ଓଡ଼ିଶା ଆଗକୁ ବଢ଼ିବା ଚିତ୍ର ସ୍ପଷ୍ଟ ହେଉଛି: ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ/ ମୋରଡ଼ା, ୧୩ା୮(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଦୁଇଟି ପ୍ରମୁଖ ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି। ଏହା ସହିତ ଜିଲାର ଅନେକ ବିକାଶମୂଳକ କାର୍ଯ୍ୟର ଶୁଭ ଉଦ୍‌ଘାଟନ ଓ ଶିଳାନ୍ୟାସ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସୁବର୍ଣ୍ଣରେଖା ପ୍ରକଳ୍ପ ମାଧ୍ୟମରେ ୬୮୫ କୋଟି ଟଙ୍କା ବ୍ୟୟ ଅଟକଳରେ ଅତିରିକ୍ତ ୧୭,୧୨୧ହେକ୍ଟର ଚାଷଜମି ପାଇଁ ଜଳସେଚନ ସୁବିଧା ଏବଂ ୮୨୩କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ କରଞ୍ଜିଆ ବ୍ଲକ ହାତୀବାରିଠାରେ ଦେଓ ନଦୀ ଉପରେ ନିର୍ମିତ ୧୨୮୦ମିଟର ଦୈଘ୍ୟ ବିଶିଷ୍ଟ ବନ୍ଧର ଉଭୟ ବାମ ଓ ଦକ୍ଷିଣ ପାର୍ଶ୍ୱରେ ୫୮କି.ମି. କେନାଲରେ ଜଳସେଚନର ଶୁଭ ଉଦ୍‌ଘାଟନ କରିଛନ୍ତି।
ରାସଗୋବିନ୍ଦପୁରସ୍ଥିତ ଟିକପଦାଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜନଜାତି ଭଉଣୀଭାଇମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି। ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି। ଜନଜାତି ପିଲାମାନେ ଆଜି ସେମାନଙ୍କ ଦକ୍ଷତା ବଳରେ ଦେଶବିଦେଶରେ ସୁନାମ ଅର୍ଜନ କରିପାରୁଛନ୍ତି। ସୁବର୍ଣ୍ଣରେଖା ଅତିରିକ୍ତ ଜଳସେଚନ ପ୍ରକଳ୍ପ ମାଧ୍ୟମରେ ୫୫ହଜାର ଚାଷୀ ଉପକୃତ ହୋଇପାରିବେ। ସୁବର୍ଣ୍ଣରେଖା ରାଜ୍ୟ ସରକାରଙ୍କ ଏକ ବୃହତ ଜଳସେଚନ ପ୍ର୍ରକଳ୍ପ। ଏହାଦ୍ୱାରା ସମୁଦାୟ ୭୦ହଜାର ହେକ୍ଟର ଜମିକୁ ଜଳସେଚିତ କରିବାର ଲକ୍ଷ୍ୟ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୫୦ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇଛି। ସେହିପରି ଦେଓ ଜଳସେଚନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସ ଜରିଆରେ ଲୋକାର୍ପଣ କରିଥିଲେ। କୃଷି, ଶିକ୍ଷା, ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ ବିକାଶ ଏବଂ କଲ୍ୟାଣମୂଳକ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ସବୁ କାର୍ଯ୍ୟକ୍ରମ ଲୋକଙ୍କୁ ସଶକ୍ତ କରିଛି ଏବଂ ଲୋକଙ୍କ ଆଦର ଲାଭ କରିଛି। ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟ ପିଲାମାନଙ୍କ ମଧ୍ୟରେ ଆମତ୍ବିଶ୍ୱାସ ବୃଦ୍ଧି କରିଛି। ଯେତେବେଳେ ମୟୂରଭଞ୍ଜର ପିଲାଟିଏ ଗଁା ସ୍କୁଲରେ ବିଶ୍ୱସ୍ତରୀୟ ଶିକ୍ଷା ସୁବିଧା ପାଉଛି, ସେତେବେଳେ କେବଳ ପିଲା ନୁହେଁ ବା ଗଁା ନୁହେଁ, ସାରା ଓଡ଼ିଶା ଆଗକୁ ବଢ଼ିବାର ଚିତ୍ର ସ୍ପଷ୍ଟ ହେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଲୋକାର୍ପିତ ହୋଇଥିବା ପ୍ରକଳ୍ପ ଦ୍ୱାରା ମୟୂରଭଞ୍ଜର ପ୍ରାୟ ୯୯୦୦ ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ମିଳିବା ସହିତ ୧୦୦ ଗ୍ରାମର ପ୍ରାୟ ୨ଲକ୍ଷ ଲୋକ ଉପକୃତ ହେବେ। ଅନ୍ୟମାନଙ୍କ ମଧ୍ୟରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର, ମୋରଡ଼ା ବିଧାୟକ ରାଜକିଶୋର ଦାସ, ବାଙ୍ଗରିପୋଷି ବିଧାୟକ ସୁଦାମ ମାରାଣ୍ଡି ଓ ମୟୂରଭଞ୍ଜ ଜିଲା ପରିଷଦ ସଭାପତି ଭାରତୀ ହଁାସଦା ପ୍ରମୁଖ ଉପସ୍ଥିତ ରହି ଚାଷୀଙ୍କ ପାଇଁ ଏହି ଦୁଇଟି ପ୍ରକଳ୍ପ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଆଲୋକପାତ କରିଥିଲେ। ସେହିପରି କରଞ୍ଜିଆ ହାତୀବାରିଠାରେ ଆୟୋଜିତ ଲୋକାର୍ପଣ ଉତ୍ସବରେ କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ, ଜଳସମ୍ପଦ ମନ୍ତ୍ରୀ ଟୁକୁନୀ ସାହୁ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଅତିଥି ଭାବେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ସବୁଠାରୁ ଲୋକପ୍ରିୟ ଓ ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ବୋଲି ବର୍ଣ୍ଣନା କରିଥିଲେ। ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ତାଙ୍କୁ ସମସ୍ତଙ୍କ ପ୍ରିୟଭାଜନ କରିପାରିଛି ବୋଲି ମତ ରଖିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ ଧନ୍ୟବାଦ ଅର୍ପଣ କରିଥିଲେ। ରାସଗୋବିନ୍ଦପୁରରେ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଓ କରଞ୍ଜିଆରେ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସହିତ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ ଜିଲା ସମସ୍ତ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧି ଓ ପୂର୍ବତନ ଜନପ୍ରତିନିଧିଗଣ ଉପସ୍ଥିତ ଥିଲେ। ଶାନ୍ତି ଶୃଙ୍ଖଳା ପାଇଁ ପୂର୍ବାଞ୍ଚଳ ପୋଲିସ ଆଇଜି ହିମାଂଶୁ ଲାଲ୍‌ଙ୍କ ସହିତ ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri