ଓଡ଼ିଶା ଆଗକୁ ବଢ଼ିବା ଚିତ୍ର ସ୍ପଷ୍ଟ ହେଉଛି: ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ/ ମୋରଡ଼ା, ୧୩ା୮(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଦୁଇଟି ପ୍ରମୁଖ ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି। ଏହା ସହିତ ଜିଲାର ଅନେକ ବିକାଶମୂଳକ କାର୍ଯ୍ୟର ଶୁଭ ଉଦ୍‌ଘାଟନ ଓ ଶିଳାନ୍ୟାସ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସୁବର୍ଣ୍ଣରେଖା ପ୍ରକଳ୍ପ ମାଧ୍ୟମରେ ୬୮୫ କୋଟି ଟଙ୍କା ବ୍ୟୟ ଅଟକଳରେ ଅତିରିକ୍ତ ୧୭,୧୨୧ହେକ୍ଟର ଚାଷଜମି ପାଇଁ ଜଳସେଚନ ସୁବିଧା ଏବଂ ୮୨୩କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ କରଞ୍ଜିଆ ବ୍ଲକ ହାତୀବାରିଠାରେ ଦେଓ ନଦୀ ଉପରେ ନିର୍ମିତ ୧୨୮୦ମିଟର ଦୈଘ୍ୟ ବିଶିଷ୍ଟ ବନ୍ଧର ଉଭୟ ବାମ ଓ ଦକ୍ଷିଣ ପାର୍ଶ୍ୱରେ ୫୮କି.ମି. କେନାଲରେ ଜଳସେଚନର ଶୁଭ ଉଦ୍‌ଘାଟନ କରିଛନ୍ତି।
ରାସଗୋବିନ୍ଦପୁରସ୍ଥିତ ଟିକପଦାଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜନଜାତି ଭଉଣୀଭାଇମାନଙ୍କ ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ଆଜି ସୁଫଳ ଦେବା ଆରମ୍ଭ କରିଛି। ଶିକ୍ଷା ଓ ରୋଜଗାର ଜରିଆରେ ସେମାନଙ୍କୁ ସଶକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟକ୍ରମ ବହୁତ ଆଗକୁ ଯାଇପାରିଛି। ଜନଜାତି ପିଲାମାନେ ଆଜି ସେମାନଙ୍କ ଦକ୍ଷତା ବଳରେ ଦେଶବିଦେଶରେ ସୁନାମ ଅର୍ଜନ କରିପାରୁଛନ୍ତି। ସୁବର୍ଣ୍ଣରେଖା ଅତିରିକ୍ତ ଜଳସେଚନ ପ୍ରକଳ୍ପ ମାଧ୍ୟମରେ ୫୫ହଜାର ଚାଷୀ ଉପକୃତ ହୋଇପାରିବେ। ସୁବର୍ଣ୍ଣରେଖା ରାଜ୍ୟ ସରକାରଙ୍କ ଏକ ବୃହତ ଜଳସେଚନ ପ୍ର୍ରକଳ୍ପ। ଏହାଦ୍ୱାରା ସମୁଦାୟ ୭୦ହଜାର ହେକ୍ଟର ଜମିକୁ ଜଳସେଚିତ କରିବାର ଲକ୍ଷ୍ୟ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୫୦ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ପାଣି ସୁବିଧା କରାଯାଇଛି। ସେହିପରି ଦେଓ ଜଳସେଚନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସ ଜରିଆରେ ଲୋକାର୍ପଣ କରିଥିଲେ। କୃଷି, ଶିକ୍ଷା, ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ ବିକାଶ ଏବଂ କଲ୍ୟାଣମୂଳକ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ସବୁ କାର୍ଯ୍ୟକ୍ରମ ଲୋକଙ୍କୁ ସଶକ୍ତ କରିଛି ଏବଂ ଲୋକଙ୍କ ଆଦର ଲାଭ କରିଛି। ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟ ପିଲାମାନଙ୍କ ମଧ୍ୟରେ ଆମତ୍ବିଶ୍ୱାସ ବୃଦ୍ଧି କରିଛି। ଯେତେବେଳେ ମୟୂରଭଞ୍ଜର ପିଲାଟିଏ ଗଁା ସ୍କୁଲରେ ବିଶ୍ୱସ୍ତରୀୟ ଶିକ୍ଷା ସୁବିଧା ପାଉଛି, ସେତେବେଳେ କେବଳ ପିଲା ନୁହେଁ ବା ଗଁା ନୁହେଁ, ସାରା ଓଡ଼ିଶା ଆଗକୁ ବଢ଼ିବାର ଚିତ୍ର ସ୍ପଷ୍ଟ ହେଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଲୋକାର୍ପିତ ହୋଇଥିବା ପ୍ରକଳ୍ପ ଦ୍ୱାରା ମୟୂରଭଞ୍ଜର ପ୍ରାୟ ୯୯୦୦ ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ମିଳିବା ସହିତ ୧୦୦ ଗ୍ରାମର ପ୍ରାୟ ୨ଲକ୍ଷ ଲୋକ ଉପକୃତ ହେବେ। ଅନ୍ୟମାନଙ୍କ ମଧ୍ୟରେ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର, ମୋରଡ଼ା ବିଧାୟକ ରାଜକିଶୋର ଦାସ, ବାଙ୍ଗରିପୋଷି ବିଧାୟକ ସୁଦାମ ମାରାଣ୍ଡି ଓ ମୟୂରଭଞ୍ଜ ଜିଲା ପରିଷଦ ସଭାପତି ଭାରତୀ ହଁାସଦା ପ୍ରମୁଖ ଉପସ୍ଥିତ ରହି ଚାଷୀଙ୍କ ପାଇଁ ଏହି ଦୁଇଟି ପ୍ରକଳ୍ପ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ଆଲୋକପାତ କରିଥିଲେ। ସେହିପରି କରଞ୍ଜିଆ ହାତୀବାରିଠାରେ ଆୟୋଜିତ ଲୋକାର୍ପଣ ଉତ୍ସବରେ କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ରାଜ୍ୟସଭା ସଦସ୍ୟା ମମତା ମହାନ୍ତ, ଜଳସମ୍ପଦ ମନ୍ତ୍ରୀ ଟୁକୁନୀ ସାହୁ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ, ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଅତିଥି ଭାବେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଶର ସବୁଠାରୁ ଲୋକପ୍ରିୟ ଓ ସର୍ବଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ବୋଲି ବର୍ଣ୍ଣନା କରିଥିଲେ। ଓଡ଼ିଶାବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ତାଙ୍କୁ ସମସ୍ତଙ୍କ ପ୍ରିୟଭାଜନ କରିପାରିଛି ବୋଲି ମତ ରଖିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ ଧନ୍ୟବାଦ ଅର୍ପଣ କରିଥିଲେ। ରାସଗୋବିନ୍ଦପୁରରେ ୫-ଟି ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ଓ କରଞ୍ଜିଆରେ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସହିତ ବିଭାଗୀୟ ଅଧିକାରୀ, ଯନ୍ତ୍ରୀ ଓ ଜିଲା ସମସ୍ତ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧି ଓ ପୂର୍ବତନ ଜନପ୍ରତିନିଧିଗଣ ଉପସ୍ଥିତ ଥିଲେ। ଶାନ୍ତି ଶୃଙ୍ଖଳା ପାଇଁ ପୂର୍ବାଞ୍ଚଳ ପୋଲିସ ଆଇଜି ହିମାଂଶୁ ଲାଲ୍‌ଙ୍କ ସହିତ ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

‘କ୍ରୀତଦାସ ନୁହେଁ, ସ୍ବାଭିମାନରେ ବିଶ୍ୱାସକରେ’

ଅନୁଗୋଳ, ୨୭ା୪(ଅମିତ କୁମାର ସାମଲ): ଦୀର୍ଘ ୨୫ ବର୍ଷର ଅପାରଗ ଓ ସ୍ଥାଣୁ ସରକାରରେ ଅନେକେ କ୍ରୀତଦାସ ହେବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସେ କ୍ରୀତଦାସରେ...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri