ଦଶାହ କାର୍ଯ୍ୟ ଶେଷ କରି ଫେରୁଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୯ମୃତ

କୋଟପାଡ଼, ୩୧।୧: କୋରାପୁଟ ଜିଲା କୋଟପାଡ଼ ଥାନା ମୂର୍ତ୍ତାହାଣ୍ଡିରେ ରବିବାର ରାତି ପ୍ରାୟ ସାଢେ ୮ଟାରେ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୯ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା ମିଳିଛି। ମୃତକମାନଙ୍କ ପରିଚୟ ମିଳି ନ ଥିବାବେଳେ ସେମାନେ ସମସ୍ତେ ଛତିଶଗଡ଼ ଅଞ୍ଚଳର ବୋଲି ଜଣାପଡିଛି।
ସୂଚନା ଅନୁଯାୟୀ, ଛତିଶଗଡ଼ର କୋଲଚା ଗ୍ରାମରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ପ୍ରାୟ ୩୦ ଜଣ କୋରାପୁଟ ଜିଲା କୋଟପାଡ଼ଠାରୁ ୨୦ କି.ମି. ଦୂର ମୂର୍ତ୍ତହାଣ୍ଡିକୁ ଦଶାହ କାର୍ଯ୍ୟରେ ଯୋଗଦେବାକୁ ଆସିଥିଲେ। ସନ୍ଧ୍ୟାରେ ଫେରିବା ସମୟରେ ମୁର୍ତ୍ତାହାଣ୍ଡିରୁ ୩ କି.ମି. ଦୂରରେ ଏକ ବୁଲାଣିରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତାପାଖର ଏକ ଗଛରେ ପିଟି ହୋଇ ଓଲଟି ପଡ଼ିଥିଲା। ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟ କରିଥିବା ବେଳେ ଖବରପାଇ ଚାନ୍ଦିଲି ଫାଣ୍ଡି ଓ କୋଟପାଡ଼ ପୋଲିସ ଘଟଣାସ୍ଥଳରେ ପହଞ୍ଚଥିଲା। ଆହତଙ୍କୁ ସ୍ଥାନୀୟ ମୂର୍ତ୍ତାହାଣ୍ଡି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅନ୍ଧାର ଯୋଗୁ ଉଦ୍ଧାର କାର୍ଯ୍ୟରେ ବାଧା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri