ସମ୍ବଲପୁର, ୨୪।୧୦ (ବ୍ୟୁରୋ): ବିଶିଷ୍ଟ ଫଟୋଗ୍ରାଫର ତଥା ପରିବେଶ ପ୍ରେମୀ ନଟବରଲାଲ ଭରୁ(୭୮)ଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ୧୯୫୦ରେ ସମ୍ବଲପୁର ଲକ୍ଷ୍ମୀଟକିଜ ଛକଠାରେ ପ୍ରଥମେ ତାଙ୍କ ବାପା ସ୍ବର୍ଗତ ଭିଏଲ ଭରୁ ଫଟୋ ଷ୍ଟୁଡିଓ ସ୍ଥାପନ କରିଥିଲେ। ସେ ପିତାଙ୍କ ସହ ଏସିଆର ସର୍ବବୃହତ୍ ହୀରାକୁଦ ନଦୀ ବନ୍ଧ ଯୋଜନାର ଫଟୋ ଉତ୍ତୋଳନ କରି ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ସମ୍ବଲପୁର ସ୍ଥିତ ସେନ୍ ପାର୍କ ସୁରକ୍ଷା ସମିତିର ସକ୍ରିୟ ସଭ୍ୟ ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ପ୍ରଚେଷ୍ଟାରେ ସେନ୍ପାର୍କର ସୌନ୍ଦର୍ଯ୍ୟ ବୃଦ୍ଧି ହୋଇଥିଲା। ତାଙ୍କ ବିୟୋଗରେ ସମ୍ବଲପୁର ଜିଲା ସମେତ ପଶ୍ଚିମ ଓଡିଶାର ଫଟୋଗ୍ରାଫର ଓ ସେନପାର୍କ ସୁରକ୍ଷା ସମିତିର ସଦସ୍ୟମାନେ ଶୋକପ୍ରକାଶ କରିଛନ୍ତି।
Posted inଆମ ଜିଲା ଖବର, ସମ୍ବଲପୁର View All
ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା
ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...
ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ
ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...
ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ
ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...
ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା
ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...
ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…
ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...
ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି
ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...
ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ
ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...
ଟିକିଏ କଥାରେ ସାଙ୍ଗର ପେଟରେ ଛୁରି ଭୁସି ବାହାର କରିଦେଲେ ଅନ୍ତବୁଜୁଳା
ବାରିପଦା,୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୁରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ସ୍ଥିତ ବିବି କଲେଜରେ ଦୁଇ ଛାତ୍ର ମଧ୍ୟରେ ସଂଘର୍ଷ ହୋଇଛି। ଏଥିରେ ଜଣେ...
Archives


