ଗାଜଲବାଡି ଘାଟିରେ ଓଲଟିଲା ପିକ୍‌ଅପ୍‌

ଦାରିଙ୍ଗବାଡି,୩୦।୪(ଡି.ଏନ.ଏ): କନ୍ଧମାଳ ଜିଲାକୁ ସଂଯୋଗ କରୁଥୁବା ୫୯ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ରବିବାର ଏକ ଫୁଲକୋବି ବୋଝେଇ ପିକ୍‌ଅପ୍‌ ଭ୍ୟାନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣା ଯୋଗୁ ରାଜପଥ ଅବରୋଧ ହୋଇ ରହିଥିଲା। ଖବର ପାଇ ପୋଲିସ ଏବଂ ଦାରିଙ୍ଗବାଡି ଅଗ୍ନିଶମ ବିଭାଗର କେନ୍ଦ୍ର ଅଧିକାରୀ ମନୋଜ କୁମାର ସାହୁ, ମୁଖ୍ୟ ଆଗ୍ନିକ ଚନ୍ଦ୍ର ଶେଖର ବେହେରା, ଗାଡିଚାଳକ ପ୍ରଶାନ୍ତ କୁମାର ଜେନା, ଜୁଗୁନୁ ବେହେରା, ସୁନୀଲ ଯାନୀ, ବାପୁନା ରାଉତ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ପିକ୍‌ଅପ୍‌ ଭ୍ୟାନ୍‌କୁ ରାଜପଥରୁ ଉଠାଇଥିଲେ। ଫଳରେ ରାଜପଥ ଉପରେ ଅଟକି ରହିଥିବା ଗାଡିଗୁଡିକ ଚଳପ୍ରଚଳ କରିଥିଲା।
ପ୍ରକାଶ ଯେ, ଛତିଶଗଡ଼ରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ନଂ (ସିଜି ୦୪ପିସି ୬୪୨୪)ରେ କୋବି ନେଇ ଗଞ୍ଜାମ ଜିଲା ସୋରଡ଼ାକୁ ଯାଉଥିଲା। ଗ।ଜଲବାଡି ଘାଟିର ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖସିଲା ପାରଦ, ଶିମିଳିପାଳରେ ତାପମାତ୍ରା ୧ ଡିଗ୍ରୀ ରେକର୍ଡ

ବାରିପଦା,୮।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ପାରଦ ନିମ୍ନଗାମୀ ହୋଇଛି । ଉପରବାରହାକାମୁଡାରେ ତାପାମାତ୍ରା ୧ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ନେଇ…

‘ଆତଙ୍କବାଦ ଉପରେ ଦୋମୁହାଁ ମନୋଭାବ…,’ ମାଲେସିଆରେ ଏମିତି କହିଲେ ମୋଦି, ଶୁଣିଲେ ଉଡିବ ପାକିସ୍ତାନର ନିଦ

ନୂଆଦିଲ୍ଲୀ,୮।୨: ମାଲେସିଆ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ସହ ଏକ ମିଳିତ ପ୍ରେସ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଏବଂ ମାଲେସିଆ ସେମାନଙ୍କର ସମ୍ପର୍କକୁ…

ତାଙ୍କ ହସ ମିଠା, କଥା ମିଠା, ନାଁ ମିଠି: ହେଲେ ଟିକେ ଟିକେ କଥାରେ ଚିଡିଯାନ୍ତି…

ତାଙ୍କ ହସ ମିଠା, କଥା ମିଠା। ମିଠା ମିଠା ଥିଲା ତାଙ୍କ ଅଭିନୟ ଓ ନୃତ୍ୟର ଯାଦୁ। ସେଇଥିପାଇଁ ତ ଓଡ଼ିଶାର ଦର୍ଶକଙ୍କ ହୃଦୟରେ ସେ ଏବେ…

ଇମ୍ରାନ ଖାନ-ବୁଶରା ବିବିଙ୍କୁ ୧୭ ବର୍ଷ ଜେଲଦଣ୍ଡ, ଲାଗିଛି କୋଟି କୋଟି ଟଙ୍କାର ଜରିମାନା

ଇସଲାମାବାଦ,୮।୨: ତୋଶାଖାନା-୨ ଦୁର୍ନୀତି ମାମଲାରେ ପୂର୍ବତନ ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଏବଂ ତାଙ୍କ ପତ୍ନୀ ବୁଶରା ବିବିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇ ୧୭ ବର୍ଷ ଜେଲଦଣ୍ଡ…

ଏମାନେ ଧନୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ ବି କରିନାହାନ୍ତି: ତଥାପି ବିବାହ ଭାଇରାଲ

ପ୍ରେମ ଦୁଇଟି ମନର ମିଳନ। ଏହା ପବିତ୍ର, ଏହା ଶାଶ୍ୱତ। ପ୍ରେମ ମାନେ ନୁହେଁ ଜଣକୁ ପାଇ ଖୁସି ହୋଇଯିବା, ବରଂ ପ୍ରେମ ହେଉଛି ତାହା ଯାହାକୁ…

ଉପ ମୁଖ୍ୟମନ୍ତ୍ରୀସ୍‌ଙ୍କ ଗସ୍ତକୁ ନେଇ ପ୍ରସ୍ତୁତି ଜୋରଦାର 

କେସିଙ୍ଗା,୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  ସୋମବାର  ଗସ୍ତରେ ଆସିବେ। ଏ ନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଜୋରଦାର…

ଭାରତ ସହ T20 World Cupରେ ଖେଳିବାକୁ ରାଜି ହେଲା ପାକିସ୍ତାନ! କେମିତି ୨୪ ଘଣ୍ଟାରେ ବଦଳିଲା ମନୋଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୨: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ହେବାକୁ ଥିବା T20 ବିଶ୍ୱକପ ମ୍ୟାଚ ବର୍ଜନ କରିବା ପାଇଁ ଆଲୋଚନା ଆରମ୍ଭ କରିବାକୁ…

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri