ରୁଟ୍‌ ଦେଖିବା ପାଇଁ ଡ୍ରାଇଭିଂ ବେଳେ ବ୍ୟବହାର ହୋଇପାରିବ ଫୋନ

ନୂଆଦିଲ୍ଲୀ: ଡ୍ରାଇଭିଂ ବେଳେ ମୋବାଇଲ କିମ୍ବା ଅନ୍ୟ ହ୍ୟାଣ୍ଡ ହୋଲ୍ଡ ଡିଭାଇସର ବ୍ୟବହାର କରାଯାଇ ପାରିବ। ଏହା କେବଳ ରୁଟ୍‌ ଦେଖବା ପାଇଁ ବ୍ୟବହାର କରାଯାଇ ପାରିବ ବୋଲି ସଡକ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ରବିବାର ସୂଚନା ରହିଛି। ଏ ନେଇ ମନ୍ତ୍ରଣାଳୟ ନୂଆ ନିୟମ କାର୍ଯ୍ୟକାରୀ କରାଇବ। ଅକ୍ଟୋବର ପହିଲାରୁ ଏ ନେଇ ନୂଆ ନିୟମ ଆସିବ ବୋଲି ଜଣାପଡିଛି। ଗାଡି ଚଳାଇବା ସମୟରେ ଡ୍ରାଇଭରଙ୍କ ଧ୍ୟାନ ଯେଭଳି ଭଙ୍ଗ ନ ହୁଏ ତାକୁ ମଧ୍ୟ ବିଚାର କରିବାକୁ ନୂଆ ନିୟମରେ କୁହାଯାଇଛି। ସୂଚନା ଯୋଗ୍ୟ, ଗାଡି ଚଳାଇବା ସମୟରେ ମୋବାଇଲରେ କଥା ହେଲେ ୧ ହଜାରରୁ ୫ ହଜାର ଟଙ୍କାର ଜରିମାନା ଲାଗୁ ହେଉଛି। ପରିବର୍ତ୍ତିତ ନିୟମ ଅନୁସାରେ ଗାଡି ସଂକ୍ରାନ୍ତ କାଗଜ ପତ୍ର ରଖିବା ଲାଗି ସରକାର ଏକ ପୋର୍ଟାଲ ବ୍ୟବସ୍ଥା ସରକାର କରିବେ। ଏହି ପୋର୍ଟାଲରେ ଲାଇସେନ୍ସ, ପଞ୍ଜୀକରଣ ପ୍ରମାଣପତ୍ର ଅନ୍ୟ କାଗଜପତ୍ର ଉପଲବ୍ଧ ରହିବ। ଗୋଟିଏ ସ୍ଥାନରେ ଆବଶ୍ୟକ ପ୍ରମାଣ ପତ୍ର ରହିଲେ ଯାଞ୍ଚ ବେଳେ ଅଧିକାରୀଙ୍କୁ ଆଉ ଅସୁବିଧା ହେବ ନାହିଁ। ଲୋକମାନେ ମଧ୍ୟ ବିଭିନ୍ନ କାଗଜପତ୍ର ନିଜ ସହ ନେଇ ବୁଲିବାକୁ ପଡିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

ମୁଣ୍ଡରେ ପଡ଼ିଲା ଅମୃତଭଣ୍ଡା: ଚାଲିଗଲା ମହିଳାଙ୍କ ଜୀବନ

ବାଲିଗୁଡ଼ା,୧୮ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଗୋଛାପଡ଼ା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ଅମୃତଭଣ୍ଡା ତୋଳିବା ବେଳେ ଅମୃତଭଣ୍ଡା ମୁଣ୍ଡରେ ପଡି...

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ମିଳିବ ୫୧,୦୦୦ ଟଙ୍କା, ଜାଣନ୍ତୁ ଯୋଗ୍ୟତା ଓ କିପରି କରିବେ ଆବେଦନ

ଭୁବନେଶ୍ୱର,୧୮ା୧୨: ରାଜ୍ୟର ଗରିବ ଓ ଆର୍ଥିକ ଅନଗ୍ରସର ପରିବାରର ଝିଅମାନଙ୍କ ବିବାହ ପାଇଁ ଓଡ଼ିଶା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ନୂତନ ଭାବେ ଆରମ୍ଭ...

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri