ବିଧାନସଭାରେ ପାରିତ ହେଲା ପାଇକ ବିଦ୍ରୋହ ସଂକଳ୍ପ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ପାଇକ ବିଦ୍ରୋହକୁ ପ୍ରଥମ ଜାତୀୟ ସ୍ବାଧୀନତା ସଂଗ୍ରାମ ଦାବି ପୁଣି ଜୋର ଧରିଛି। ଓଡ଼ିଆ ସ୍ବାଭିମାନ ଓ ଅସ୍ମିତା ପାଇଁ ମଙ୍ଗଳବାର ବିଧାନସଭାରେ ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ଆନ୍ଦୋଳନ ମାନ୍ୟତା ଦେବା ନେଇ ସଂକଳ୍ପ ପାରିତ ହୋଇଛି। ଅପରାହ୍ନରେ ବିରୋଧୀ ଦଳଙ୍କ ହଟ୍ଟଗୋଳ ମଧ୍ୟରେ ରାଜ୍ୟ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏହି ସଂକଳ୍ପକୁ ବିଧାନସଭାର ଅନୁମୋଦନ ପାଇଁ ଆଗତ କରିଥିଲେ। ଏହାକୁ ଗୃହ ପାରିତ କରିଛି ।
ସଂକଳ୍ପରେ ଦର୍ଶାଯାଇଛି, ଭାରତୀୟ ସ୍ବାଧୀନତା ସଂଗ୍ରାମ ଇତିହାସରେ ୧୮୧୭ ମସିହାର ପାଇକ ବିଦ୍ରୋହ ଏକ ଗୌରବମୟ ଅଧ୍ୟାୟ। ଭାରତୀୟ ମୁକ୍ତି ସଂଗ୍ରାମ ଇତିହାସରେ ପାଇକ ବିଦ୍ରୋହର ସ୍ଥାନ ସ୍ବତନ୍ତ୍ର। ଇଂରେଜମାନଙ୍କ ବିରୋଧରେ ସୁସଂଗଠିତ ଏବଂ ସୁଦୂରପ୍ରସାରୀ ଏହି ବିଦ୍ରୋହ ପରବର୍ତ୍ତୀ ସମୟରେ ମୁକ୍ତି ସଂଗ୍ରାମକୁ ତ୍ୱରାନ୍ବିତ କରିବାରେ ସହାୟକ ହୋଇଛି। ୧୮୧୭ରୁ ଖୋର୍ଦ୍ଧା ପାଇକଙ୍କ ଏ ସଂଗ୍ରାମ ଆରମ୍ଭ ହୋଇ ୧୮୨୫ ଯାଏ ଚାଲିଥିଲା। ଏହି ଲଢ଼େଇରେ ବହୁ ଜମିଦାର, ଦଳେଇ, ଦଳବେହେରା ଓ ବିଭିନ୍ନ ବର୍ଗର ଲୋକ ସାମିଲ ହୋଇଥିଲେ। ଇଂରେଜ ସରକାରଙ୍କ ସ୍ଥିତିକୁ ଏ ସଂଗ୍ରାମ ଦୋହଲାଇ ଦେଇଥିଲା ।
ଓଡ଼ିଶାର ଜନସାଧାରଣଙ୍କ ଭାବାବେଗକୁ ସମ୍ମାନ ଜଣାଇ ୨୦୧୭ରେ ରାଜ୍ୟ କ୍ୟାବିନେଟର ଏକ ସ୍ବତନ୍ତ୍ର ବୈଠକରେ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ଭାବେ ଘୋଷଣା କରିବାକୁ ପ୍ରସ୍ତାବ ପାରିତ କରାଯାଇଥିଲା। ଏ ସମ୍ପର୍କିତ ପ୍ରସ୍ତାବ କେନ୍ଦ୍ର ସରକାରଙ୍କୁ ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୭ ଜୁଲାଇ ୧୯ରେ ଏନେଇ କେନ୍ଦ୍ରକୁ ଏକ ଚିଠି ଲେଖିଥିଲେ। ହେଲେ ରାଜ୍ୟ ସଭାରେ ବିଜେଡି ଏମ୍‌ପି ପ୍ରଶାନ୍ତ ନନ୍ଦଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଜି. କିଶନ ରେଡ୍ଡୀ ଗୁରୁବାର କହିଥିଲେ ଯେ, ଭାରତୀୟ ଐତିହାସିକ ଅନୁସନ୍ଧାନ ପରିଷଦ (ଆଇସିଏଚ୍‌ଆର) ରିପୋର୍ଟ ଅନୁଯାୟୀ ପାଇକ ବିଦ୍ରୋହକୁ ଦେଶର ପ୍ରଥମ ସ୍ବାଧୀନତା ସଂଗ୍ରାମ ଭାବେ ଘୋଷଣା କରାଯାଇପାରିବ ନାହିଁ। ବରଂ ଏହା ଇଂରେଜମାନଙ୍କ ବିରୋଧରେ ହୋଇଥିବା ଜନ ଆନ୍ଦୋଳନର ଏକ ପ୍ରମୁଖ ବିଦ୍ରୋହ ଭାବେ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରେ କେସ୍‌ ଷ୍ଟଡି ଭାବେ ଗ୍ରହଣ କରିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ମନ୍ତ୍ରୀ ରେଡ୍ଡୀ କହିଥିଲେ। ଓଡ଼ିଶା ସରକାରଙ୍କ ପ୍ରସ୍ତାବକୁ କେନ୍ଦ୍ର ସରକାର ଏଭଳି ଅଗ୍ରାହ୍ୟ କରିଦେବା ପରେ ମଙ୍ଗଳବାର ବିଧାନସଭାରେ ପୁଣି ଥରେ ସଂକଳ୍ପ ପାରିତ ହୋଇଛି।
ରାଜ୍ୟ ସରକାର ପାଇକ ବିଦ୍ରୋହ ଉପରେ ରାଜ୍ୟ ସଂଗ୍ରହାଳୟରେ ଏକ ଗ୍ୟାଲେରି ପ୍ରତିଷ୍ଠା କରିବା ସହ ବରୁଣେଇ ପାହାଡ଼ ପାଦଦେଶରେ ୯ ଏକର ୬୮୫ ଡେସିମିଲ ଜମିରେ ପାଇକ ସ୍ମାରକୀ ନିର୍ମାଣ ପାଇଁ ସ୍ଥାନ ଚିହ୍ନଟ କରିଛନ୍ତି। ଜାତୀୟସ୍ତରରେ ଏହାର ଅଧିକ ପ୍ରଚାର ଓ ପ୍ରସାର ପାଇଁ ପାଇକ ବିଦ୍ରୋହ ଉପରେ ଆଲୋଚନାଚକ୍ର, କର୍ମଶାଳା ଓ କବିତା ପାଠୋତ୍ସବ ଆୟୋଜନ କରାଯାଇଛି।
ଇଂରେଜ ସରକାରଙ୍କ କବଳରୁ ମାତୃଭୂମିକୁ ମୁକ୍ତ କରିବାକୁ ଯେଉଁ ପାଇକମାନେ ବଳିଦାନ ଦେଇଛନ୍ତି ସେମାନଙ୍କୁ ସମ୍ମାନ ଜଣାଇ କେନ୍ଦ୍ର ସରକାର ତୁରନ୍ତ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା ଦିଅନ୍ତୁ। ଏ ସଂକଳ୍ପ ବିଧାନସଭାର ସଭ୍ୟମାନଙ୍କ ସମର୍ଥନରେ ପାରିତ ହୋଇଛି। କେନ୍ଦ୍ର ସରକାର ଓଡ଼ିଆଙ୍କ ବୀରତ୍ୱ ଓ ବଳିଦାନକୁ ସମ୍ମାନ ଜଣାଇ ତୁରନ୍ତ ଏହି ଘୋଷଣା କରିବାକୁ ରାଜ୍ୟର ବିଭିନ୍ନ ମହଲରୁ ମଧ୍ୟ ଦାବି ଉଠିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଧିବାମନଜୀଉ ମନ୍ଦିରରୁ ରାଧାକୃଷ୍ଣଙ୍କ ମୂର୍ତ୍ତି ଚୋରି: ବର୍ଷକ ତଳେ ମୁଖ୍ୟ ମନ୍ଦିରରୁ ଚୋରି ସୁନା ଚିତାର ଟେର ପାଇନି ପୋଲିସ

ଆନନ୍ଦପୁର,୧୬। ୭(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁରର ପୁରାତନ ଦଧିବାମନଜୀଉ ମନ୍ଦିର ବେଢ଼ାରୁ ପିତ୍ତଳ ନିର୍ମିତ ରାଧାକୃଷ୍ଣଙ୍କ ଯୁଗଳମୂର୍ତ୍ତି ମଙ୍ଗଳବାର ପୂର୍ବାହ୍ନରେ ଚୋରି ହୋଇଯାଇଛି। ଗତ ବର୍ଷ ଜୁନ୍‌...

ଜଙ୍ଗଲରେ ନିଆଁ: ଭୟଭୀତ ହୋଇ ଘର ଛାଡ଼ିଲେ ଲୋକେ

ଉଦଳା,୫।୩: ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ କୁଟଲିଂ ସଂରକ୍ଷିତ ଜଙ୍ଗଲରେ ନିଆଁ ଲାଗିଛି। ପ୍ରଥମେ ଉର୍ମଳ ନିକଟସ୍ଥ କାଜୁ ଜଙ୍ଗଲରେ ନିଆଁ ଲାଗିବା ପରେ...

ଶ୍ରୀମନ୍ଦିର ଟଙ୍କା ଫେରିବା ପ୍ରସଙ୍ଗ: ପ୍ରଧାନମନ୍ତ୍ରୀ, ଅର୍ଥମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲା ରାଜ୍ୟ ଭାଜପା

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଶ୍ରୀମନ୍ଦିର ଜମା ଅର୍ଥକୁ ରାଜ୍ୟ ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନ ରଖି ୟେସ୍‌ ବ୍ୟାଙ୍କ ଭଳି ଏକ ଘରୋଇ ବ୍ୟାଙ୍କରେ ରଖିଥିଲେ। ଶ୍ରୀମନ୍ଦିରର ୫୪୫...

ସୁସ୍ଥ ହେଲେ ୮୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯।୩: ରାଜ୍ୟରେ ମଙ୍ଗଳବାର ୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତ ସଂଖ୍ୟା ୩,୩୫,୨୫୦ରେ ପହଞ୍ଚିଛି। ସମ୍ବଲପୁରରୁ ସର୍ବାଧିକ...

ଶବ ପାଇଁ ବିଛାନ୍ତି ଶେଯ

ବନ୍ତଳା,୨୪।୧୧: ଜଣା ହେଉ ଅବା ଅଜଣା, ଶବକୁ ଉପଯୁକ୍ତ ସମ୍ମାନ ଦେବାକୁ ଅନେକେ ଆଗ୍ରହ ଦେଖାନ୍ତିନି। ବଞ୍ଚିଥିବା ବେଳେ ଅତି ଆପଣାର ଲାଗୁଥିବା ମଣିଷଟିଏ ମୃତ୍ୟୁ...

‘ଦୀକ୍ଷା’ରେ ଉତ୍କୃଷ୍ଟ ପ୍ରଦର୍ଶନ ପାଇଁ ଓଡ଼ିଶାକୁ ପ୍ରଶଂସା

ଭୁବନେଶ୍ୱର, ୨୯।୯(ବ୍ୟୁରୋ): ରାଜ୍ୟଗୁଡ଼ିକରେ ଶିକ୍ଷା କ୍ଷେତ୍ରର ଅଗ୍ରଗତି ନେଇ କେନ୍ଦ୍ର ଶିକ୍ଷା ସଚିବ ଅନିତା କରୁଆଲ୍‌ ସମୀକ୍ଷା କରିଛନ୍ତି। ସୋମବାର ଭିଡିଓକନ୍‌ଫରେନ୍ସିଂରେ ସେ ସବୁ ରାଜ୍ୟର...

ଗଞ୍ଜାମରେ ଦୋକାନୀମାନଙ୍କ ପାଇଁ ନୂଆ ନିୟମ: ରଖିବେ ଗ୍ରାହକଙ୍କ ତଥ୍ୟ; ସାମାଜିକ ଦୂରତା-ମାସ୍କ ବ୍ୟବହାର ନିଶ୍ଚିତ, ନହେଲେ ହେବ ସିଜ୍‌

ଛତ୍ରପୁର, ୧୩।୫(ଡି.ଏନ୍‌.ଏ.)- ରାଜ୍ୟର କରୋନା ଆକ୍ରାନ୍ତ ଜିଲାଗୁଡ଼ିକ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏବେ ଏହି ସଂଖ୍ୟା ୨୧୦ ରହିଛି। ତେବେ ଜିଲାରେ...

୫୧ ପଦକ ସହ ଶୀର୍ଷରେ ଓଡ଼ିଶା

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ହୋଇପାରିଛି। ନୂଆଦିଲ୍ଲୀସ୍ଥିତ ତାଲକଟୋରା ଇନ୍‌ଡୋର୍‌ ଷ୍ଟାଡିୟମଠାରେ ଆୟୋଜିତ ଇଣ୍ଡିଆ ସ୍କିଲ୍ସ ୨୦୨୧ ପ୍ରତିଯୋଗିତାରେ...

Advertisement
Archives

Model This Week