ଗିରଫଦାରି ଚିତ୍ର ଅସ୍ପଷ୍ଟ

ଢେଙ୍କାନାଳ ଅଫିସ୍‌/ ରାସୋଳ(ଡି.ଏନ୍‌.ଏ.), ୧୫ା୧ ଢେଙ୍କାନାଳ ଜିଲା ରାସୋଳସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାକୁ ଶୁକ୍ରବାର ୩ଦିନ ବିତିଥିବାବେଳେ ଗିରଫଦାରି ସମ୍ପର୍କରେ ପୋଲିସ ସ୍ପଷ୍ଟ ସୂଚନା ଦେଉନାହିଁ। ଏହି ଘଟଣାର ୨ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରାଯାଉଛି। ଶନିବାର ଏସ୍‌ପିଙ୍କ ଉପସ୍ଥିତିରେ ଗଣମାଧ୍ୟମକୁ ସବିଶେଷ ସୂଚନା ଦିଆଯିବ ବୋଲି ଏସ୍‌ଡିପିଓ ମଳୟ ନାୟକ କହିଛନ୍ତି। ଅନ୍ୟପଟେ ଏହି ଘଟଣାରେ ସଦର ଥାନା ଗୋବିନ୍ଦପୁର ଅଞ୍ଚଳର ଜଣେ, ରାସୋଳ ଥାନା ନୂଆପାଟଣା ଅଞ୍ଚଳର ୨ଜଣଙ୍କୁ ପୋଲିସ ଗିରଫ କରିଛି ଏବଂ ଅନ୍ୟ ଜଣଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ତେବେ ତଦନ୍ତରେ ବ୍ୟାଘାତ ସୃଷ୍ଟି ଆଶଙ୍କା ଥିବାରୁ ଅଭିଯୁକ୍ତଙ୍କ ନାମ ପୋଲିସ ସାର୍ବଜନୀନ କରୁନାହିଁ। ଏହି ଘଟଣାରେ କେତେଜଣ ବଡ଼ବଡ଼ିଆଙ୍କ ସମ୍ପୃକ୍ତି ଥିବାରୁ ପୋଲିସର ମୁଣ୍ଡବ୍ୟଥା ବଢ଼ିଥିବା ଚର୍ଚ୍ଚା ହେଉଛି।
ଅପରପକ୍ଷେ ଡକାୟତି ଘଟଣାର ଦିନକ ପରେ ଶୁକ୍ରବାର ବ୍ୟାଙ୍କ କାର୍ଯ୍ୟ ସ୍ବାଭାବିକ ହୋଇଛି। ସନ୍ଧ୍ୟାରେ ରାସୋଳ ଥାନାରେ ଅତିରିକ୍ତ ଏସ୍‌ପି ଶିଶୁରଞ୍ଜନ ମହାପାତ୍ର, ଏସ୍‌ଡିପିଓ ମଳୟ ନାୟକ, ଥାନାଧିକାରୀ ବିଜୟ କୁମାର ହାଇବ୍ରୁ, ବ୍ୟାଙ୍କର ରିଜିଓନାଲ ମ୍ୟାନେଜର ଆଶିଷ ରଞ୍ଜନ ନାୟକ, ମ୍ୟାନେଜର ମୋନିକା ଓରାମ୍‌ ଏବଂ ଅନ୍ୟ ପଦାଧିକାରୀଙ୍କ ଉପସ୍ଥିତିରେ ଜବତ ସୁନା ଅଳଙ୍କାର ଓ ଟଙ୍କାର ହିସାବ କରାଯାଇଛି। ବ୍ୟାଙ୍କ ଶାଖାରୁ ଏଭଳି ବଡ଼ଧରଣର ଡକାୟତି ପରେ ହୁଗୁଳା ସୁରକ୍ଷା ବ୍ୟବସ୍ଥାକୁ ନେଇ ସମାଲୋଚନାର ଶିକାର ହୋଇଥିଲେ କର୍ତ୍ତୃପକ୍ଷ। ଖୁବ୍‌ଶୀଘ୍ର ମ୍ୟାନେଜମେଣ୍ଟ କମିଟି ସହିତ ଆଲୋଚନା କରି ସୁରକ୍ଷା କର୍ମୀ ମୁତୟନ କରାଯିବ ବୋଲି ରିଜିଓନାଲ ମ୍ୟାନେଜର ଗଣମାଧ୍ୟମକୁ କହିଛନ୍ତି। ସୂଚନାଯୋଗ୍ୟ, ଗତ ବୁଧବାର ଅପରାହ୍ନ ୩ଟାରେ ରାସୋଳ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରେ ସଶସ୍ତ୍ର ଡକାୟତି ହୋଇଥିଲା। ୪ଜଣ ଦୁର୍ବୃତ୍ତ ବ୍ୟାଙ୍କରେ ପଶି କର୍ମଚାରୀଙ୍କୁ ନିସ୍ତୁକ ପିଟିବା ସହିତ ଲକରରେ ଥିବା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ସୁନାଅଳଙ୍କାର ଏବଂ ଜମାକାରୀଙ୍କ ଲକ୍ଷାଧିକ ଟଙ୍କା ନେଇ ଫେରାର ହୋଇଯାଇଥିଲେ। ଘଟଣାର ମାତ୍ର ୨ ଘଣ୍ଟା ପରେ ଗୋବିନ୍ଦପୁର ନିକଟରୁ ପୋଲିସ କାର୍‌ରେ ଫେରାର ହୋଇଯାଉଥିବା ଅଭିଯୁକ୍ତଙ୍କୁ ମଧ୍ୟରୁ ଜଣଙ୍କୁ ଗିରଫ କରିଥିଲା। କାର୍‌ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ପୋଲିସକୁ ଏହି ସଫଳତା ମିଳିଥିଲା। ଅଭିଯୁକ୍ତଙ୍କ ତଥ୍ୟ ଆଧାରରେ ଅନ୍ୟ ୪ ଜଣଙ୍କୁ ପୋଲିସ ଉଠାଇ ଆଣିଥିଲା। ଏଥିସହ ଡକାୟତିରେ ବ୍ୟବହାର ୨ ବାଇକ୍‌ ଏବଂ ଗୋଟିଏ କାର୍‌ ଜବତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri