁ କାହା କାହା ପାଖକୁ ଗଲା କଲ୍‌

ଭୁବନେଶ୍ୱର,୧୨ା୬: ରାଜ୍ୟରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝି ଶପଥ ନେବେ। ମୋହନ ଶପଥ ନେବା ସହ ତାଙ୍କ ମନ୍ତ୍ରିମଣ୍ଡଳରେ ଆଉ କେଉଁ ମନ୍ତ୍ରୀ ସାମିଲ ହେବେ ସେନେଇ ଏବେଠୁ ଚର୍ଚ୍ଚା ଆରମ୍ଭ ହୋଇଗଲାଣି। ମୁଖ୍ୟମନ୍ତ୍ରୀ ଶପଥ ନେବା ପୂର୍ବରୁ ସମ୍ଭାବ୍ୟ ମନ୍ତ୍ରୀପଦ ପାଇଁ ନବ ନିର୍ବାଚିତ ବିଧାୟକଙ୍କ ନିକଟକୁ ଫୋନ୍‌ କଲ୍‌ ଯାଉଛି।

ଏହି କ୍ରମରେ ଚିଲିକା ବିଧାୟକ ପୃଥ୍ବୀରାଜ ହରିଚନ୍ଦନ, ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ, ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଗୋପାଳପୁର ବିଧାୟକ ବିଭୂତି ଜେନା, ପାରାଦୀପ ବିଧାୟକ ସମ୍ପଦ ସ୍ବାଇଁ, କୁଚିଣ୍ଡା ବିଧାୟକ ରବି ନାଏକ, ସୁକିନ୍ଦା ବିଧାୟକ ପ୍ରଦୀପ ବଳସାମନ୍ତ, ପୋଲସରା ବିଧାୟକ ଗୋକୁଳାନନ୍ଦ ମଲ୍ଲିକ, କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ଉମରକୋଟ ବିଧାୟକ ନିତ୍ୟାନନ୍ଦ ଗଣ୍ଡ, ମୋରଡ଼ା ବିଧାୟକ କୃଷ୍ଣଚନ୍ଦ୍ର ମହାପାତ୍ର, ରଣପୁର ବିଧାୟିକା ସୁରମା ପାଢ଼ୀଙ୍କ ନିକଟକୁ ଫୋନ୍‌ କଲ୍‌ ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri